ବଦଳିବ ଯାଉଁଳିପୋଖରୀ ମଠ ରୂପରେଖ

ଢେଙ୍କାନାଳ ଅଫିସ, ୨୦।୧: ବଦଳିବ ଐତିହ୍ୟସମ୍ପନ୍ନ ଯାଉଁଳିପୋଖରୀ ମଠର ରୂପରେଖ। ଏହାର ଉନ୍ନତୀକରଣ ଲାଗି ଆରମ୍ଭ ହୋଇଛି ପ୍ରୟାସ। ଏ ନେଇ ରବିବାର ମଠାଧୀଶ ମହନ୍ତ ମୋହନଦାସଜୀ ମହାରାଜଙ୍କ ପୌରୋହିତ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଏମ୍‌ପି ମହେଶ ସାହୁ ଯୋଗଦେଇ କହିଲେ, ସମସ୍ତଙ୍କ ସହଯୋଗ ମିଳିଲେ ଏହି ମଠ ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଆଧ୍ୟାତ୍ମିକସ୍ଥଳୀ ରେ ପରିଣତ ହୋଇପାରିବ।
ଉନ୍ନୟନ କମିଟି ସଭାପତି ପ୍ରଦୀପ କୁମାର ଦାସ ମଠର ଉନ୍ନତୀକରଣ ଲାଗି ଗୁରୁତ୍ୱପୂର୍ଣ୍ଣ ୧୩ଟି ପ୍ରସ୍ତାବ ଆଗତ କରିଥିଲେ। ମଠର ସୁରକ୍ଷା ପାଇଁ ପାଚେରି, ଭକ୍ତଙ୍କ ପ୍ରାତଃଭ୍ରମଣ ଲାଗି ପାଦଚଲା ରାସ୍ତା, ଅବଲୁପ୍ତ ଗୋଶାଳା ଓ ଛାତ୍ରାବାସ ନିର୍ମାଣ, ମନ୍ଦିର ମରାମତି, ଫଳଫୁଲ ଉଦ୍ୟାନ, ପୋଖରୀର ଗାର୍ଡୱାଲ ନିର୍ମାଣ, ଆଗନ୍ତୁକଙ୍କ ରହିବା ବ୍ୟବସ୍ଥା, ପାରାୟଣସ୍ଥଳର ଉନ୍ନତୀକରଣ, ମଠର ବିଭିନ୍ନ ପ୍ରକୋଷ୍ଠର ମରାମତି ଆଦି ପ୍ରସ୍ତାବଗୁଡ଼ିକ ସର୍ବସମ୍ମତିକ୍ରମେ ଗୃହୀତ ହୋଇଥିଲା। ଶିକ୍ଷାବିତ୍‌ ପ୍ରଦ୍ୟୁମ୍ନ ରଥ, ବ୍ରହ୍ମାନନ୍ଦଜୀଦାସ ମହାରାଜ, ଆଇନଜୀବୀ ଦିଲୀପ ମଲ୍ଲିକ, ଉଦ୍ୟାନ ବିଭାଗ ଉପନିର୍ଦ୍ଦେଶକ, ତହସିଲଦାର, ପୌରସଂସ୍ଥା ଏବଂ ଦେବୋତ୍ତର ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri