ବମ୍ବେ ହାଇକୋର୍ଟଙ୍କ ନିର୍ଦ୍ଦେଶ;ଚୋକ୍‌ସିଙ୍କ ମେଡିକାଲ ରିପୋର୍ଟ ଯାଞ୍ଚ କରିବେ ବିଶେଷଜ୍ଞ ଦଳ

ମୁମ୍ବାଇ,୨୫-୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ପ୍ରାୟ ସାଢ଼େ ୧୩ ହଜାର କୋଟି ଟଙ୍କାର ମହାଠକେଇ ମାମଲାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କ ମେଡିକାଲ ରିପୋର୍ଟ ପରୀକ୍ଷା ପାଇଁ ବମ୍ବେ ହାଇକୋର୍ଟ ସୋମବାର ଏକ ବିଶେଷଜ୍ଞ ଦଳ ଗଠନ କରିଛନ୍ତି। ଚୋକ୍‌ସିଙ୍କ ସ୍ବାସ୍ଥ୍ୟାବସ୍ଥାର ରିପୋର୍ଟ ଯାଞ୍ଚ କରିବା ପରେ ସେ ଆଣ୍ଟିଗୁଆରୁ ବିମାନରେ ଯାତ୍ରା କରିବାକୁ ସକ୍ଷମ କି ନା ଏହି ଦଳ ଜୁଲାଇ ୯ରେ ତାଙ୍କର ରିପୋର୍ଟ ହାଇକୋର୍ଟରେ ଦାଖଲ କରିବେ। ଜୁଲାଇ ୧୦ରେ ପରବର୍ତ୍ତୀ ଶୁଣାଣି ପାଇଁ ହାଇକୋର୍ଟ ଦିନ ଧାର୍ଯ୍ୟ କରିଛି। ଫେରାର ହୀରା ବ୍ୟବସାୟୀ ତାଙ୍କ ସ୍ବାସ୍ଥ୍ୟାବସ୍ଥାର ଦ୍ୱାହି ଦେଇ ଭାରତ ଆସିବାକୁ ମନା କରିଦେଇଛନ୍ତି। ନିକଟ ଅତୀତରେ ସେ ଅଦାଲତରେ ସତ୍ୟପାଠ ଦାଖଲ କରିଥିଲେ। ସେ ଦେଶରୁ ପଳାଇ ନାହାନ୍ତି, ବରଂ ନିଜର ଚିକିତ୍ସା ପାଇଁ ବିଦେଶ ଯାଇଛନ୍ତି ଏବଂ ବର୍ତ୍ତମାନ ଆଣ୍ଟିଗୁଆରେ ଅବସ୍ଥାନ କରୁଛନ୍ତି ବୋଲି ଚୋକ୍‌ସି ତାଙ୍କ ସତ୍ୟପାଠରେ ଦର୍ଶାଇଛନ୍ତି। ସ୍ବାସ୍ଥ୍ୟଗତ କାରଣରୁ ସେ ବିମାନଯାତ୍ରା କରିବାକୁ ଅସମର୍ଥ ବୋଲି ସତ୍ୟପାଠରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri