ବଲାଙ୍ଗୀର ଜିଲାର ବନ୍ୟାଞ୍ଚଳ ପରିଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ, ସ୍ବତନ୍ତ୍ର ସହାୟତା ପାଇଁ ପ୍ରତିଶ୍ରୁତି

ବଲାଙ୍ଗୀର ଅଫିସ, ୧୬।୮: ବଲାଙ୍ଗୀର ଜିଲାର ବନ୍ୟାଞ୍ଚଳ ପରିଦର୍ଶନକରି ଶନିବାର ସମୀକ୍ଷା ବୈଠକରେ ଯୋଗଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ଜିଲାର ବନ୍ୟା ପରିସ୍ଥିତି ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା କରିବାକୁ ଜନପ୍ରତିନିଧି ଦାବି କରିଥିଲେ। କେନ୍ଦ୍ରମନ୍ତ୍ରୀ ପ୍ରଧାନ ବନ୍ୟାର ଭିଡିଓ ଫୁଟେଜ ଦେଖି ଏହି ଅଦ୍ଭୁତପୂର୍ବ ବନ୍ୟା ମୁକାବିଲାରେ ଅଂଶଗ୍ରହଣ କରିଥିବା ଜିଲା ପ୍ରଶାସନ, ପୋଲିସ ପ୍ରଶାସନ, ଏନ୍‌ଡିଆର୍‌ଏଫ, ଓଡ୍ରାଫ, ଅଗ୍ନିଶମ ବିଭାଗ କର୍ମଚାରୀ ଓ ଜିଲାର ଜନସାଧାରଣଙ୍କୁ ପ୍ରଶଂସା କରିଥିଲେ । ବଲାଙ୍ଗୀର ଜିଲା ପାଇଁ କେନ୍ଦ୍ର ସରକାରଙ୍କ ସ୍ବତନ୍ତ୍ର ସହାୟତା ପାଇଁ ସେ ପଦକ୍ଷେପ ନେବେ ବୋଲି କହିଥିଲେ । ସମୀକ୍ଷା ବୈଠକ ପୂର୍ବରୁ ସହରର ବରପାଲିପଡ଼ାର ବନ୍ୟା କ୍ଷତିଗ୍ରସ୍ତ ପୋଲ ପରିଦର୍ଶନ କରିଥିଲେ। ଏହା ପୂର୍ବରୁ ହେଲିକପ୍ଟର ଯୋଗେ ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ସୋନପୁର ଆଦି ଜିଲାର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଥିଲେ । ଏହି ବୈଠକରେ ରାଜ୍ୟ ବିରୋଧୀଦଳ ନେତା ପ୍ରଦୀପ୍ତ କୁମାର ନାଏକ, ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ, କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା, ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ, ବଲାଙ୍ଗୀର ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ମହାନନ୍ଦ, କଳାହାଣ୍ଡି ଜିଲା ପରିଷଦ ଅଧ୍ୟକ୍ଷା, ବଲାଙ୍ଗୀର ଜିଲାପାଳ ଅରିନ୍ଦମ ଡାକୁଆ, ଡିଆର୍‌ଡିଏ ପିଡି ଡ. ମହେଶ୍ବର ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri