ବନ ବିଭାଗର ଚଢ଼ାଉ : ଲକ୍ଷାଧିକ ଟଙ୍କାର କାଠ ସହ ବାଇକ ଜବତ, ୪ ଗିରଫ

ବଡ଼ବିଲ,୧୭।୧୦(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ବନାଞ୍ଚଳ ସିଦ୍ଧମଠ ସଂରକ୍ଷିତ ଜଙ୍ଗଲରୁ ଗଛ କାଟି ଚୋରା ଚାଲାଣ ବେଳେ ୪ କାଠ ମାଫିଆଙ୍କୁ ବୁଧବାର ରାତିରେ ବନବିଭାଗ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଝାଡ଼ଖଣ୍ଡ ରାଜ୍ୟ ପଶ୍ଚିମ ସିଂହଭୂମ ଜିଲା ମଝିଗାଁ ଥାନା ଖାଲପଶି ଗ୍ରାମର ଏମାନୁଲ ହୁସୈନ, ରୁଗୁଡ଼ି ଥାନା କୋହ୍ଲ ରୋଇଡ଼ା ଗ୍ରାମର ଜିତେନ୍ଦ୍ର ହେମ୍ବ୍ରମ, କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ବନେଇକଳା ଅଞ୍ଚଳର ଜନ୍‌ ମୁଣ୍ଡା ଓ ଜିତେନ ମୁଣ୍ଡା। ବନ ବିଭାଗ ଘଟଣାସ୍ଥଳରୁ ୬ଟି କାଠଗଣ୍ଡି, ୧୪ଟି ସିଲପଟ, ଗୋଟିଏ କରତ ଏବଂ ଗୋଟିଏ ବାଇକ ଜବତ କରିଥିବା ଜଣାପଡିଛି।
ସୂଚନାଯୋଗ୍ୟ, ଗୁଆଲି ଫରେଷ୍ଟର ଦାୟିତ୍ୱରେ ଥିବା ବଡ଼ବିଲ ଫରେଷ୍ଟର ଦଶରଥ ଗିରି, କେନ୍ଦୁଡିହ ବିଟ୍‌ ଫରେଷ୍ଟ ଗାର୍ଡ ସରୋଜ ନାଏକ ଓ ଝାଡଗାଁ ବିଟ୍‌ ଫରେଷ୍ଟ ଗାର୍ଡ ରତ୍ନାକର ମହାନ୍ତ ମିଳିତ ଭାବେ ବୁଧବାର ରାତିରେ ୫୨୦ ନମ୍ବର ଜାତୀୟ ରାଜପଥର ବାରବାଙ୍କ ଜଙ୍ଗଲ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଅଭିଯୁକ୍ତମାନଙ୍କୁ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରଙ୍କୁ ଚେତାବନୀ: ସାବଧାନ ହୋଇଯାଅ ନଚେତ୍‌…

ନୂଆଦିଲ୍ଲୀ,୨୯।୭: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପେପର ଲିକ ବିରୋଧୀ ବିଲ ସମ୍ପର୍କରେ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ ସରକାରଙ୍କୁ…

ଏତେ ଟଙ୍କା ବକେୟା ପଡିଛି ବିଦ୍ୟୁତ୍‌ ବିଲ: ବନ୍ଦ ହେଲା ପାଣି ପମ୍ପ, ସମସ୍ୟାର ସମାଧାନ ନ ହେଲେ…

ମୋହନା, ୨୯।୭( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ପାନୀୟ ଜଳ ସଙ୍କଟ ଆଶଙ୍କା। ବକେୟା ବିଦ୍ୟୁତ୍‌ ବିଲ ପୈଠ ନହେବାରୁ ପଞ୍ଚାୟତର ପାନୀୟ ଜଳ…

ଭିତରେ ଶୋଇଥିଲେ ପରିବାର, ପ୍ରବଳ ବର୍ଷାରେ ଭୁଶୁଡ଼ି ପଡ଼ିଲା ଘର

ପଦ୍ମପୁର,୨୯।୭ (ପ୍ରଦୀପ୍ତ ଦାଶ) : ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ପଦ୍ମପୁର ସହର ସମେତ ବିଭିନ୍ନ ଗ୍ରାମାଞ୍ଚଳରେ ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଅବିରତ ବର୍ଷା…

ଭାରତ ଉପରେ ଲାଗୁ ହେବ ୧୦୦% ଶୁଳ୍କ? ଆମେରିକାର ନୂଆ ବିଲ କାହିଁକି ଚିନ୍ତା ସୃଷ୍ଟି କରିଛି? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକାର ସିନେଟ ରୁଷିଆ ଉପରେ ଆର୍ଥିକ ଚାପ ବୃଦ୍ଧି କରିବା ପାଇଁ ଏକ ବିଲ ପାସ କରିଛି – ଏହା ଭାରତ ସମେତ ଅନେକ ଦେଶକୁ…

ଆମେରିକା ସହ ଯୁଦ୍ଧକୁ ଡେଇଁଲା ସାଉଦି ଆରବ, ଇରାନ ଉପରେ କଲା ବୋମା ବର୍ଷା

ତେହରାନ,୨୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରୁଛି। ଏହି ଦୁଇଟି ଦେଶ ସହିତ, ଅନ୍ୟ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟ…

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨୯ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ (ବ୍ୟାସ ପୂର୍ଣ୍ଣିମା) ତିଥି ବୁଧବାର ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ…

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ…

ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri