ବରଗଡ଼ ଜିଲାପାଳ-ଏସ୍‌ପିଙ୍କ ନାମରେ ଜାଲ ଫେସବୁକ୍‌ ଆକାଉଣ୍ଟ: ମାମଲା ରୁଜୁ କରି ପୋଲିସର ତନାଘନା

ବରଗଡ଼ ଅଫିସ,୨୬।୫- ବରଗଡ଼ ଜିଲାରେ ସାଇବର୍‌ କ୍ରାଇମରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଅପରାଧୀମାନେ ଖୋଦ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏବଂ ଏସ୍‌ପି ପଦ୍ମିନୀ ସାହୁଙ୍କ ନାମରେ ଜାଲ ଫେସବୁକ ଆକାଉଣ୍ଟ ଖୋଲିବା ପୋଲିସ ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ହୋଇପଡିଛି। ଜିଲାପାଳଙ୍କ ନାମରେ ଖୋଲାଯାଇଥିବା ଜାଲ ଫେସବୁକ ଆକାଉଣ୍ଟରେ ଜିଲାପାଳ ପ୍ରଧାନ ଏବଂ ଜିଲାପାଳ ଅଫିସର ଏକ ଫଟୋ ଦିଆଯାଇଛି । ଅନୁରୂପଭାବେ ଏସ୍‌ପିଙ୍କ ନାମରେ ଖୋଲାଯାଇଥିବା ଜାଲ ଫେସବୁକ ଆକାଉଣ୍ଟରେ ଏସ୍‌ପି ସାହୁଙ୍କ ଫଟୋ ସହିତ ଏସପିଙ୍କ କାର୍ଯ୍ୟାଳୟର ଏକ ମ୍ୟପ୍‌କୁ ଦିଆଯାଇଛି। ଏଭଳିଭାବେ ଜାଲ ଫେସବୁକ ଆକାଉଣ୍ଟ ଖୋଲି ସମ୍ପୃକ୍ତ ଅପରାଧୀମାନେ ଅନେକଙ୍କ ପାଖକୁ ଫ୍ରେଣ୍ଡ ରିକ୍ୟୁଏଷ୍ଟ ପଠାଇବା ପରେ କିଛି ଲୋକ ତାହା ଜାଲ ଆକାଉଣ୍ଟ ବୋଲି ଜାଣି ନ ପାରି ତାହା ଗ୍ରହଣ ମଧ୍ୟ କରିଛନ୍ତି। ତେବେ ଏହା ଜାଲିଆତି ବୋଲି ଜାଣିବା ପରେ ଲୋକେ ସେହି ଫେସବୁକ ଆକାଉଣ୍ଟରୁ ଅନଫ୍ରେଣ୍ଡ ହେବା ସହିତ ବ୍ଲକ କରୁଥିବା ସୂଚନା ମିଳିଛି। ଅପରପକ୍ଷେ ବରଗଡ଼ ଟାଉନ ଥାନାରେ ଏ ନେଇ ଏକ ମାମଲା (ନଂ-୧୮୭/୨୦୨୦) ରୁଜୁ ହୋଇଛି। ଏଥିସହ ଏହାର ଅଧିକ ତଦନ୍ତ ଜାରି ରହିଛି ବୋଲି ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀ କହିଛନ୍ତି। ତେବେ ଏପର୍ଯ୍ୟନ୍ତ ଅପରାଧୀଙ୍କୁ ଧରିବାରେ ପୋଲିସ ସକ୍ଷମ ହୋଇ ପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri