ବଦଳିଲେ ମୟୂରଭଞ୍ଜ ଡିପିଏମ

ବାରିପଦା ଅଫିସ,୬।୧୧- ଜାତୀୟ ସ୍ବାସ୍ଥ୍ୟ ମିଶନର ମୟୂରଭଞ୍ଜ ଜିଲା ପ୍ରୋଗ୍ରାମ ମ୍ୟାନେଜର(ଡିପିଏମ) ଅନିଲ କୁମାର ମହାନ୍ତିଙ୍କୁ ବାଲେଶ୍ୱର ଜିଲାକୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ବାଲେଶ୍ୱର ଡିପିଏମ ଭାବେ କାର୍ଯ୍ୟରତ ଥିବା ପ୍ରଭୁ ପ୍ରୟାନ୍ତ ପତିଙ୍କୁ ମୟୂରଭଞ୍ଜ ଜିଲାକୁ ବଦଳି କରାଯାଇଛି। ସ୍ବାସ୍ଥ୍ୟ ବିଭାଗ ଚିଠି ନଂ.୧୨୮୯୪(୫/୧୧/୨୦୧୯)ରେ ଏହି ବଦଳି ନିର୍ଦ୍ଦେଶ ପ୍ରକାଶ ପାଇଛି। ଏହା ସହିତ କନ୍ଧମାଳ ଓ ଝାରସୁଗୁଡା ଡିପିଏମଙ୍କ ମଧ୍ୟ ଅନ୍ୟତ୍ର ବଦଳି ହୋଇଛି। ସୂଚନାଯୋଗ୍ୟ, ମୟୂରଭଞ୍ଜ ଡିପିଏମ କିଛି ଦିନ ହେବ ବହୁ ବିବାଦରେ ଛନ୍ଦି ହୋଇଥିଲେ। ବାରିପଦା ମେଡିକାଲ କଲେଜ ତଥା ଜିଲା ମୁଖ୍ୟ ଚିକିତ୍ସାଳୟର ସଫେଇ ଟେଣ୍ଡର ତଥା ବିଭାଗୀୟ କାର୍ଯ୍ୟକ୍ରମ ଗୁଡିକରେ ଅନିୟମିତତା କରିଥିବା ତାଙ୍କ ନାମରେ ଅଭିଯୋଗ ହୋଇଥିଲା। ଜାତୀୟ ସ୍ବାସ୍ଥ୍ୟ ମିଶନର ଏକ ଉଚ୍ଚସ୍ତରୀୟ ଟିମ ବାରିପଦା ଗସ୍ତରେ ଆସିଥିବାବେଳେ ଅଣରାଜନୈତିକ ସଂଗଠନ ଭଞ୍ଜସେନାର ସଭାପତି ପିଣ୍ଟୁ ମାଇତି ଓ ଅନ୍ୟମାନେ ମହାନ୍ତିଙ୍କ ବିରୋଧରେ ଅଭିଯୋଗ କରିବା ସହିତ ତାଙ୍କ ବଦଳି ଦାବି କରିଥିଲେ ଏବଂ ତାଙ୍କ ସମୟରେ ହୋଇଥିବା ସମସ୍ତ କାର୍ଯ୍ୟକ୍ରମର ତଦନ୍ତ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର/ଲୋଇସିଂହା,୨୬।୮(ସୁନିଲ କୁମାର ମହାନ୍ତି/ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri