Posted inରାଜ୍ୟ

ବନ୍ଦ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର, ୮।୧(ବ୍ୟୁରୋ):କେନ୍ଦ୍ର ସରକାରଙ୍କ ଜନବିରୋଧୀ ତଥା ରାଷ୍ଟ୍ରଦ୍ରୋହୀ ନୀତିର ପ୍ରତିବାଦ କରିବା ସହ ୧୨ ଦଫା ଦାବି ନେଇ ୧୦ ଟ୍ରେଡ୍‌ ୟୁନିୟନ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି। ବନ୍ଦକୁ ସମର୍ଥନ କରିଛି କଂଗ୍ରେସ ଓ ଅନ୍ୟ କେତେକ ସଂଗଠନ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ପୋଲିସ ପକ୍ଷରୁ ରାଜ୍ୟରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିଶେଷକରି କଟକ, ଭୁବନେଶ୍ୱର, ପୁରୀ, ରାଉରକେଲା, ସମ୍ବଲପୁର, ବ୍ରହ୍ମପୁର, ଭଦ୍ରକ, କେନ୍ଦ୍ରାପଡା, ପାରାଦୀପ, କୋରାପୁଟ, ବାଲେଶ୍ୱର ଓ ଜଗତ୍‌ସିଂହପୁର ଜିଲାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ବଢାଇ ଦିଆଯାଇଛି। ବନ୍ଦ ସମୟରେ ଯେପରି କୌଣସି ସ୍ଥାନରେ ହିଂସା ନ ଘଟେ ସେଥିପ୍ରତି ସତର୍କ ଦୃଷ୍ଟି ରଖିବାକୁ ସମସ୍ତ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଲ’ ଆଣ୍ଡ୍‌ ଅର୍ଡର ଦାୟିତ୍ୱରେ ଥିବା ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ରାଜ୍ୟର ପ୍ରମୁଖ ସହରଗୁଡିକକୁ ଆବଶ୍ୟକତା ଅନୁଯାୟୀ ପୋଲିସ ଫୋର୍ସ ପଠାଯାଇଛି। କେଉଁ ସ୍ଥାନରେ ସେମାନଙ୍କୁ ମୁତୟନ କରାଯିବ ଓ କେଉଁଠି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ ତାହା ଏସ୍‌ପିମାନେ ସ୍ଥିର କରିବେ। ବନ୍ଦ ପାଳନ ସମୟରେ କୌଣସି ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିଲେ ତାହାର ମୁକାବିଲା ପାଇଁ ପୂରା ପୋଲିସ ପ୍ରଶାସନ ପ୍ରସ୍ତୁତ ରହିଛି। କୌଣସି ପ୍ରକାର ହିଂସାକୁ ପ୍ରଶ୍ରୟ ଦିଆଯିବ ନାହିଁ। ଯେଉଁମାନେ ହିଂସା ଘଟାଇବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏପରି କି ରେଲ୍‌ଓ୍ବେ, ସରକାରୀ ବସ୍‌, ସରକାରୀ ଅଫିସ୍‌ ଆଦିରେ ସୁରକ୍ଷା ବ୍ୟବସ୍ଥା ହୋଇଛି। ସରକାରୀ ଅଫିସ ଆଗରେ ପୋଲିସ ମୁତୟନ ରହିବେ। ଆମେ ଆଶା କରୁଛୁ ଆନ୍ଦୋଳନ ଶାନ୍ତିପୂର୍ଣ୍ଣଭାବେ ଶେଷ ହେବ ବୋଲି ଏଡିଜି ପ୍ରିୟଦର୍ଶୀ କହିଛନ୍ତି।
ଅନ୍ୟପକ୍ଷରେ ଗୃହ ବିଭାଗ ପକ୍ଷରୁ ସ୍ବତନ୍ତ୍ର ବିଜ୍ଞପ୍ତି ମାଧ୍ୟମରେ ସମସ୍ତ ଜିଲାପାଳ ଓ ଜିଲା ମାଜିଷ୍ଟ୍ରେଟ୍‌ଙ୍କୁ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। କଂଗ୍ରେସ ଓ ଟ୍ରେଡ୍‌ ୟୁନିୟନ ପକ୍ଷରୁ କୁହାଯାଇଛି ଯେ, ଏହି ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ ରହିବ। କୌଣସି ପ୍ରକାର ହିଂସା ନ ଘଟାଇବା ପାଇଁ ସମସ୍ତ କର୍ମୀଙ୍କୁ କୁହାଯାଇଛି। ଏଥିରେ ସହଯୋଗ କରିବାକୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri