ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ, ଧର୍ମଗଡ ବିଧାୟକ

କଲମପୁର,୯।୮(ଡି.ଏନ.ଏ.)-୩ ଦିନ ଧରି ଲଗାଣ ବର୍ଷାରେ କଳାହାଣ୍ଡି ଜିଲା କଲମପୁର ବ୍ଲକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଅଞ୍ଚଳର ନଈକୂଳିଆ ଟେମରା, ପୋରୁଆଗୁଡା, ଖଙ୍ଗାରଗୁଡା, ସାନକୁଟ୍ରୁ, ବିରିପୁର, ମାଟିଖାଲ, ଜାମପଡା, କର୍ମେଲଡଙ୍ଗରୀଗୁଡା, କର୍ମେଲ, ବାଲିଛଡା, ଖଣ୍ଡିଡଙ୍ଗରୀଗୁଡା, ବଙ୍କାପଲା ଆଦି ଗଁାର ଲୋକେ ନାହିଁ ନ ଥିବା ଅସୁବିଧାରେ ସମ୍ମୁଖିନ ହୋଇଥିଲେ । ବିଶେଷ କରି ବିରିପୁର, ମାଟିଖାଲ, ବଙ୍କାପଲା ଏବଂ ବାଲିଛଡା ଗାଁରେ ବନ୍ୟାରେ ଅଧିକ ପ୍ରଭାବିତ ହୋଇଥିଲା। ଏହି ଗାଁର ଲୋକମାନଙ୍କୁ ସୁରକ୍ଷିତ ରଖିବା ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ସେମାନଙ୍କୁ କଲମପୁର ହାଇସ୍କୁଲକୁ ସ୍ଥାନାନ୍ତରିତ କରାଯାଇଥିଲା। କଲମପୁର ବିଡିଓ ହେମ ସାଗର ଭୋଇ ଓ ବ୍ଲକ କର୍ମଚାରୀମାନେ ନଇ କୁଳିଆ ଗାଁସବୁ ବୁଲି ପରିସ୍ଥିତି ଅନୁଧ୍ୟାନ କରି ଲୋକମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଇ ରନ୍ଧାଖାଦ୍ୟ ଯୋଗାଇ ଦେଇଥିଲେ। ଗୁରୁବାର ସକାଳେ ଧର୍ମଗଡ ବିଧାୟକ ମହୋଷଧି ବାଗ ଓ ଜିଲାପାଳ ଡ. ଗାଭାଲି ପରାଗ ହର୍ଷଦ ବିରିପୁର ଗସ୍ତ କରି ବନ୍ୟା ପ୍ରଭାବିତ ଘର ସବୁ ବୁଲି ଦେଖିଥିଲେ। ଭାଙ୍ଗିଯାଇଥିବା ଘର ସହ ଚାଷ ଜମିରେ ପାଣି ମାଡି ନଷ୍ଟ ହୋଇଥିବା ଲୋକଙ୍କୁ କ୍ଷତିପୂରଣ ଯୋଗାଇ ଦିଆଯିବ ବୋଲି କହିଥିଲେ। ଏହି ଅଞ୍ଚଳରେ ଆଉ ୨ଟି ବନ୍ୟା ଆଶ୍ରୟସ୍ଥଳି ନିର୍ମାଣ ପାଇଁ ସରକାରଙ୍କୁ ଅବଗତ କରିବି ବୋଲି ବିଧାୟକ ବାଗ କହିଥିଲେ। ସକାଳୁ ବିରିପୁରଠାରେ ଡାକ୍ତରୀ ଦଳ ପହଞ୍ଚତ୍ ଲୋକମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରି ଔଷଧ ବିତରଣ କରିଥିବା ବେଳେ କଲମପୁର ତହସିଲଦାର ସୃତି ରଞ୍ଜନ ମଲ୍ଲିକ, ବିଡିଓ ହେମ ସାଗର ଭୋଇ ଉପସ୍ଥିତ ରହି ଘର ଭାଙ୍ଗିଥିବା ପରିବାରକୁ ପଲିଥିନ ଯୋଗାଇଦେଇଥିଲେ। ବିରିପୁରର ଲୋକମାନଙ୍କୁ ରନ୍ଧାଖାଦ୍ୟ ବଣ୍ଟନ କରାଯାଇଥିଲା। ଏହି ସମୟରେ ବ୍ଲକ ଯୋଗାଣଧିକାରୀ ଦେବଧର ଧରୁଆ, କଲମପୁର ଫାଣ୍ଡି ଅଧିକାରୀ ମନରଞ୍ଜନ ଆଚାର୍ଯ୍ୟ, କମପୁର ପିଇଓ ଶ୍ୟାମ ପ୍ରଶାଦ ମିଶ୍ର, ମୀନଗୁର ପିଇଓ ଗଜାନନ୍ଦ ନାଏକ ପ୍ରମୁଖ ଉପସ୍ଥିତ ଥିଲେ। କଲମପୁର ଅଗ୍ନିଶମ ବିଭାଗ ମଧ୍ୟ ମିନଗୁର ଏବଂ କଲମପୁର ପଞ୍ଚାୟତରେ ରିଲିଫ କାର୍ଯ୍ୟରେ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri