ବନବିଭାଗର ‘ଅପରେଶନ ଗଜେନ୍ଦ୍ର’: ବାହୁଡ଼ିଲେ ଝାଡ଼ଖଣ୍ଡ ହାତୀପଲ

ସଜନାଗଡ଼, ୨୮।୧୧(ଡି.ଏନ.ଏ.)-ଝାଡ଼ଖଣ୍ଡ ଦଲମା ଅଭୟାରଣ୍ୟରୁ ୪ଦିନ ହେଲା ହାତୀପଲ ନୀଳଗିରି ବନାଞ୍ଚଳକୁ ଚାଲି ଆସି ଉପଦ୍ରବ ଚଳାଇଥିଲେ। ଯେତେ ଧାନ ଫସଲ ଖାଇଥିଲେ ତାହାଠାରୁ ଅଧିକ ଦଳିଚକଟି ନଷ୍ଟ କରିଦେଇଛନ୍ତି। ତିନିକୋଶିଆ ଏବଂ ଗୋପାଳପୁର ସଂରକ୍ଷିତ ଜଙ୍ଗଲକୁ ଲାଗି ରହିଥିବା ୧୦ରୁ ଊର୍ଦ୍ଧ୍ୱ ଗ୍ରାମର ଲୋକେ ହାତୀ ଭୟରେ ରାତ୍ରି ଅନିଦ୍ରା ରହି ଗାଁମୁଣ୍ଡରେ ନିଆଁ ଜଳାଇ ବସି ରହିଥିଲେ। ହାତୀଙ୍କ ସୁରକ୍ଷା ପାଇଁ ବିଦ୍ୟୁତକାଟ୍‌ ହେଉଥିବାରୁ ଲୋକେ ବହୁ ଅସୁବିଧାରେ ସମ୍ମୁଖୀନ ହେଉଥିଲେ। ଗୁରୁବାର ହାତୀପଲଙ୍କୁ ଘଉଡ଼ାଇବା ପାଇଁ ଅପରାହ୍ନ ୪ଟାରେ ଅପରେଶନ ଗଜେନ୍ଦ୍ର ଆରମ୍ଭ କରାଯାଇଥିଲା। ବନବିଭାଗ ଡିଏଫ୍‌ଓ ବିଶ୍ୱରାଜ ପଣ୍ଡାଙ୍କ ନିର୍ଦ୍ଦେଶରେ ନୀଳଗିରି ରେଞ୍ଜର ରୁଦ୍ରାନନ୍ଦ ବାରିକ ଏବଂ କୁଲଡ଼ିହା ରେଞ୍ଜର ବିଜୟ ମହାପାତ୍ରଙ୍କ ନେତୃତ୍ୱରେ ବାଣ, ରୋଶଣି ମାଧ୍ୟମରେ ହାତୀମାନଙ୍କୁ ଘଉଡାଇବାର ପ୍ରୟାସ ଆରମ୍ଭ କରାଯାଇଥିଲା। ନୀଳଗିରି ଆଇଆଇସି ମୀନତି ବିଶ୍ୱାଳଙ୍କ ନେତୃତ୍ୱରେ ୧ ପ୍ଲାଟୁନ ଫୋର୍ସ ନିୟୋଜିତ ହୋଇଥିଲା। ଗ୍ରାମବାସୀ ମଧ୍ୟ ଏଥିରେ ସହଯୋଗ କରିଥିଲେ। ସନ୍ଧ୍ୟା ୬ଟାରେ ଗୋପାଳପୁର ଜଙ୍ଗଲରୁ ହାତୀପଲ ଚିରାଚରିତ ଗୋପାଳପୁର ରାସ୍ତା ପାର ହୋଇ ମୟୂରଭଞ୍ଜ ଅଭିମୁଖେ ଯାଉଥିବା ସୂଚନା ମିଳିଛି। । ହାତୀପଲ କୌଣସି ଘରଦ୍ୱାରା ଭାଙ୍ଗି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri