ବନ୍ତଳା, ମାଧପୁରରେ ଭୁଶୁଡ଼ିଲା ଘର

ବନ୍ତଳା/ମାଧପୁର, ୯।୯(ଡି.ଏନ.ଏ.) ଲଗାଣ ବର୍ଷା ଯୋଗୁ ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଢିପସାହିରେ ରଞ୍ଜନ ମୁଖୀଙ୍କ ଘର ଭାଙ୍ଗିଯାଇଛି। ଫଳରେ ତାଙ୍କ ପରିବାରର ୩ ଜଣ ଆହତ ହୋଇଛନ୍ତି। ରଞ୍ଜନ ମୁଖୀ (୪୮), ସ୍ତ୍ରୀ ଦିଲ୍ଲୀ ମୁଖୀ(୪୫), ପଦ୍ମିନୀ ମୁଖୀ(୩୫), ଜଗନ ମୁଖୀ (୨୨), ଜଗଦୀଶ ମୁଖୀ(୧୫), ଯସ୍ମିନ ମୁଖୀ(୧୩), ରାକେଶ ମୁଖୀ(୧୦) ଘରେ ଶୋଇଥିବାବେଳେ ଘର ଭାଙ୍ଗିଯାଇଥିଲା। ଫଳରେ ଏବେ ପୂରା ପରିବାର ବାହାରେ ଖୋଲା ଆକାଶ ତଳେ ଆଶ୍ରୟ ନେଇଛନ୍ତି। ସେହିପରି ଆଠମଲ୍ଲିକ ବ୍ଲକ ମାଧପୁର ପଞ୍ଚାୟତ ଗଦାଧରପୁର ଗ୍ରାମର ଦିଗାମ୍ବର ବାଘ ଏବଂ ଦୋଳଗୋବିନ୍ଦ ପ୍ରଧାନଙ୍କ ୨ ବଖରା ଲେଖାଏଁ ଘର କାନ୍ଥ ଭୁଶୁଡ଼ି ପଡିଛି। ଫଳରେ ପୂରା ପରିବାର ବାସହରା ହୋଇପଡିଛନ୍ତି। ଏ ସମ୍ପର୍କରେ ସେମାନେ ମାଧପୁର ରାଜସ୍ବ ନିରୀକ୍ଷକଙ୍କୁ ଜଣେଇବା ପାଇଁ ଆସିଥିଲେ ମଧ୍ୟ ଅଧିକାରୀ ଅନୁପସ୍ଥିତ ଥିବାରୁ ଫେରିଯାଇଛନ୍ତି। ତୁରନ୍ତ କ୍ଷତିଗ୍ରସ୍ତ ପରିବାରକୁ ସହାୟତା ଯୋଗାଇଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ବାହୁଡ଼ା ଯାତ୍ରା: ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟକ୍ତି….

ଭଞ୍ଜନଗର,୨୪।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କୁଲାଡ ବାହୁଡ଼ା ଯାତ୍ରା ଐତିହାସିକ ଓ ପ୍ରସିଦ୍ଧ। ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଶହ ଶହ ବର୍ଷ ଧରି…

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ଆନ୍ଧ୍ରରୁ ଚୋରି ଗଞ୍ଜାମରେ ଚାଲାଣ: ୫ ଦାମୀ ବାଇକ ସହ ଯୁବକ ଗିରଫ

ଛତ୍ରପୁର, ୨୪।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରୁ ୫ଟି ଦାମୀ ମୋଟରସାଇକେଲ ଚୋରି କରି ଗଞ୍ଜାମ ଜିଲାରେ ଚାଲାଣ କରୁଥିବା ଜଣେ ଯୁବକଙ୍କୁ…

ଶ୍ରୀମନ୍ଦିର ଅଭିମୁଖେ ୩ ରଥ, ଘଣ୍ଟଘଣ୍ଟାରେ କମ୍ପୁଛି ଶ୍ରୀକ୍ଷେତ୍ର

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦିରେ ଲୀଳାଖେଳା ସାରି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି ମହାପ୍ରଭୁ । ଶ୍ରୀମନ୍ଦିର ଅଭିମୁଖେ ଗଡୁଛି ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ରଥ।…

Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri