‘ବନ୍ଦେ ଉତ୍କଳ ଜନନୀ: ଅତୀତ ଓ ବର୍ତ୍ତମାନ’ ପୁସ୍ତକ ପ୍ରକାଶିତ

ଭୁବନେଶ୍ୱର,୨୪।୭: କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ କାଳଜୟୀ କବିତା ‘ବନ୍ଦେ ଉତ୍କଳ ଜନନୀ’କୁ ନେଇ ଏକ ଗବେଷଣାତ୍ମକ ପୁସ୍ତକ ପ୍ରକାଶ ପାଇଛି। ଯୁବ ଗବେଷକ ତଥା କର୍ନାଟକ ମୈସୂରୁସ୍ଥିତ କେନ୍ଦ୍ରୀୟ ଭାରତୀୟ ଭାଷା ସଂସ୍ଥାନରେ କାର୍ଯ୍ୟରତ ଡକ୍ଟର ସନ୍ତୋଷ କୁମାର ମହାନ୍ତି ଏହି ବହିଟିକୁ ଲେଖିଛନ୍ତି। ବିଶିଷ୍ଟ ଲେଖକ ତଥା ଧଉଳି ବୁକ୍ସର ପ୍ରକାଶକ ମନୁ ଦାଶ ଏହାର ପ୍ରକାଶକ ଅଛନ୍ତି। ପ୍ରକାଶ ଯେ, ୧୯୧୩ରେ ପୁରୀରେ ଅନୁଷ୍ଠିତ ଉତ୍କଳ ସମ୍ମିଳନୀର ନବମ ଅଧିବେଶନରେ ‘ବନ୍ଦେ ଜନନୀ’ ଶୀର୍ଷକରେ ଏହି କବିତାଟି ପ୍ରଥମେ ଗାନ କରାଯାଇଥିଲା। ୨୦୨୦ ଜୁନ୍‌ ୭ ତାରିଖରେ ଓଡ଼ିଶା ସରକାର ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତର ମାନ୍ୟତା ଦେଇଥିବା ବେଳେ ଚଳିତ ବର୍ଷ ଜୁନ୍‌ ୨୩ରେ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହାକୁ ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯାଇଛି। ପ୍ରକାଶିତ ଏହି ବହିରେ ମୋଟ୍‌ ୨୫ଟି ଅଧ୍ୟାୟରେ ରାଜ୍ୟ ସଙ୍ଗୀତ ସମ୍ପର୍କିତ ପ୍ରାୟ ସମସ୍ତ ପ୍ରସଙ୍ଗର ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଛି। ରାଜ୍ୟ ସଙ୍ଗୀତ ସମ୍ପର୍କରେ ଅନେକ ତଥ୍ୟ, ସରକାରୀ ବିବରଣୀ, ଉତ୍କଳ ସମ୍ମିଳନୀ ବିବରଣୀ, ଓଡ଼ିଶା ଉଚ୍ଚ ନ୍ୟାୟାଳୟର ଆଦେଶ, ବିଭିନ୍ନ ଚିଠିପତ୍ର, ପୁରୁଣା ବହି, ପତ୍ରପତ୍ରିକା, ପୁରାତନ ଖବରକାଗଜ ‘ଉତ୍କଳ ଦୀପିକା’, ‘ସମ୍ବଲପୁର ହିତୈଷିଣୀ’ରୁ ପୁସ୍ତକ ପ୍ରସ୍ତୁତି ପାଇଁ ଆବଶ୍ୟକ ତଥ୍ୟ ସଂଗ୍ରହ କରାଯାଇଛି। ଏଥିସହିତ ଦେଶର ୧୦ଟି ରାଜ୍ୟ ସଂଗୀତ ଓଡ଼ିଆ ଲିପିରେ ପ୍ରସ୍ତୁତ ହୋଇଛି। ଏହି ପୁସ୍ତକରେ ୧୧୧ଟି ଫଟୋ ବା ପ୍ରତିଲିପି ସ୍ଥାନ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri