ବଧୂହତ୍ୟା ଅଭିଯୋଗ:ସ୍ବାମୀଙ୍କ ସହ ଶ୍ୱଶୁର ଅଟକ

ଅନୁଗୋଳ ଅଫିସ, ୧୦।୯

ଅନୁଗୋଳ ଜିଲା ନାଲ୍‌କୋ ଥାନା ବଳରାମପ୍ରସାଦରେ ବଧୂହତ୍ୟା ଅଭିଯୋଗ ହୋଇଛି। ସୌମ୍ୟାଶ୍ୱେତା ବାରିକ(୨୩)ଙ୍କୁ ହତ୍ୟା କରାଯାଇଥିବା ତାଙ୍କ ବାପା ବାନାମ୍ବର ବାରିକ ସୋମବାର ଅଭିଯୋଗ କରିବା ପରେ ନାଲ୍‌କୋ ପୋଲିସ ନଂ. ୧୩୨/୧୯ରେ ମାମଲା ରୁଜୁ କରିଛି। ଏଥିସହ ମହିଳାଙ୍କ ସ୍ବାମୀ ସତ୍ୟାନନ୍ଦ ବାରିକ ଓ ଶ୍ୱଶୁର ଗୋକୁଳଚନ୍ଦ୍ର ବାରିକଙ୍କୁ ଥାନାରେ ଅଟକ ରଖି ପଚରା ଉଚରା କରୁଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି ବୋଲି ଥାନା ଅଧିକାରୀ ଗୀତାଞ୍ଜଳି ସାହୁ ସୂଚନା ଦେଇଛନ୍ତି।
ବାନାମ୍ବର ଅଭିଯୋଗ କରିଛନ୍ତି ଯେ, ନିଶା ଥାନା କଙ୍କରେଇ ଅଞ୍ଚଳର ସୌମ୍ୟାଶ୍ୱେତା ୨୦୧୬ ଏପ୍ରିଲ ୨୬ରେ ବଳରାମପ୍ରସାଦର ସତ୍ୟାନନ୍ଦଙ୍କୁ ବିବାହ କରିଥିଲେ। ତାଙ୍କର ଗୋଟିଏ ଦୁଇ ବର୍ଷର ଶିଶୁ କନ୍ୟା ରହିଛି। ସତ୍ୟାନନ୍ଦ ପ୍ରତିଦିନ ମଦ୍ୟପାନ କରୁଥିବା ବେଳେ ତାଙ୍କ ଝିଅଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦିଆଯାଉଥିଲା। ବିବାହ ସମୟରେ ଏକ ୪ ଚକିଆ ଗାଡ଼ି ଦିଆଯାଇଥିଲେ ବି ୨ଲକ୍ଷ ଟଙ୍କାର ଆଉ ଏକ ଗାଡି ଆଣିବାକୁ ଦାବି କରାଯାଉଥିଲା। ଗାଡ଼ି ପାଇଁ ଟଙ୍କା ନ ଦେବାରୁ ଝିଅକୁ ମାରିଦିଆଯାଇଥିବା ସେ ଅଭିଯୋଗରେ ଦର୍ଶାଇଛନ୍ତି। ସତ୍ୟାନନ୍ଦଙ୍କ ସହ ତାଙ୍କ ବାପା, ମା, ଭଉଣୀ ଓ ଭିଣୋଇ ଏଥିରେ ସମ୍ପୃକ୍ତ ଥିବା ବାନାମ୍ବର ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ଅଭିଯୋଗକୁ ସୌମ୍ୟାଶ୍ୱେତାଙ୍କ ଶ୍ୱଶୁର ଗୋକୁଳାନନ୍ଦ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ବୋହୂ ସୌମ୍ୟାଶ୍ୱେତାଙ୍କୁ କେହି ହତ୍ୟା କରିନାହାନ୍ତି। ରାତିରେ ସମସ୍ତେ ଶୋଇଥିବା ବେଳେ କ’ଣ ହୋଇଛି ଆମେ ଜାଣିନୁ। ସୌମ୍ୟାଶ୍ୱେତାଙ୍କୁ କୌଣସି ଯୌତୁକ ନିର୍ଯାତନା ଦିଆଯାଇ ନ ଥିବା ସେ କହିଛନ୍ତି। ନାଲ୍‌କୋ ଥାନା ଅଧିକାରୀ କହିଛନ୍ତି, ପଞ୍ଚନାମାବେଳେ ମୃତଦେହ ବେକରେ ଦାଗ ଥିଲା। ଅନ୍ୟ କୌଣସି ସ୍ଥାନରେ ସେପରି କିଛି ଚିହ୍ନ ନ ଥିଲା। ସ୍ବାମୀ ଓ ଶ୍ୱଶୁରଙ୍କୁ ଅଟକ ରଖାଯାଇ ପଚରା ଉଚରା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri