ବନ୍ଦ ହୋଟେଲରୁ ମ୍ୟାନେଜରଙ୍କ ଗଳିତ ମୃତଦେହ ଉଦ୍ଧାର

ଭୁବନେଶ୍ୱର,୧୭ା୪ (ବ୍ୟୁରୋ)- ନୟାପଲ୍ଲୀ ଥାନା ଅନ୍ତର୍ଗତ ଇନ୍ଦ୍ରଧନୁ ମାର୍କେଟ କମ୍ପ୍ଲେକ୍ସରେ ଥିବା ଏକ ହୋଟେଲରୁ ମ୍ୟାନେଜରଙ୍କ ଗଳିତ ମୃତଦେହକୁ ପୋଲିସ ବୁଧବାର ଉଦ୍ଧାର କରିଛି। ମୃତକ ହେଲେ ଖୋର୍ଦ୍ଧା ଜିଲା ପୋଡ଼ପାଟଣା ଗ୍ରାମର ଜଗନ୍ନାଥ ସୁବୁଦ୍ଧିଙ୍କ ପୁଅ ଶିବରାମ ସୁବୁଦ୍ଧି(୪୮)। ପାରିପାର୍ଶ୍ୱିକ ସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ବୋଲି କୁହାଯାଉଥିବାବେଳେ ପୋଲିସ ଏନେଇ ୫୨/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
ସୂଚନା ମୁତାବକ, ଶିବରାମ ଉକ୍ତ ହୋଟେଲର ସମସ୍ତ ପରିଚାଳାନ କାର୍ଯ୍ୟ ତୁଲାଉଥିଲେ। ଗତ ୪ଦିନ ହେବ ହୋଟେଲ ବନ୍ଦ ଥିବାବେଳେ ବୁଧବାର ଭିତରୁ ଦୁର୍ଗନ୍ଧ ବହାରିଥିଲା। ଏ ନେଇ ସ୍ଥାନୀୟ ଲୋକେ ହୋଟେଲ ନିକଟରେ ପହଞ୍ଚତ୍ଥିଲେ। ମାତ୍ର ତାହା ବନ୍ଦ ଥିବାରୁ ସନ୍ଦେହ କରି ସେମାନେ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ବା ପରେ କବାଟ ତାଡି ଭିତରକୁ ପଶିଥିଲା। ଏକ ମୃତଦେହ ତଳେ ପଡ଼ିଥିବା ଓ ତାହା ପଚିସଢ଼ି ଦୁର୍ଗନ୍ଧ ବାହାରୁଥିଲା। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କ୍ୟାପିଟାଲ ହସ୍ପିଟାଲ ପଠାଇଥିଲା। ଏ ସଂକ୍ରାନ୍ତରେ ଥାନା ଅଧିକାରୀ ଅରୁଣ କୁମାର ସ୍ବାଇଁ କହିଛନ୍ତି, କବାଟ ଭିତରୁ ବନ୍ଦଥିବାବେଳେ ପ୍ରାଥମିକ ତଦନ୍ତ ଓ ପାରିପାର୍ଶ୍ୱିକ ପରିସ୍ଥିତିରୁ ସେ ଆତ୍ମହତ୍ୟା କରିଥିବା ନେଇ ସନ୍ଦେହ କରାଯାଉଛି। ପୁରୀରେ ରହୁଥିବା ହୋଟେଲ ମାଲିକଙ୍କୁ ଏ ନେଇ ଖବର ଦିଆଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Puri Koraput Expressର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ପୁରୀ,୬।୭: ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ସୋମବାର ଶୁଭାରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ…

ଏନ୍‌ଏଚ୍–୫୫ ନିର୍ମାଣରେ ଅନିୟମିତତା: ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ପ୍ରୋଜେକ୍ଟ ମ୍ୟାନେଜରଙ୍କ ନାଁରେ ଏଫ୍‌ଆଇଆର୍

ଜଗତସିଂହପୁର, ୬।୭: ଜାତୀୟ ରାଜପଥ–୫୫ (ଏନ୍‌ଏଚ୍–୫୫)ର ନିର୍ମାଣ କାର୍ଯ୍ୟରେ ମନ୍ଥର ଗତି ଏବଂ ନିମ୍ନମାନର କାମକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଘଟଣାରେ…

୯ରେ ଖୋଲିବ ହୀରାକୁଦ ଗେଟ୍‌

ସମ୍ବଲପୁର,୬।୭(ପ୍ରମୋଦ ବହିଦାର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ବଢ଼ିବାରେ ଲାଗିଛି। ଜଳଭଣ୍ଡାର ଉତ୍ତମ ପରିଚାଳନା ପାଇଁ ଆସନ୍ତା ଜୁଲାଇ ୯ ତାରିଖ…

ବିପଦଜନକ ‘ସୁଇଚ୍ ଭାଲ୍ ଚାମ୍ବର’: ଥୁଆମୂଳ ରାମପୁରରେ ଦୁଇଟି ପୃଥକ୍ ସ୍ଥାନରେ ଗାତରେ ଗଳିଲା କାର୍

ଥୁଆମୂଳ ରାମପୁର, ୬ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ସଦର ମହକୁମାରେ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଚାଳକ । ବସୁଧା…

ପ୍ରବଳ ବର୍ଷାର ସୁଯୋଗ ନେଇ ଏଲଆଇ ପଏଣ୍ଟରୁ ବିଦ୍ୟୁତ ତାର ଚୋରି, ଥାନାରେ ମାମଲା

କେସିଙ୍ଗା,୬।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ-କାଣ୍ଡେଲ ଗ୍ରାମ ନିକଟରେ ଥିବା ବିଦ୍ୟୁତ ଖୁଣ୍ଟରୁ ତାର ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । ଦେହେରେନ…

ରାଜକନିକାରେ ଚାଞ୍ଚଲ୍ୟ, ଯୁବକଙ୍କ ହାତକୁ ଧାରୁଆ ଅସ୍ତ୍ରରେ ହାଣି ଫେରାର ମାରିଲେ…

ରାଜକନିକା,୬।୭(ସଞ୍ଜୟ କୁମାର ଦାଶ): ରାଜକନିକା ଥାନା ଅଞ୍ଚଳରେ ସୋମବାର ଦିବା ୧୦ ଘଟିକା ସମୟରେ ଘଟିଯାଇଛି ଏକ ଚାଞ୍ଚଲ୍ୟକର ଘଟଣା । ବରୁଣାଡିଆ ଗାଁର ଯୁବକ ଜଣକ…

୫୯ ନଂ ଜାତୀୟ ରାଜପଥରେ ମାଳମାଳ ଗାଈ-ଛେଳି, ଟ୍ରାଫିକ ସମସ୍ୟା ସହ ବଢୁଛି ଦୁର୍ଘଟଣା

ଦାରିଙ୍ଗବାଡି,୬ା୭(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ଗାଈ, ବଳଦ ଛେଳିଙ୍କ ଆଡ୍ଡାସ୍ଥଳୀ ପାଲଟିଛି । ଏବେ ଲଗାଣ…

ରାସ୍ତା ପାଲଟିଛି ମରଣଯନ୍ତା, ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ନିକଟରେ କୃତ୍ରିମ ପୋଖରୀ….

ଲାଞ୍ଜିଗଡ,୬ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ସହର ଲାଞ୍ଜିଗଡ ଥାନା ପଛପଟ ତଥା ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ନିକଟସ୍ଥ ରାସ୍ତା ମରଣଜନ୍ତା ପାଲଟିଛି । ପୋଖରୀ ନିକଟସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri