ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ପାଟପୁର,୨୧ା୮(ଡି.ଏନ.ଏ.): ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ.ଗୋପାଳପୁର କାଳୀମନ୍ଦିର ସାହିରେ ମଙ୍ଗଳବାର ରାତିରେ ଜଣେ ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ସେ ହେଲେ ଏସ.ଗୋପାଳପୁର ଗ୍ରାମର ବାସନ୍ତୀ ପ୍ରଧାନ। ବୁଧବାର ସକାଳେ ପାଟପୁର ପୋଲିସ ଓ ସାନଖେମୁଣ୍ଡି ତହସିଲଦାର ତଥା କାର୍ଯ୍ୟନିର୍ବାହୀ ମାଜିଷ୍ଟେଟ୍‌ ଅମିତ କୁମାର ନାୟକଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ଜବତ କରି ବ୍ୟବଛେଦ ପାଇଁ ବ୍ରହ୍ମପୁର ମେଡିକାଲକୁ ପଠାଇଥିବା ଜଣାପଡିଛି। ପୂର୍ବରୁ ମୋ ଝିଅକୁ ଶାଶୁଘର ଲୋକେ ନିର୍ଯାତନା ଦେଉଥିବାବେଳେ ମଙ୍ଗଳବାର ରାତିରେ ମାରିଦେଇଛନ୍ତି ବୋଲି ବାସନ୍ତୀଙ୍କ ବାପା ବିଷ୍ଣୁ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ନେଇ ନଂ.୧୬୧/୧୯ରେ ମାମଲା ରୁଜୁ କରି ପୋଲିସ ମୃତ ବାସନ୍ତୀଙ୍କ ସ୍ବାମୀ କୃଷ୍ଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଲାଇଛି। ଅନ୍ୟପକ୍ଷରେ ବାସନ୍ତୀ ଆତ୍ମହତ୍ୟା କରିଥିବା ସ୍ବାମୀ ଓ ଶାଶୁଘର ଲୋକେ ପୋଲିସ ନିକଟରେ ବୟାନ ଦେଇଛନ୍ତି। ବ୍ୟବଛେଦ ରିପୋର୍ଟ ଆସିଲା ପରେ ପ୍ରକୃତ କାରଣ ଜଣାପଡିବ ବୋଲି ଥାନା ଅଧିକାରୀ ରମେଶ କୁମାର ପ୍ରଧାନ କହିଛନ୍ତିି।
ପ୍ରକାଶ ଯେ, ଆସିକା ଥାନା ସିମାଖାଇ ଗ୍ରାମର ବିଷ୍ଣୁ ପ୍ରଧାନଙ୍କ ଝିଅ ବାସନ୍ଦୀ ଦେଢ ବର୍ଷ ତଳେ ପାଟପୁର ଥାନା ଏସ.ଗୋପାଳପୁର ଗ୍ରାମର କୃଷ୍ଣଙ୍କୁ ବିବାହ କରିଥିଲେ। ବିବାହ ବେଳେ ଦାବି ମୁତାବକ ଯୌତୁକ ସାମଗ୍ରୀ ଦିଆଯାଇଥିବାବେଳେ ଅଧିକ ଯୌତୁକ ଦାବିରେ ତାଙ୍କୁ ନିର୍ଯାତନା ଦିଆଯାଉଥିବା ତାଙ୍କ ବାପା ପୋଲିସକୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର…

ସଙ୍କଟରୁ ପରିବର୍ତ୍ତନର ଆଶା

ଆମେ ଏବେ ଏକ ନିରର୍ଥକ ଯନ୍ତ୍ରଣା ଏବଂ ଆସନ୍ନ ବିନାଶର ପୃଥିବୀରେ ବାସ କରୁଛୁ। ଏଠାରେ ନୈତିକ ବିକାଶ ଧାରଣା ମୂଲ୍ୟହୀନ ହୋଇଯାଇଥିବା ମନେହେଉଛି। ସମସାମୟିକ ସମାଜ…

ତୈଳ ଦର ପୁଣି ବଢ଼ିଲା, ବଜାରରେ ଅନିଶ୍ଚିତତା

ନ୍ୟୁୟର୍କ/ମୁମ୍ବାଇ,୧୦।୪(ଏ.ପି./ପି.ଟି.): ଲେବାନନ୍‌ରେ ଇସ୍ରାଏଲ୍‌ର ଧ୍ୱଂସଲୀଳା ଦେଖି ଇରାନ୍‌ ପ୍ରତିକ୍ରିୟାଶୀଳ ହୋଇଉଠିଛି । ଫେବୃଆରୀ ୨୮ରେ ଆମେରିକା-ଇସ୍ରାଏଲ୍‌ର ଜଏଣ୍ଟ ଷ୍ଟ୍ରାଇକ୍‌ ପରେ ଯେଉଁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଅଶୋଧିତ…

ଅନ୍ତ୍ୟୋଦୟ ଆଧାରିତ ସାମାଜିକ ସୁରକ୍ଷା

ନ୍ତ୍ୟୋଦୟର ମୂଳ ଅର୍ଥ ହେଉଛି ସମାଜର ସବୁଠାରୁ ଶେଷଧାଡ଼ିରେ ଥିବା ନାଗରିକଙ୍କ ସାମଗ୍ରିକ ବିକାଶ। ଯେତେବେଳେ ସେହି ଶେଷ ମଣିଷଟି ମଧ୍ୟ ସମାନ ସୁଯୋଗ, ସମ୍ମାନ ଓ…

ଇସଲାମାବାଦ ବୈଠକ ପୂର୍ବରୁ ତେହରାନକୁ ବଡ଼ ଅଲ୍ଟିମେଟମ୍‌ ଦେଲେ ଟ୍ରମ୍ପ, ଭୟରେ ଥରହର ଇରାନ

ତେହରାନ୍‌,୧୦।୪: ହର୍ମୁଜ ପ୍ରଣାଳୀ ଉପରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଏବଂ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ସ୍ପଷ୍ଟ କରିଛନ୍ତି ଯେ ତେଲ…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ମାସେ ଘୁଞ୍ଚିଲା ଓଟିଇଟି-୨୦୨୬ ଅନଲାଇନ୍‌ ଆବେଦନ ସମୟସୀମା

ଭୁବନେଶ୍ୱର,୧୦।୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି-୨୦୨୬)ଅନଲାଇନ୍‌ ଆବେଦନ ସମୟସୀମା ମେ’ ୯ ତାରିଖ ଯାଏ ବୃଦ୍ଧି କରାଯାଇଛି। ପୂର୍ବରୁ ଏହାର…

ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି

ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri