ବନ୍ଧୁକ ଦେଖାଇ ୯ ଲକ୍ଷ ଲୁଟ୍‌

ଜଳେଶ୍ୱର, ୨୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ନିକଟସ୍ଥ ୬୦ନଂ. ଜାତୀୟ ରାଜପଥର ଏକତାଳି ନିକଟରେ ଗୁରୁବାର ଅପରାହ୍ନରେ ଦୃର୍ବୃତ୍ତମାନେ ୬ଜଣ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ୯ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଜଳେଶ୍ୱର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଏକ ବୋଲେରୋ(ନଂ.ଓଡ଼ି-୦୪କେ-୧୩୧୯)ରେ ୬ଜଣ ବ୍ୟବସାୟୀ କଲିକତାରୁ ଚଣ୍ଡିଖୋଲ ଯାଉଥିଲେ। ପଶ୍ଚିମବଙ୍ଗରୁ ଏକ ସ୍କର୍ପିଓ ସେମାନଙ୍କ ପିଛା କରିଥିଲା। ଜଳେଶ୍ୱର ନିକଟସ୍ଥ ଏକତାଳି ଗ୍ରାମ ନିକଟରେ ରାସ୍ତା ଫାଙ୍କା ଥିବାରୁ ସ୍କର୍ପିଓ ଓଭରଟେକ କରି ବୋଲେରୋ ଆଗକୁ ଚାଲିଆସି ଅଟକାଇଥିଲା। ଗାଡ଼ି ଭିତରୁ ୬ଜଣ ଯୁବକ ବାହାରି ଆସି ଏକ ରାଉଣ୍ଡ ଗୁଳି ଚଳାଇବା ସହ ବ୍ୟବସାୟୀମାନଙ୍କ ଗାଡିର କାଚ ଭଙ୍ଗାରୁଜା କରିଥିଲେ। ଏହାସହ ସେମାନେ ଧମକ ଦେଇ ସମସ୍ତଙ୍କୁ ଗାଡିରୁ ଓହ୍ଲାଇ ମାରପିଟ୍‌ କରିଥିଲେ। ଏହାପରେ ଦୁର୍ବୃତ୍ତମାନେ ବ୍ୟବସାୟୀମାନଙ୍କ ପାଖରୁ ୯ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଛଡାଇନେଇ ପଳାଇଯାଇଥିଲେ। ଜଳେଶ୍ୱର ପୋଲିସ ପହଞ୍ଚି ଆହତ ବ୍ୟବସାୟୀମାନଙ୍କୁ ଚିକିତ୍ସା ପାଇଁ ପଠାଇଛି। ବ୍ୟବସାୟୀମାନଙ୍କ ମଧ୍ୟରେ ଚଣ୍ଡିଖୋଲର ସୁନୁ ଖାନ୍‌, ସେକ ବକ୍ସାର ରହମାନ ଓ ଅନ୍ୟ ୪ ଜଣ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜୀକରଣ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୁଷ୍ଟ: ସମସ୍ୟା ସମାଧାନ ନ କଲେ…

ମହାକାଳପଡ଼ା, ୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଗତ ୨ତାରିଖରୁ ଆରମ୍ଭ ହୋଇଛି। ହେଲେ ଚଳିତ ବର୍ଷ ଯେଉଁମାନଙ୍କ ନାମରେ ଆର୍‌ଓଆର୍‌ ବା…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ…

ବରଗଡ଼ରେ ଆଇନଶୃଙ୍ଖଳା ହୁଗୁଳା: ଅସୁରକ୍ଷିତ ମଣୁଛନ୍ତି ସହରବାସୀ

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇ ପଡ଼ିଛି। ବେଆଇନ ନିଶା କାରବାର ଯୋଗୁ ସହରରେ ଅପରାଧ ବଢ଼ି ଚାଲିଛି। ଦିନ ଦ୍ୱିପ୍ରହରେ ଘଟୁଥିବା ନିଶାଜନିତ…

ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ

ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍‌ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍‌ ତଳେ ଥିବା ଏକ…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri