ବନ୍ଧୁକ ମୁନରେ ୧ ଲକ୍ଷ ୨୨ ହଜାର ଲୁଟ୍‌

ପୁରୁଷୋତ୍ତମପୁର,୫ା୧୦(ଡି.ଏନ.ଏ.)-ପୁରୁଷୋତ୍ତମପୁର ଥାନା ଅରଖପୁର ଛକ ନିକଟରେ ପୁଣି ଦୁର୍ବୃତ୍ତମାନେ ଲୁଟିଥିବା ଅଭିଯୋଗ ହୋଇଛି। ଗ୍ରାହକ ସେବାକେନ୍ଦ୍ର ପରିଚାଳକ ସୁଦାମ ଗୌଡଙ୍କ ମୁଣ୍ଡରେ ବନ୍ଧୁକ ଲଗାଇବା ସହ ଛୁରି ଦେଖାଇ ହତ୍ୟା ଧମକ ଦେଇ ଗୁରୁବାର ୧ ଲକ୍ଷ ୨୨ ହଜାର ଟଙ୍କା, ମୋବାଇଲ ଓ ରେକର୍ଡପତ୍ର ଦୁର୍ବୃତ୍ତ ଲୁଟି ନେଇଛନ୍ତି। ସୁଦାମଙ୍କ ଏତଲା କ୍ରମେ ପୋଲିସ ନଂ. ୨୩୦/୧୯ରେ ମାମଲା ରୁଜୁ କରି ତଦନ୍ତ ଚଲାଇଛି। ମାତ୍ର ଲୁଟେରାଙ୍କ ପତ୍ତା ପାଇପାରିନାହିଁ। ଶିକୁଳା ଗ୍ରାମର ସୁଦାମ ଅରଖପୁର ଗ୍ରାମରେ ଗ୍ରାହକ ସେବା କେନ୍ଦ୍ର ମିନିବ୍ୟାଙ୍କ କରିଥିଲେ। ଗୁରୁବାର ସକାଳେ ସେ ନିଜ ଗ୍ରାମରୁ ଟଙ୍କା ଓ ରେକର୍ଡ ପତ୍ର ଧରି ବାଇକ୍‌ ଯୋଗେ ଯିବା ବେଳେ ୩ ଜଣ ଦୁର୍ବୃତ୍ତ ହଠାତ୍‌ ଆସି ତାଙ୍କୁ ଅଟକାଇଥିଲେ। ପରେ ମୁଣ୍ଡରେ ବନ୍ଧୁକ ଲଗାଇ ଛୁରି ଦେଖାଇ ଟଙ୍କା, ମୋବାଇଲ, ରେକର୍ଡ ଲୁଟି ନେଇଛନ୍ତି। ସୂଚନାଯୋଗ୍ୟ, ଗତ କିଛି ଦିନ ତଳେ ଅରଖପୁର ପଞ୍ଚାୟତର ନିର୍ବାହୀ ଅଧିକାରୀ ଭତ୍ତା ଟଙ୍କା ବାଣ୍ଟିବା ଲାଗି ଯିବା ବେଳେ ତାଙ୍କ ଠାରୁ ମଧ୍ୟ ଟଙ୍କା, ବାଇକ୍‌, ରେକର୍ଡ ପତ୍ର ଲୁଟି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri