ବନ୍ତ ପୋଲିସର ମାଡ଼ ଘଟଣା: ଟୁଇଟ ପରେ କନଷ୍ଟେବଳ ନିଲମ୍ବିତ

ଭଦ୍ରକ ଅଫିସ,୨୬।୫: ବନ୍ତ ଥାନାଧିକାରୀଣୀଙ୍କ ଉପସ୍ଥିତିରେ ରାସ୍ତା ଉପରେ ଜଣେ ଲୋକଙ୍କୁ ଗୋଡାଇ ଗୋଡ଼ାଇ ପିଟିବା ଘଟଣା। ଭଦ୍ରକ ଏସ୍‌ପି ରାଜେଶ ପଣ୍ଡିତ ଏହି ଘଟଣାରେ ଜଣେ କନଷ୍ଟେବଳଙ୍କୁ ନିଲମ୍ବିତ କରିଛନ୍ତି। ଏଥିସହ ବନ୍ତ ଥାନାରେ ଏନେଇ ଏକ ମାମଲା ରୁଜୁ ହେବା ସହ ତଦନ୍ତ ଜାରି ରହିଛି ବୋଲି ଟୁଇଟରରେ ଭଦ୍ରକ ଏସ୍‌ପି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଗତ କିଛି ଦିନ ତଳେ ଭଦ୍ରକ ଆନନ୍ଦପୁର ରାଜ୍ୟ ରାଜପଥର ବନ୍ତ ଥାନା ନିକଟରେ ଜଣେ ବ୍ୟକ୍ତି ମାସ୍କ ପିନ୍ଧି ନ ଥିବାରୁ ପୋଲିସ କର୍ମଚାରୀମାନେ ତାଙ୍କୁ ରାଜରାସ୍ତାରେ ବାଡ଼େଇଥିଲେ। ପରେ ସଂପୃକ୍ତ ବ୍ୟକ୍ତିଙ୍କୁ ବନ୍ତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରକ୍ତାକ୍ତ ଅବସ୍ଥାରେ ଭର୍ତ୍ତି କରାଯାଇଥିଲା। ତେବେ ଦୁଇ ଦିନ ପୂର୍ବରୁ ସେ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି। ଏହି ମାଡ଼ମାରିବା ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି। ସୋମବାର ବନ୍ତ ଅଞ୍ଚଳର ଜଣେ ସାମାଜିକକର୍ମୀ ଲାଲା ସ୍ବାଇଁ ଏହି ଘଟଣା ବିଷୟରେ ଏସ୍‌ପି ସମେତ ବରିଷ୍ଠ ପୋଲିସ ଅଧିକାରୀ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ଟୁଇଟ କରି ଅବଗତ କରାଇବା ପରେ ଘଟଣା ସାମ୍ନାକୁ ଆସିଥିଲା। ଅପରପକ୍ଷେ ମହିଳା କନେଷ୍ଟବଳଙ୍କୁ ଉକ୍ତ ଯୁବକ ଜଣକ ଦୁର୍ବ୍ୟବହାର କରିଥିଲେ। ତେବେ ଏହି ଘଟଣାର ତଦନ୍ତ ଚାଲିଛି ତଦନ୍ତ ପରେ ସତ ସାମ୍ନାକୁ ଆସିବ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭।୫: ଓଡ଼ିଶା ବିଧାନସଭାର ଶ୍ରେଷ୍ଠ ବିଧାୟକଙ୍କ ଚୟନ ପାଇଁ କମିଟି ଗଠନ ହୋଇଛି। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ୬ ଜଣ ସଦସ୍ୟଙ୍କୁ ନେଇ ଏହି କମିଟି ଗଠନ କରାଯାଇଛି।…

ଭାରତରେ କରୋନାଠାରୁ ବିପଜ୍ଜନକ ‘ଇବୋଲା’ ଭାଇରସର ଏଣ୍ଟ୍ରି! ଆଫ୍ରିକାରୁ ଫେରିଥିବା ୨୮ ବର୍ଷୀୟ ମହିଳା ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୭।୫: ଆଫ୍ରିକାରେ ବ୍ୟାପିବା ପରେ ଏବେ ଭାରତରେ ଇବୋଲା ଭାଇରସ ମାମଲା ଦେଖାଯାଇଛି। ଉଗାଣ୍ଡାରୁ ଫେରିଥିବା ଜଣେ ମହିଳାଙ୍କଠାରେ ଇବୋଲା ଭାଇରସ ଲକ୍ଷଣ। ଏନେଇ କେନ୍ଦ୍ର…

OAS ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କଲେ କେନ୍ଦ୍ରାପଡ଼ା ଝିଅ: ବିଜୟନଗରରେ ଉତ୍ସବ ମାହୋଲ

ମହାକାଳପଡ଼ା, ୨୭।୫ (ପ୍ରତାପ ଚନ୍ଦ୍ର ସ୍ୱାଇଁ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳ ବିଜୟନଗର ଗ୍ରାମର…

ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା: ପୂରଣ ହେବ ଏତେ ପଦବୀ

ଭୁବନେଶ୍ୱର, ୨୭।୫: ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା। ୭୬୬୪ ପଦବୀ ପୂରଣ ପାଇଁ ଓ ସରକାରଙ୍କ ଗୃହ ବିଭାଗ ଦ୍ୱାରା OUSSSCକୁ ଚିଠି ଲେଖାଯାଇଛି।…

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ-୨୦୨୬: ଜିଲା ପ୍ରଶିକ୍ଷଣ ବର୍ଗରେ ଯୋଗଦେଲେ ମନ୍ତ୍ରୀ

ଦାରିଙ୍ଗବାଡି, ୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ରାଣୀଦୁର୍ଗା ରେସିଡେନ୍ସୀ ପରିସର ମଧ୍ୟରେ ଭାଜପା ପକ୍ଷରୁ ୨ ଦିନିଆ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ଅଭିଯାନ -୨୦୨୬…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri