ବନ୍ଧୁ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍‌

ଜୟପୁର,୧୭ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରସ୍ଥିତ ଜିଲା ଦୌରାଜଜ୍‌ ବିମଳ ଚାନ୍ଦ ମଙ୍ଗଳବାର ଏକ ହତ୍ୟା ମାମଲାର ଶୁଣାଣି କରି ବନ୍ଧୁ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି। ବୋରିଗୁମ୍ମା ଥାନା ଖଇରିମୁଣ୍ଡି ଗ୍ରାମର ବଳରାମ ହରିଜନ (୨୫)ଙ୍କୁ ଆଜୀବନ ଜେଲ୍‌ ସହ ୨୦ ହଜାର ଟଙ୍କା ଜରିମାନା ଶୁଣାଇଛନ୍ତି ଅଦାଲତ। ଜରିମାନା ଅନାଦାୟସ୍ଥଳେ ଅଧିକ ୬ ମାସ ଜେଲଦଣ୍ଡ ପାଇଁ ନିର୍ଦ୍ଦେଶ ରହିଛି।

ମାମଲା ଅନୁଯାୟୀ, ବଳରାମ ଓ ତାଙ୍କ ବନ୍ଧୁ ବୁଦୁରାମ ହରିଜନ ଗତ ମାର୍ଚ୍ଚ ୨୮ ଅପରାହ୍ନରେ ବାଇକରେ ନିକଟସ୍ଥ ଜାମୁଣ୍ଡା ଗ୍ରାମକୁ ଯାଇଥିଲେ। ସେଠାରେ କୌଣସି କଥାକୁ ନେଇ ବଚସା ହେବା ପରେ ବଳରାମ ଠେଙ୍ଗାରେ ବୁଦୁରାମଙ୍କୁ ଆକ୍ରମଣ କରିଥିଲେ। ଏଥିରେ ଗୁରୁତର ହୋଇଥିବା ବୁଦୁରାମଙ୍କୁ ପରିବାର ଲୋକେ ପ୍ରଥମେ ରାବଣାଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନେଇଥିଲେ। ସେଠାରୁ ତାଙ୍କୁ ଜୟପୁର ଓ ପରେ କୋରାପୁଟ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ତେବେ ୨୯ ତାରିଖରେ ଚିକିତ୍ସାଧୀନ ଅବସ୍ଥାରେ ବୁଦୁରାମଙ୍କ ମୃତ୍ୟୁ ହୋଇଥିଲା। ଏନେଇ ମୃତକଙ୍କ ଦାଦା କୁଶ ହରିଜନ ବୋରିଗୁମ୍ମା ଥାନାରେ ଏତଲା ଦେବା ପରେ ପୋଲିସ ହତ୍ୟା ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଥିଲା। ଏହି ମାମଲାରେ ୧୦ ଜଣଙ୍କ ସାକ୍ଷ୍ୟ ନିଆଯାଇଥିଲା। ସରକାରୀ ଓକିଲ ଶୈଳଜା ପଟ୍ଟନାୟକ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri