ବଧୂହତ୍ୟା ଉଦ୍ୟମ ଅଭିଯୋଗ, ଶ୍ୱଶୁର ଅଟକ

କୁଆମରା,୨୮।୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁନଗର ବ୍ଲକ ଅନ୍ତର୍ଗତ ସାଇଁକୂଳା ପଞ୍ଚାୟତରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳାଙ୍କୁ ଶାଶୁଘର ଲୋକେ ପୋଡ଼ି ମାରିଦେବାକୁ ଉଦ୍ୟମ କରିଥିବା ଖୁଣ୍ଟା ଥାନାରେ ଅଭିଯୋଗ ହୋଇଛି। ମହିଳାଜଣଙ୍କ ହେଲେ ନିବେଦିତା ଦେ(୨୦)।

ସୂଚନାନୁଯାୟୀ, ରାସଗୋବିନ୍ଦପୁର ଥାନା କରଞ୍ଜପଡ଼ାର ନିବେଦିତା ବାଲେଶ୍ୱର ଜିଲା ପାଣିଶୂଳିଆ(ବାଲିଆପାଳ ଅଞ୍ଚଳ)ର ଇନ୍ଦ୍ରଜିତ ଗିରିଙ୍କୁ ଦେଢ଼ ବର୍ଷ ତଳେ ବିବାହ କରିଥିଲେ। ଇନ୍ଦ୍ରଜିତ ସାଇଁକୂଳାରେ ଏକ କିଓସ୍କି ବ୍ୟାଙ୍କ କରି ସ୍ତ୍ରୀ ଓ ବାପାଙ୍କ ସହ ରହୁଥିଲେ। ତେବେ କୌଣସି କାରଣରୁ ନିବେଦିତାଙ୍କ ସହ ତାଙ୍କର ଝଗଡ଼ା ହୋଇଥିବା ବେଳେ ଶନିବାର ସେ ନିଆଁରେ ପୋଡ଼ି ଗୁରୁତର ହୋଇଥିବା ଜଣାପଡ଼ିଥିଲା। ସକାଳେ ଇନ୍ଦ୍ରଜିତ ତାଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି। ନିବେଦିତାଙ୍କୁ ମାରିଦେବାକୁ ଉଦ୍ୟମ କରାଯାଇଥିବା ନେଇ ତାଙ୍କ ବାପା ଖୁଣ୍ଟା ଥାନାରେ ଅଭିଯୋଗ କରିଛନ୍ତି। ଅପରପକ୍ଷେ ନିବେଦିତା ଏବେ ଗର୍ଭବତୀ ଥିବା ବେଳେ ପୋଲିସ ଶ୍ୱଶୁରଙ୍କୁ ଅଟକ ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri