ବନ୍ଦର ନିଷିଦ୍ଧାଞ୍ଚଳକୁ ଗଡ଼ିଲା ବସ୍‌ : ଅକ୍ଟୋବର ୧ରୁ ଦୁଇଚକିଆ ବନ୍ଦ

ପାରାଦୀପ,୧୪ା୯(ସ୍ବ.ପ୍ର.): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରେ ଆସନ୍ତା ଅକ୍ଟୋବର ୧ ରୁ ସମ୍ପୂର୍ଣ୍ଣ ଭାବେ ବାଇକ, ସାଇକେଲ ଆଦି ଦୁଇଚକିଆ ଚଳାଚଳ ବନ୍ଦ କରାଯିବ। କର୍ମଚାରୀ ଓ ଶ୍ରମିକଙ୍କ ସୁରକ୍ଷା ପାଇଁ ଏପରି ପଦକ୍ଷେପ ନିଆଯାଇଛି। ସେହି ଶ୍ରମିକ ଓ କର୍ମଚାରୀମାନଙ୍କ ଯାତାୟାତ ପାଇଁ ଶୁକ୍ରବାରଠାରୁ ବସ୍‌ ସେବା ଆରମ୍ଭ କରାଯାଇଛି। ଦେଶର ବୃହତ ବନ୍ଦରଗୁଡିକ ମଧ୍ୟରେ ପାରାଦୀପ ବନ୍ଦର ଏପରି ନିୟମ କରିବାରେ ପ୍ରଥମ ବୋଲି କୁହାଯାଉଛି। ଓଡ଼ିଶା ସରକାରଙ୍କ ରୋଡ୍‌ ଟ୍ରାନ୍ସପୋର୍ଟ କର୍ପୋରେଶନର ୪ଟି ବସ୍‌ ଚଳାଚଳ କରିଛି। ଭୋର ୫ଟାରେ ଜାହାଜ ସିଫ୍ଟ ପରିବର୍ତ୍ତନ ସମୟରେ ହର୍ନ ବାଜିବା ବେଳେ ବନ୍ଦର ନିଷିଦ୍ଧାଞ୍ଚଳକୁ ବସ୍‌ ପ୍ରବେଶ କରିଥିଲା। ବନ୍ଦର ଚିଫ୍‌ ମେରାଇନ ଇଞ୍ଜିନିୟର (ସିଏମ୍‌ଇ) ସରୋଜ କୁମାର ଦାସ ପତାକା ହଲାଇ ଏହାର ଶୁଭାରମ୍ଭ କରିଥିଲେ। ଏହି ସମୟରେ ବନ୍ଦର ଅଧ୍ୟକ୍ଷ ରିଙ୍କେଶ ରାୟ ଓ ଅନ୍ୟ ବିଭାଗୀୟ ମୁଖ୍ୟ ଉପସ୍ଥିତ ଥିଲେ। ଏହି ବସ୍‌ଗୁଡିକର ସମ୍ପୂର୍ଣ୍ଣ ଖର୍ଚ୍ଚ ବନ୍ଦର ବହନ କରିବ। ୨,୪ ଓ ୫ନଂ. ଗେଟ୍‌ ବାଟେ ଏହି ବସ୍‌ ୨୪ ଘଣ୍ଟା ଚଳାଚଳ କରିବ। ଏଥିସହ ସମସ୍ତ ବ୍ୟବହାରକାରୀ ସଂସ୍ଥାକୁ କୁହାଯାଇଛି ସେମାନେ ନିଜ କର୍ମଚାରୀ ଓ ଶ୍ରମିକଙ୍କ ପାଇଁ ଚାରିଚକିଆ ଯାନ ବ୍ୟବସ୍ଥା କରିବେ। ଏହା ଦ୍ୱାରା ଶ୍ରମିକ କର୍ମଚାରୀମାନେ ଦୁର୍ଘଟଣା ଓ ପ୍ରଦୂଷଣରୁ କିଛି ମାତ୍ରାରେ ସୁରକ୍ଷା ପାଇବେ ବୋଲି ଅଧ୍ୟକ୍ଷ ରାୟ କହିଛନ୍ତି। ଏହି ବ୍ୟବସ୍ଥାରେ ଯେଉଁମାନେ କାମ ଅଧାରୁ ପଳାଇ ଆସୁଥିଲେ ସେମାନେ ଆଉ ଠକି ପାରିବେ ନାହିଁ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri