ବନାରସରୁ ଫେରିଲେ ୪୩ ତୀର୍ଥଯାତ୍ରୀ: ରହିଲେ କ୍ବାରାଣ୍ଟାଇନରେ

ସରଣ୍ଡା,୧୭।୪(ଡି.ଏନ.ଏ): ଲକ୍‌ଡାଉନ୍‌ କଟକଣା ଯୋଗୁ ବରଗଡ଼, ସମ୍ବଲପୁର ଓ ଢେଙ୍କାନାଳ ଅଞ୍ଚଳର ୪୩ ତୀର୍ଥଯାତ୍ରୀ ବନାରସରେ ଫସି ରହିଥିଲେ। ତେବେ ଗୁରୁବାର ରାତିରେ ସେମାନେ ଏକ ବସ୍‌ ଯୋଗେ ଅତାବିରାରେ ପହଞ୍ଚିଥିଲେ। ପ୍ରଶାସନ ପକ୍ଷରୁ ସେମାନଙ୍କୁ ଅତାବିରାସ୍ଥିତ ଆନନ୍ଦ ମଣ୍ଡପରେ କ୍ବାରାଣ୍ଟାଇନରେ ରଖାଯାଇଛି। ସେମାନଙ୍କ ମଧ୍ୟରେ ୧୯ ପୁରୁଷ ଏବଂ ୨୪ଜଣ ମହିଳା ହୋଇଥିବାବେଳେ ଅତାବିରା ବ୍ଲକର ୨୨, ବରଗଡ଼ ବ୍ଲକର ୧୧, ଭେଡ଼େନ ବ୍ଲକର ୭, ଢେଙ୍କାନାଲର ଜଣେ ଏବଂ ସମ୍ବଲପୁରର ୨ଜଣ ଅଛନ୍ତି । ବର୍ତ୍ତମାନ ସମସ୍ତେ କ୍ବାରାଣ୍ଟାଇନରେ ଅଛନ୍ତି ଏବଂ ସମସ୍ତଙ୍କ ପାଇଁ ଖାଇବା, ପିଇବା ଆଦି ସୁବିଧା କରାଯାଇଥିବା ଅତାବିରା ତହସିଲଦାର ହୃଦାନନ୍ଦ ଅଡ଼ା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ପାଲଟିଛି ମରଣଯନ୍ତା: ମରାମତି ଦାବିରେ ଗ୍ରାମବାସୀଙ୍କ ଧାରଣା

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri