ବନମାଳୀପୁର ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ଖଣ୍ଡପଡା,୫ା୧୦(ସ୍ବ.ପ୍ର.): ଆଞ୍ଚଳିକ ସ୍ପୋଟର୍‌ସ କ୍ଲବ ବନମାଳୀପୁର ଆନୁକୂଲ୍ୟରେ ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବନମାଳୀପୁର ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ୩୨ ତମ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ମ୍ୟାଚରେ ବାଙ୍କୀର ବ୍ରହ୍ମପୁରା କ୍ରିକେଟ କ୍ଲବ ୧୮ ରନରେ ରଘୁନାଥ କ୍ରିକେଟ କ୍ଲବ ଓଡ଼ଗାଁକୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛି । ପ୍ରଥମେ ବ୍ରହ୍ମପୁରା କ୍ରିକେଟ କ୍ଲବ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ବିନିମୟରେ ୧୨୩ ରନ ସଂଗ୍ରହ କରିଥିଲା । ଜବାବରେ ଓଡଗାଁ ଟିମ୍‌ ନିର୍ଦ୍ଧାରିତ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୧୦୫ ରନ କରି ପରାଜିତ ହୋଇଥିଲା। ବିଜୟୀ ଦଳର ଅନିଲ ସାହୁ ସର୍ବାଧିକ ୩୦ ରନ କରିଥିବା ବେଳେ ଚିତ୍ତ ରଞ୍ଜନ ଧଳ ୪ ଓଭରରେ ୧୭ ରନ ଦେଇ ୪ଟି ଉଇକେଟ ଅକ୍ତିଆର କରି ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ । ଶିକ୍ଷାବିତ୍‌ ଗଦାଧର ତ୍ରିପାଠୀ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଉଭୟ ଟିମ୍‌ର ଖେଳାଳିଙ୍କୁ ଉତ୍ସାହିତ କରିଥିଲେ ା ବିଭୁ ପ୍ରସାଦ ସାହୁ ଓ ବିରଞ୍ଚତ୍ ନାରାୟଣ ପୃଷ୍ଟି ମ୍ୟାଚ ପରିଚାଳନା କରିଥିଲେ। ଶନିବାର ବ୍ରାହ୍ମଣୀ ଦେବୀ କ୍ରିକେଟ କ୍ଲବ ଝଗଡ଼ପଡ଼ା ଓ ବରୁଣେଇ କ୍ରିକେଟ କ୍ଲବ ମଧ୍ୟରେ ୨ୟ ଲିଗ୍‌ ମ୍ୟାଚ ଅନୁଷ୍ଠିତ ହେବ ବୋଲି ଟୁର୍ନାମେଣ୍ଟର ଆୟୋଜକଙ୍କଠାରୁ ପ୍ରକାଶ । ଚଳିତବର୍ଷ ଆଖପାଖ ଅଞ୍ଚଳରୁ ୮ଟି ଟିମ୍‌ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

୫୫ ମିନିଟ୍‌ ଧରି ଫୋନ୍‌ରେ କଥା ହେଲେ ଟ୍ରମ୍ପ-ପୁଟିନ୍‌: ବନ୍ଦ ହୋଇଯିବ କି…

ଓ୍ବାଶିଂଟନ୍‌,୧୫।୬:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ଆଲୋଚନା ହୋଇଥିଲା। ପ୍ରାୟ ୫୫ ମିନିଟ ଧରି ଚାଲିଥିବା…

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri