ବନୀକରଣ ପାଇଁ ରାଜ୍ୟ ସରକାର କାମ୍ପା ପାଣ୍ଠିରୁ ପାଇଛନ୍ତି ୨୬୪୪ କୋଟି, ଖର୍ଚ୍ଚ କରିଛନ୍ତି ୨୫୪୮ କୋଟି

ଭୁବନେଶ୍ୱର, ୩୦।୭(ବ୍ୟୁରୋ): କ୍ଷତି ପୂରକ ବନୀକରଣ ପାଣ୍ଠି ପରିଚାଳନା ଏବଂ ଯୋଜନା କର୍ତ୍ତୃପକ୍ଷ(କାମ୍ପା) ୨୦୦୯ରୁ ରାଜ୍ୟରେ କାର୍ଯ୍ୟକାରୀ ହେଉଛି। ସେବେଠାରୁ ରାଜ୍ୟକୁ କେନ୍ଦ୍ର ସରକାର ଆଡ୍‌ହକ୍‌ କାମ୍ପା ପାଣ୍ଠିରୁ ୨୬୪୪ କୋଟି ୧୫ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ୨୦୦୯-୧୦ରେ କେନ୍ଦ୍ର ସରକାର ଏହି ଯୋଜନାରେ ୧୩୧.୬ କୋଟି ଟଙ୍କା ପ୍ରଦାନ କରିଥିବା ବେଳେ ୨୦୧୦-୧୧ରେ ୧୪୦.୧୮କୋଟି, ୨୦୧୧-୧୨ରେ ୧୭୬.୯କୋଟି, ୨୦୧୨-୧୩ରେ ୨୦୫.୮୩କୋଟି, ୨୦୧୩-୧୪ରେ ୧୮୦କୋଟି, ୨୦୧୫-୧୬ରେ ୩୨୨କୋଟି, ୨୦୧୬-୧୭ରେ ୪୭୩କୋଟି ଏବଂ ୨୦୧୭-୧୮ରେ ୪୭୭ କୋଟି ଟଙ୍କା ପ୍ରଦାନ କରିଛନ୍ତି। ସେଥିରୁ ୨୦୧୯ ଜୁନ୍‌ ୨ ସୁଦ୍ଧା ୨୫୪୮ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ୨୦୦୯-୧୦ରୁ ୨୦୧୭-୧୮ ମଧ୍ୟରେ ଏହି ଅର୍ଥରେ ୨ଲକ୍ଷ ୯୪ ହାଜାର ୫୫ ହେକ୍ଟର ବନୀକରଣ କରାଯାଇଥିବା ବେଳେ ୭ଲକ୍ଷ ୪୪ ହଜାର ୭୮୪ହେକ୍ଟରରେ ବାଉଁଶ ଓ ୧ ଲକ୍ଷ ୭୯ହଜାର ଅନ୍ୟାନ୍ୟ ଜଙ୍ଗଲ ସୃଷ୍ଟି କରାଯାଇଛି। ଏଥିସହିତ ୨୪୮ ବନାଞ୍ଚଳ କାର୍ଯ୍ୟାଳୟ, ୨୯୭ ବାସଗୃହ, ୧୬୯୯ ବନରକ୍ଷୀଙ୍କ ପାଇଁ ବାସଗୃହ ଓ ୩୯ ମେଗା ନର୍ସରି ସୃଷ୍ଟି କରାଯାଇଛି। ୨୦୧୯-୨୦ ଆର୍ଥିକ ବର୍ଷରେ କାମ୍ପା ପାଣ୍ଠିରୁ ୬୧୬ କୋଟି ୯୪ ଲକ୍ଷ ଟଙ୍କାର ବାର୍ଷିକ ଯୋଜନା ଖର୍ଚ୍ଚ କରାଯାଇଛି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମଙ୍ଗଳବାର ବିଧାନସଭାର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ବେଳେ ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ପ୍ରମୋଦ ମଲିକ ମୂଳ ପ୍ରଶ୍ନରେ କହିଥିଲେ, କାମ୍ପା ଯୋଜନା କାର୍ଯ୍ୟକାରୀ ହେବାଠାରୁ କେନ୍ଦ୍ର ସରକାର କେତେ ଟଙ୍କା ଦେଇଛନ୍ତି, କେତେ ଖର୍ଚ୍ଚ ହୋଇଛି, ଚଳିତ ଆର୍ଥିକ ବର୍ଷରେ କେତେ ଟଙ୍କା ଖର୍ଚ୍ଚ ପାଇଁ ଅର୍ଥ ମଞ୍ଜୁର ହୋଇଛି। କଂଗ୍ରେସ ସଭ୍ୟ ସୁରେଶ କୁମାର ରାଉତରାୟ, ନରସିଂହ ମିଶ୍ର, ବିଜେଡି ସଭ୍ୟ ପ୍ରୀତିରଞ୍ଜନ ଘଡ଼ାଇ, ଅତନୁ ସବ୍ୟସାଚୀ ନାୟକ, ରମେଶ ଚନ୍ଦ୍ର ସାଏ, ବଦ୍ରୀ ନାରାୟଣ ପାତ୍ର ପ୍ରମୁଖ ଅତିରିକ୍ତ ପ୍ରଶ୍ନରେ କାମ୍ପା ଯୋଜନା ଅର୍ଥରେ କେଉଁଠି ନୂଆ ଜଙ୍ଗଲ କରାଯାଇଛି । ବଲାଙ୍ଗୀର ଜିଲାର ଭିମପାହାଡ଼ରେ ଏକ ଡିୟର ପାର୍କ କରିବାର ବ୍ୟବସ୍ଥା ଅଛି କି? କଟକ, ଭୁବନେଶ୍ୱରରେ ପ୍ରଦୂଷଣ ବଢ଼ୁଛି। ଖାଲି ପଡ଼ିଥିବା ସରକାରୀ ଜାଗାରେ ବୃକ୍ଷରୋପଣ କରିବାର ଯୋଜନା ଅଛି କି?ହେନ୍ତାଳବନର ପୁନରୁଦ୍ଧାର, ସିମିଳିପାଳରେ ଇକୋ ଟ୍ୟୁରିଜମ୍‌ ଓ ବାନ୍ଧଗଡ଼ ଜଙ୍ଗଲ ସୁରକ୍ଷା କରିବା ନେଇ ପଚାରିଥିଲେ। ମନ୍ତ୍ରୀ କହିଥିଲେ ଯେ, ଫନୀରେ ଚନ୍ଦକା, ନନ୍ଦନକାନନ ଓ ଭୁବନେଶ୍ୱର ସହରରେ ବହୁ ଗଛ ନଷ୍ଟ ହୋଇଛି। ନୂଆ ବନୀକରଣ କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ଜଙ୍ଗଲରେ ରହୁଥିବା ଆଦିବାସୀମାନଙ୍କ ଜୀବନଜୀବିକା ପାଇଁ ସହାୟତା ଯୋଗାଇ ଦିଆଯାଉଛି। ରାଜ୍ୟରେ ୨୦୦୯ରୁ ଆଡ୍‌ହକ୍‌ କାମ୍ପା ପାଣ୍ଠିରୁ ଅର୍ଥ ଖର୍ଚ୍ଚ କରାଯାଉଛି ବୋଲି ମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri