ବନ୍ଦହେଲା ସାପ୍ତାହିକ ହାଟ

ଶଙ୍କରାଖୋଲ,୨୧ା୩(ଡି.ଏନ୍‌.ଏ.)

କରୋନା ସଂକ୍ରମଣ ନିୟନ୍ତ୍ରଣ କରିବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ୧୪୪ଧାରା ଜାରି କରିଥିବାବେଳେ ଚକାପାଦ ଓ ଟିକାବାଲି ବ୍ଲକର ବିଭିନ୍ନ ସ୍ଥାନରେ ସାପ୍ତାହିକ ହାଟ ବ୍ଲକ ପ୍ରଶାସନ ଟିକାବାଲି, ଚକାପାଦ ଥାନା ପକ୍ଷରୁ ବନ୍ଦ କରିଦିଆଯାଇଛି। ଚକାପାଦ, ଶଙ୍କରାଖୋଲ, ଲାଇନପଡା, ପାବୁରିଆ, ଟିକାବାଲିରେ ସାପ୍ତାହିକ ହାଟ ସମ୍ପୂର୍ଣ୍ଣ ବନ୍ଦ ରହିଥିବାବେଳେ କିଛି ତେଜରାତି ଦୋକାନ, ଚା’ ଦୋକାନ, ହୋଟେଲ ଖୋଲା ରହିଛି। ବଜାର ଶୂନ୍‌ଶାନ ରହୁଥିବା ଦେଖିବାକୁ ମିଳିଛି। ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚ କରାଯାଉଛି। ବ୍ଲକ ପ୍ରଶାସନ ପକ୍ଷରୁ ପ୍ରତି ପଞ୍ଚାୟତ କାର୍ଯ୍ୟାଳୟରେ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇ ରାଜ୍ୟ ବାହାରେ କାମ କରୁଥିବା ଲୋକ ଘରକୁ ଫେରୁଥିବାବେଳେ ସେମାନଙ୍କ ଉପରେ ନଜର ରଖି ପଞ୍ଜୀକରଣ କରାଇବାକୁ ଡାକ୍ତରଖାନା ପଠାଯାଉଛି। କିନ୍ତୁ ସ୍ବାସ୍ଥ୍ୟ ବିଭାଗ କରୋନା ନେଇ ଗ୍ରାମାଞ୍ଚଳରେ ଯେତିକି ସଚେତନତା କରାଇବା କଥା ତାହା କରିପାରୁନାହିଁ। ଏପଟେ ସାପ୍ତାହିକ ହାଟ ଓ ବିଭିନ୍ନ ଦୋକାନ ବଜାର ବନ୍ଦ ରହିଥିବାରୁ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଗ୍ରାମାଞ୍ଚଳର ଜନସାଧାରଣ କିଣିବାରେ ଅସୁବିଧା ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri