ବମ୍ବେରେ ନୀତି ଆୟୋଗର ଉଚ୍ଚ କ୍ଷମତାସମ୍ପନ୍ନ କମିଟି ବୈଠକ: ପ୍ରାଣୀପାଳନ, ମତ୍ସ୍ୟଚାଷ କ୍ଷେତ୍ରକୁ ବୀମାଭୁକ୍ତ କରାଯାଉ

ଭୁବନେଶ୍ୱର,୧୮।୮(ବ୍ୟୁରୋ): କୃଷି କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିବା ଆବଶ୍ୟକ। କୃଷି କ୍ଷେତ୍ରରେ କୃଷକମାନଙ୍କର ଦକ୍ଷତା ବୃଦ୍ଧି, କୃଷି ଓ କୃଷିଜାତ ଦ୍ରବ୍ୟର ପରିଚାଳନା, କୃଷି ବଜାର ସମ୍ବନ୍ଧୀୟ ଜ୍ଞାନ ଏବଂ ବଳକା କୃଷିଜାତ ଦ୍ରବ୍ୟର ରପ୍ତାନି ସମ୍ବନ୍ଧୀୟ ଜ୍ଞାନକୌଶଳ ଆଦିର ବିକାଶ ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଜରୁରୀ। କୃଷକମାନଙ୍କ ଆୟ ବହୁଗୁଣିତ କରିବା ଦିଗରେ କୃଷି ସହ ଆନୁଷଙ୍ଗିକ କୃଷିର ପ୍ରମୁଖ ଭୂମିକା ରହିଥିବାରୁ ପ୍ରାଣୀପାଳନ ଓ ମତ୍ସ୍ୟଚାଷ ନିମନ୍ତେ କୃଷକମାନଙ୍କୁ ଦିଆଯାଉଥିବା ଫସଲ ଋଣ ଓ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବା ଦରକାର। ପ୍ରାଣୀପାଳନ ଓ ମତ୍ସ୍ୟଚାଷ କ୍ଷେତ୍ରକୁ ବୀମାଭୁକ୍ତ କରାଯାଉ ବୋଲି କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ପ୍ରସ୍ତାବ ଦେଇଛନ୍ତି।
ଶୁକ୍ରବାର ବମ୍ବେରେ ଅନୁଷ୍ଠିତ ନୀତି ଆୟୋଗର ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଭାବେ ଯୋଗଦେଇ ମନ୍ତ୍ରୀ ଡ. ସାହୁ ରାଜ୍ୟ ପକ୍ଷରୁ ଏହି ପ୍ରସ୍ତାବ ଦେଇଥିଲେ, ଯାହାଦ୍ୱାରା କି କୃଷି ଉତ୍ପାଦନ ଓ ଉତ୍ପାଦିକତା ବୃଦ୍ଧି ପାଇପାରିବ। ଏଥିସହ ଫସଲର ବିବିଧକରଣ ପ୍ରକ୍ରିୟାରେ ପାରମ୍ପରିକ ଧାନଚାଷ ବଦଳରେ ଅଧିକରୁ ଦରକାର ଅର୍ଥକରୀ ଫସଲ ଡାଲି, ତୈଳବୀଜ, ଫଳ, ପନିପରିବା ଓ ସମୟୋପଯୋଗୀ ଚାଷ ନିମନ୍ତେ ଚାଷୀମାନଙ୍କୁ ପ୍ରୋତ୍ସାହିତ କରିବାର ଆବଶ୍ୟକତା ରହିଛି। ବନ୍ୟା, ବାତ୍ୟା, ମରୁଡ଼ି ଆଦି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ଓଡ଼ିଶାରେ ଚାଷ କାର୍ଯ୍ୟ ନିମନ୍ତେ ସାଟେଲାଇଟ୍‌ ଇମେଜିଂ, ରିମୋଟ ସେନ୍‌ସିଂ, ଡାଟା ଆନାଲିସିସ୍‌ ଭଳି ଅତ୍ୟାଧୁନିକ ଜ୍ଞାନକୌଶଳକୁ କୃଷି କ୍ଷେତ୍ରରେ ବ୍ୟବହାର କରାଯାଉ। ଏହାଦ୍ୱାରା କୃଷିକୁ ଅଧିକ ଅମଳକ୍ଷମ କରାଯିବା ପାଇଁ ମନ୍ତ୍ରୀ ଡ. ସାହୁ ଓଡ଼ିଶା ପକ୍ଷରୁ ପ୍ରସ୍ତାବ ଦେଇଥିଲେ। ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ୍‌ଙ୍କ ଆବାହକତ୍ୱରେ ଅନୁଷ୍ଠିତ ନୀତି ଆୟୋଗର ବୈଠକରେ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଲନାଥଙ୍କ ସହ ଉତ୍ତରପ୍ରଦେଶର କୃଷି ମନ୍ତ୍ରୀ, ପଞ୍ଜାବର ଅର୍ଥମନ୍ତ୍ରୀ ପ୍ରମୁଖ ଯୋଗଦେଇ ବିଭିନ୍ନ ପ୍ରସ୍ତାବ ଦେଇଥିଲେ।
ବୈଠକରେ ଏହା ବ୍ୟତୀତ ନିୟନ୍ତ୍ରିତ ବଜାର କମିଟି ମାଧ୍ୟମରେ ଭିନ୍ନ ଭିନ୍ନ ପଣ୍ୟଦ୍ରବ୍ୟର ବିକ୍ରିକୁ ନିୟନ୍ତ୍ରିତ କରାଯାଉଥିବା ପରିପ୍ରେକ୍ଷୀରେ ସମଗ୍ର ରାଜ୍ୟରେ କୃଷିଜାତ ଦ୍ରବ୍ୟ ପାଇଁ ଗୋଟିଏ ବଜାର ପ୍ରତିଷ୍ଠା ଦିଗରେ ଆଇନ ପ୍ରଣୟନ କରାଯିବା ଉପରେ ଆଲୋଚନା ହୋଇଥିଲା। ଇ-ନାମ୍‌ ସହିତ ସବୁ ରାଜ୍ୟର ନିୟନ୍ତ୍ରିତ ବଜାର କମିଟିଗୁଡିକୁ ଯୋଡ଼ାଯାଇ ଚାଷୀମାନଙ୍କୁ ସେମାନଙ୍କର ଉତ୍ପାଦିତ ଦ୍ରବ୍ୟକୁ ଅନ୍‌ଲାଇନ୍‌ ପ୍ଲାଟ୍‌ଫର୍ମ ମାଧ୍ୟମରେ ବିକ୍ରି କରିବାର ସୁଯୋଗ ଦିଆଯିବା ନେଇ ଆଲୋଚନା କରାଯାଇଥିଲା। ଏହା ବ୍ୟତୀତ କଣ୍ଟ୍ରାକ୍ଟ ଫାର୍ମିଂ ଆଇନ ପ୍ରଣୟନ କରି ବଡ଼ ବଡ଼ ମାର୍କେଟିଂ କମ୍ପାନୀଗୁଡ଼ିକ କୃଷି କ୍ଷେତ୍ରରେ ପୁଞ୍ଜିନିବେଶ କରିବା, ଚାଷୀମାନଙ୍କୁ ଶୋଷଣରୁ ରକ୍ଷା କରିବା, କୃଷି କ୍ଷେତ୍ରରେ ରପ୍ତାନି ବୃଦ୍ଧି ନିମନ୍ତେ ବୈଠକରେ ପ୍ରସ୍ତାବ ଦିଆଯାଇଥିଲା। ସଦସ୍ୟ ରାଜ୍ୟ ସହ ଅନ୍ୟ ରାଜ୍ୟଗୁଡିକ ଏ ଦିଗରେ ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ପ୍ରସ୍ତାବ ଦେଲେ ତାହାକୁ ବିଚାର କରି ପରବର୍ତ୍ତୀ ବୈଠକରେ ଚୂଡ଼ାନ୍ତ ଚିଠା ପ୍ରସ୍ତାବ ପ୍ରସ୍ତୁତ କରାଯାଇ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ବୈଠକରେ ଓଡ଼ିଶାର କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ ମଧ୍ୟ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri