ବନ୍ୟାରେ ୩୦୨ ହେକ୍ଟର ଚାଷଜମି ବାଲିଚର : ୧୨ଟି ପଞ୍ଚାୟତ ପ୍ରଭାବିତ

କର୍ଲାମୁଣ୍ଡା,୨୨।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଗତ ସପ୍ତାହରେ ପ୍ରବଳ ବର୍ଷାହେବା ଯୋଗୁ ବନ୍ୟା ପରିସ୍ଥିତି ଦେଖିବାକୁ ମିଳିଥିଲା। ଫଳରେ ବ୍ଲକର ୧୨ଟି ପଞ୍ଚାୟତର ଅଧିକାଂଶ ଗ୍ରାମ ପ୍ରଭାବିତ ହେବା ସହ ଚାଷୀଙ୍କ ରୁଆଧାନ ନଷ୍ଟ ହେବା ସାଙ୍ଗକୁ ମାଟିଘରଗୁଡିକ ଭୁଶୁଡ଼ି ପଡ଼ିଥିଲା। ବ୍ଲକର କିଛି ସ୍ଥାନରେ ଆର୍‌ଡି ଓ ପିଡବ୍ଲୁଡି ବିଭାଗ ପକ୍ଷରୁ ମରାମତି କାର୍ଯ୍ୟ ଆରମ୍ଭ ହୋଇଥିଲେ ହେଁ ପଞ୍ଚାୟତ ଓ ସମିତି ରାସ୍ତାଗୁଡିକର ମରାମତି ବର୍ତ୍ତମାନ ସୁଦ୍ଧା ହୋଇପାରି ନ ଥିବା ଜଣାପଡ଼ିଛି। କର୍ଲାମୁଣ୍ଡା ଠାରୁ ରିଞ୍ଜାକୁ ସଂଯୋଗ କରୁଥିବା ଆର୍‌ଡି ରାସ୍ତା ସରବରା ଯୋରଠାରେ ଥିବା ବ୍ରିଜର ଗୋଟିଏ ପାର୍ଶ୍ୱ ସମ୍ପୂର୍ଣ୍ଣ ଧ୍ୱଂସ ହୋଇଯାଇଥିଲେ ମଧ୍ୟ ବିଭାଗ ପକ୍ଷରୁ ମରାମତି କରାଯାଉ ନ ଥିବାରୁ ଚାରିଚକିଆ ଗାଡ଼ି ଯିବା ଆସିବା ଅସମ୍ଭବ ହୋଇପଡ଼ିଛି। ଅନ୍ୟପକ୍ଷରେ ଏହି ବ୍ଲକର ଉତେଇନଦୀ ଓ ତେଲନଦୀ ନିକଟରେ ଥିବା ତେରେକେଲା, ତେରେସିଂହା, ବିନ୍ଧାଣୀ, ବୁଢ଼ୀପଦର, ଖରଝୁରା, ପୁଟିଗାଁ, ସନ୍ଧିମୁଣ୍ଡା, ମାଲପଡ଼ା, ବାଗବୁରାଇ, ରିଞ୍ଜା, ଦେଗାଁ, ଖଲିଆପାଲି, ବୋରପଦର ରେଗେଡ଼ା, ଯୋଗିପଲା, ବିଜାପାଟି, ସାପଲହରା, କେର୍ଣ୍ଣାପଲା, ଏକାତରା, ଟେର୍ଚ୍ଚାପଲା ଆଦି ଗାଁରେ ରୁଆ ଧାନ ଚାଷରେ ବାଲିଚର ମାଡ଼ିଯାଇଛି। ଏହାବ୍ୟତୀତ କର୍ଲାମୁଣ୍ଡା ବ୍ଲକର ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ବୋରପଦର ପଞ୍ଚାୟତର ବତୀକୂପା,ପୁରଗୁଡ଼ିପଦରରେ ପାହାଡ଼ ପାଣି ଆସି ଚାଷ ଜମିକୁ ସମ୍ପୂର୍ଣ୍ଣ ଉଜାଡ଼ି ଦେଇଛି। ପ୍ରବଳ ବର୍ଷା ପାଣିରେ ରିଷିଡ଼ା ଅଞ୍ଚଳରେ ମଧ୍ୟ ଚାଷଜମି କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି। ଏନେଇ କର୍ଲାମୁଣ୍ଡା ଭାରପ୍ରାପ୍ତ ତହସିଲଦାର ସର୍ବେଶ୍ୱର ଜାଲଙ୍କୁ ପଚାରିବାରୁ ବନ୍ୟାରେ ବ୍ଲକର ୧୨ଟି ପଞ୍ଚାୟତରେ ମୋଟ ୩୦୨ ହେକ୍ଟର ଚାଷଜମିରେ ବାଲିଚର ଓ ୫୪ଟି ଘର ଘର ଭାଙ୍ଗିଥିବା ପ୍ରକାଶ କରିଛନ୍ତି। ଅନ୍ୟପଟେ କର୍ଲାମୁଣ୍ଡା କୃଷି ବିଭାଗ ପକ୍ଷରୁ ୬୨୧ ହେକ୍ଟର ଜମି ପ୍ରଭାବିତ ହୋଇଥିବା ସୂଚନା ଦେଇଛନ୍ତି। ତେବେ ଉଭୟ ବିଭାଗର ତଥ୍ୟରେ ତାଳମେଳ ରହୁ ନ ଥିବାରୁ ଉପଯୁକ୍ତ ତଦନ୍ତ ସହିତ ଚାଷୀଙ୍କୁ ସହାୟତା ଯୋଗାଇ ଦେବାକୁ କର୍ଲାମୁଣ୍ଡା କୃଷକ କଲ୍ୟାଣ ମଞ୍ଚ ଓ ଚାଷୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?