ବନ୍ଦ ହୋଇଯିବ ଆଦିତ୍ୟ ବିର୍ଲା ଆଇଡିଆ ପେମେଣ୍ଟସ ବ୍ୟାଙ୍କ

ନୂଆଦିଲ୍ଲୀ,୨୧-୭: ନୂଆ ଯୁଗର ପେମେଣ୍ଟ ବ୍ୟାଙ୍କ ପ୍ରଦର୍ଶନ ଅତ୍ୟନ୍ତ ଖରାପ ରହିଛି। ଭୋଡ଼ାଫୋନର ଏମ୍‌ ପୈସା ପରେ ଆଦିତ୍ୟ ବିର୍ଲା ଆଇଡିଆ ପେମେଣ୍ଟସ ବ୍ୟାଙ୍କ ବନ୍ଦ ହୋଇଯିବ। ମାତ୍ର ୧୭ ମାସ ପୂର୍ବେ ଆରମ୍ଭ ହୋଇଥିବା ଏହି ବ୍ୟାଙ୍କ ଆସନ୍ତା ୨୬ରୁ ସମସ୍ତ ନେଣଦେଣ ବନ୍ଦ କରିବାକୁ ଘୋଷଣା କରିଛି। ଗ୍ରାହକ ନିଜ ଆକାଉଣ୍ଟରେ ଥିବା ଟଙ୍କାକୁ ଅନ୍ୟ ବ୍ୟାଙ୍କକୁ ସ୍ଥାନାନ୍ତର କରିବାକୁ ଆଇଡିଆ ପେମେଣ୍ଟ ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ଭୋଡାଫୋନ ଆଇଡିଆ ପକ୍ଷରୁ କୁହାଯାଇଛି ଯେ, ବ୍ୟାଙ୍କ ବନ୍ଦ କରିବା ଲାଗି ନିୟାମକୀୟ ଅନୁମତି ମିଳିଯାଇଛି। ବ୍ୟାଙ୍କ ପକ୍ଷରୁ ଶୁକ୍ରବାର ଷ୍ଟକ୍‌ ଏକ୍ସଚେଞ୍ଜକୁ ଏ ସମ୍ପର୍କରେ ଜଣାଇ ଦିଆଯାଇଛି। ଅପେକ୍ଷାକୃତ ସଫଳତା ନ ମିଳିବା କାରଣରୁ ବ୍ୟାଙ୍କ ବ୍ୟବସାୟକୁ ଆଗକୁ ବଢ଼ାଇବା ସମ୍ଭବ ନୁହେଁ ବୋଲି ବ୍ୟାଙ୍କ କହିଛି। ଗ୍ରାହକ ଅନ୍‌ଲାଇନ, ମୋବାଇଲ ବ୍ୟାଙ୍କିଙ୍ଗ ଅଥବା ନିକଟସ୍ଥା ବ୍ୟାଙ୍କିଙ୍ଗ ପଏଣ୍ଟକୁ ଯାଇ ନିଜର ବାଲାନ୍ସ ଟ୍ରାନ୍ସଫର କରିପାରିବେ। ଏଥିପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି ବୋଲି ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ଆଦିତ୍ୟ ବିର୍ଲା ନୁଭୋ ଏବଂ ଆଇଡିିଆ ସେଲ୍ୟୁଲାର ଯୁଗ୍ମ ଭାବେ ଆଦିତ୍ୟ ବିର୍ଲା ଆଇଡିଆ ପେମେଣ୍ଟ ବ୍ୟାଙ୍କ ପ୍ରତିଷ୍ଠା କରିଥିଲେ। ରେଗୁଲେଟୋରୀ ସର୍ତ୍ତ ପୂରଣ କରିବା ଲାଗି ୧୮ ମାସ ସମୟ ଦିଆଯାଇଥିଲା। ପରେ ୭ ଜଣ ଆବେଦନକାରୀଙ୍କୁ ପେମେଣ୍ଟ ବ୍ୟାଙ୍କ ଲଞ୍ଚ କରିବାକୁ ଫାଇନାଲ ଲାଇସେନ୍ସ ମିଳି ଥିଲା। ୨୦୧୬ରେ ଆଇଡିଆ ସେଲ୍ୟୁଲାର ଏହାର ସହଯୋଗୀ କମ୍ପାନୀ ଆଇଡିଆ ମୋବାଇଲ କମର୍ସ ସର୍ଭିସେସ୍‌କୁ ପେମେଣ୍ଟ ବ୍ୟାଙ୍କରେ ମିଶାଇ ଦେଇଥିଲା। ଏଥିରେ ଆଦିତ୍ୟ ବିର୍ଲା ନୁଭୋର ୫୧% ଅଂଶଧନ ରହିଛି। ବ୍ୟାଙ୍କରେ ପ୍ରାୟ ୨୦୦ କର୍ମଚାରୀ ଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କୁ ଗ୍ରୁପ୍‌ର ଅନ୍ୟ କମ୍ପାନୀକୁ ସ୍ଥାନାନ୍ତର କରାଯାଇଥିବା ବେଳେ କେତେକଙ୍କୁ ଚାକିରି ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି। ମିଡିଆ ରିପୋର୍ଟ ଅନୁଯାୟୀ, ଡିସେମ୍ବର, ୨୦୧୮ ସୁଦ୍ଧା ପେମେଣ୍ଟ ବ୍ୟାଙ୍କ ମାତ୍ର ୫.୬୨ କୋଟି ଟଙ୍କା ଜମା କରିପାରିଥିଲା। ଏହି ସେଗମେଣ୍ଟରେ ଏୟାରଟେଲ ପେମେଣ୍ଟସ ବ୍ୟାଙ୍କ ଓ ପେଟିଏମ୍‌ ପେମେଣ୍ଟସ ବ୍ୟାଙ୍କ କାର୍ଯ୍ୟ କରୁଛି। ଡିସେମ୍ବର ୨୦୧୮ ସୁଦ୍ଧା ସମସ୍ତ ପେମେଣ୍ଟ ବ୍ୟାଙ୍କ ନିକଟରେ ୭୮୦ କୋଟି ଟଙ୍କା ରହିଛି। କଡ଼ା କଓ୍ବୋଇସି ନିୟମ ଏବଂ ପ୍ରତିଯୋଗିତା ଯୋଗୁ ପେମେଣ୍ଟସ ବ୍ୟାଙ୍କ ସେଗ୍‌ମେଣ୍ଟ ଆଗେଇ ପାରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?