ବନ୍ଦେ ଭାରତରେ ନିଯୁକ୍ତ ହେଲେ ଟ୍ରେନ ହୋଷ୍ଟେସ

ନୂଆଦିଲ୍ଲୀ,୬-୮: ଦିଲ୍ଲୀରୁ ବାରାଣସୀକୁ ଚାଲୁଥିବା ସେମି ହାଇସ୍ପିଡ୍‌ ଟ୍ରେନ ବନ୍ଦେ ଭାରତ ଏକ୍ସପ୍ରେସରେ ଏଣିକି ଏୟାର ହୋଷ୍ଟେସ୍‌ଙ୍କ ଭଳି ଟ୍ରେନ ହୋଷ୍ଟେସ ଯାତ୍ରୀଙ୍କୁ ସେବା ଯୋଗାଇବେ। ଏହି ପାଇଲଟ ପ୍ରକଳ୍ପ ପାଇଁ ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟୁରିଜିମ୍‌ କର୍ପୋରେଶନ(ଆଇଆର୍‌ସିଟିସି)କୁ ଦାୟିତ୍ୱ ଦିଆଯାଇଛି। ଇତିମଧ୍ୟରେ ୩୪ ଜଣ ପ୍ରଶିକ୍ଷିତ ଟ୍ରେନ ହୋଷ୍ଟେସ ଓ ଫ୍ଲାଇଟ୍‌ ଷ୍ଟିଓ୍ବାର୍ଡଙ୍କୁ ଦିଲ୍ଲୀ-ବାରାଣସୀ ବନ୍ଦେ ଭାରତ ଏକ୍ସପ୍ରେସରେ ନିଯୁକ୍ତି ଦିଆସରିଛି ବୋଲି ମିଡିଆ ରିପୋର୍ଟରୁ ପ୍ରକାଶ। ଆଇଆର୍‌ସିଟିସି ମୁଖପାତ୍ରଙ୍କ କହିବାନୁଯାୟୀ, ଭାରତୀୟ ରେଳବାଇ ପକ୍ଷରୁ ଯାତ୍ରୀଙ୍କୁ ପ୍ରିମିୟମ ସେବା ଯୋଗାଇ ଦେବା ଲାଗି ପ୍ରୟାସ କରାଯାଉଛି। ସାଧାରଣତଃ ଲାଇସେନ୍ସ ପାଇଥିବା କ୍ୟାଟେରର୍‌ଙ୍କ ମାଧ୍ୟମରେ ଟ୍ରେନରେ ଖାଦ୍ୟପଦାର୍ଥ ଯୋଗାଉଥିବା ବ୍ୟକ୍ତିଙ୍କୁ ମାସିକ ୮ରୁ ୧୦ ହଜାର ଟଙ୍କା ପାରିଶ୍ରମିକ ମିଳିଥାଏ। କିନ୍ତୁ ବନ୍ଦେ ଭାରତ ଏକ୍ସପ୍ରେସରେ ନିଯୁକ୍ତ ଟ୍ରେନ ହୋଷ୍ଟେସଙ୍କୁ ମାସିକ ୨୫ ହଜାର ଟଙ୍କା ଦରମା ମିଳିବ। ଆସନ୍ତା ୬ ମାସ ପାଇଁ ଟ୍ରାୟାଲ ସେବା ଆରମ୍ଭ କରାଯାଇଛି। ଏହା ସଫଳ ହେଲେ ଏହାକୁ ଅନ୍ୟ ଏକ୍ସପ୍ରେସ୍‌ରେ ସମ୍ପ୍ରସାରଣ କରାଯିବ। ସୂଚନାଥାଉ କି, ଟ୍ରେନ ୧୮ର ନାମକୁ ପରିବର୍ତ୍ତନ କରାଯାଇ ବନ୍ଦେ ଭାରତ ଏକ୍ସପ୍ରେସ ରଖାଯାଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ପ୍ରଥମ ଯାତ୍ରାର ଶୁଭାରମ୍ଭ କରିଥିଲେ। ଏହି ଟ୍ରେନରେ ବିମାନ ଭଳି ଅତ୍ୟାଧୁନିକ ସୁବିଧା ଯୋଗାଇ ଦିଆଯାଇଛି। ଦିଲ୍ଲୀରୁ ବାରାଣସୀ ଏହା ମାତ୍ର ୮ ଘଣ୍ଟା ସମୟ ଲାଗିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri