ଭଣ୍ଡାରିପୋଖରୀ, ୨୭।୫ (ଡି.ଏନ.ଏ.)-ଭଣ୍ଡାରିପୋଖରୀ ଥାନା ବାଲିପୋଖରୀ ଗ୍ରାମରେ ଜଣେ ମହିଳାଙ୍କୁ ଶାଶୁ ଘର ଲୋକେ ମାରି ଦେଇଥିବା ଅଭିଯୋଗ ହୋଇଛି। ମୃତମହିଳା ହେଲେ ପ୍ରମିଳା ଦାସ। ପ୍ରମିଳାଙ୍କ ସାନ ବାପା ବସନ୍ତ ପାତ୍ରଙ୍କ ଅଭିଯୋଗକୁ ଭିତ୍ତି କରି ଭଣ୍ଡାରିପୋଖରୀ ଥାନା ପୋଲିସ ଏନେଇ ମୃତ ମହିଳାଙ୍କ ସ୍ବାମୀ ହିମାଂଶୁ ଦାସଙ୍କ ସମେତ ୪ଜଣଙ୍କ ନାମରେ ଏକ ମାମଲା (ନଂ.୯୩/୨୦) ରୁଜୁ କରି ତଦନ୍ତ ଜାରି ରଖିଛି।
ପୋଲିସ ସୂଚନା ଅନୁଯାୟୀ, ବନ୍ତ ଥାନା ଅଣ୍ଡିଆ ଗ୍ରାମର ପ୍ରମିଳା ୨୦୧୫ ଡିସେମ୍ବର ମାସରେ ହିମାଂଶୁଙ୍କୁ ପ୍ରେମ ବିବାହ କରିଥିଲେ। ବିବାହର କିଛି ଦିନ ପରେ ଶାଶୁ ଘର ପକ୍ଷରୁ ବିଭିନ୍ନ ସମୟରେ ତାଙ୍କୁ ଶାରିରୀକ ଓ ମାନସିକ ନିର୍ଯାତନା ଦିଆଯାଉଥିଲା। ଏନେଇ ଥାନାରେ ଅଭିଯୋଗ ପରେ ଉଭୟଙ୍କ ମଧ୍ୟରେ ମୀମାଂସା ହୋଇଥିଲା। ଗତ ସୋମବାର ପ୍ରମିଳାଙ୍କୁ ଶାଶୁ ଘର ଲୋକେ ନିର୍ଯାତନା ଦେବାସହ ବିଷ ପିଆଇ ମାରିଦେଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
Posted inଆମ ଜିଲା ଖବର, ଭଦ୍ରକ View All
ପାଟ୍ରୋଲିଂ ବେଳେ କାର୍ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍-ଖଣ୍ଡା ଜବତ…
ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…
କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…
ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…
କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…
କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…
କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍ କନ୍କ୍ଲେଭ୍’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା
ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍ ସ୍ତରୀୟ ୟୁଥ୍ କନ୍କ୍ଲେଭ୍ ତଥା…
ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…
ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…
ଭୟଙ୍କର ଦୁର୍ଘଟଣା; ଟ୍ରକ୍-ବାଇକ୍ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର
ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍-ବାଇକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…
କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….
କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…
ରଣଜୀ ଟିମ୍ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ
ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

