ବରଗଡ଼ ଧନୁଯାତ୍ରା ଲାଗି କଂସ ଚୟନକୁ ନେଇ ବଢ଼ୁଛି ବିରୋଧ: କଳାକାର ସଂଘ ପରେ ଜିଲାପାଳଙ୍କୁ ଭେଟିଲା ଜିଲା ସାମ୍ବାଦିକ ସଂଘ

ବରଗଡ଼ ଅଫିସ,୭।୧୧- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ ତାରିଖଠାରୁ ଆରମ୍ଭ ହୋଇ ୨୦୨୦ ଜାନୁଆରୀ ୧୦ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୧ ଦିନ ଧରି ଅନୁଷ୍ଠିତ ହେବ । ଏଥର ଧନୁଯାତ୍ରା ପାଇଁ ମୁଖ୍ୟ ଚରିତ୍ର କଂସଙ୍କ ସମେତ ମହାମନ୍ତ୍ରୀ, ସେନାପତି ଭୁମିକା ପାଇଁ କଳାକାର ଚୟନ ହେବ ବୋଲି ଧନୁଯାତ୍ରା କଳାକାର ସମନ୍ବୟ ସମିତି ନିଷ୍ପତ୍ତି ନେଇଛି। ତେବେ ଦୁଇବର୍ଷ ତଳେ କଂସ ଚୟନ ସରିଥିବା ବେଳେ ପରମ୍ପରା ଅନୁଯାୟୀ ତିନିବର୍ଷ ନ ପୂରୁଣୁ ଏଥର ପୁଣି କଂସ ଚୟନକୁ ଧନୁଯାତ୍ରାପ୍ରେମୀ, କଳାକାରଙ୍କ ସମେତ ସାଧାରଣ ଜନତା ମଧ୍ୟ ସହଜରେ ଗ୍ରହଣ କରି ପାରୁ ନାହାନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ପଶ୍ଚିମ ଓ ଧନୁଯାତ୍ରା କଳାକାର ସଂଘ ପକ୍ଷରୁ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇ ଥିବାବେଳେ ଗୁରୁବାର ବରଗଡ ଜିଲା ସାମ୍ବାଦିକ ସଂଘ ସେଭଳି କଂସ ଚୟନକୁ ବିରୋଧ କରି ଜିଲାପାଳଙ୍କୁ ଆଉ ଏକ ସ୍ମାରକପତ୍ର ପ୍ରଦାନ କରିଛି। ସ୍ମାରକପତ୍ରରେ ଉଲ୍ଲେଖିତ କଂସ ଚୟନ ପ୍ରକ୍ରିୟାକୁ ରଦ୍ଦ କରିବାକୁ ଦାବି ହୋଇଛି। ସେହିପରି କଂସ ସମେତ ଅନ୍ୟ ଚରିତ୍ରର କଳାକାରଙ୍କୁ ଅତିକମରେ ୫ବର୍ଷର ଅଭିନୟ ସୁଯୋଗ ଦେବା, ନୂତନ କର୍ମକର୍ତ୍ତା ଚୟନ କରାଯାଇ ସେଥିରେ ଜିଲାର ସମସ୍ତ ସଂସ୍କୃତିପ୍ରେମୀ, କଳାକାରପ୍ରେମୀଙ୍କୁ ସାମିଲ କରିବା, ଦୀର୍ଘବର୍ଷ ଧରି ରହିଥିବା ଧନୁଯାତ୍ରା ମହୋତ୍ସବ ସମିତିର ଆବାହକଙ୍କୁ ଉପଦେଷ୍ଟାଭାବେ ରଖି ତାଙ୍କ ସ୍ଥାନରେ ନୂତନ ପୀଢିଙ୍କୁ ସୁଯୋଗ ଦେବା, ଆୟବ୍ୟୟର ହିସାବ ତଥା ପାସବୁକର ମିନି ଷ୍ଟେଟମେଣ୍ଟ ଲୋକଲୋଚନକୁ ଆଣିବା, ଡିଜିଟାଲ ଇଣ୍ଡିଆକୁ ଆଧାର କରି ଧନୁଯାତ୍ରାର ସମସ୍ତ ନେଣଦେଣ ଇ-ପେମେଣ୍ଟ କରାଯିବା, ପ୍ରଚାର ପ୍ରସାରକୁ ଆହୁରି ଗୁରୁତ୍ବ ଦିଆଯାଇ ଅଭିଜ୍ଞ ସାମ୍ବାଦିକଙ୍କୁ ସେଥିରେ ସାମିଲ ଏବଂ ଯାତ୍ରା ସମୟରେ ପାର୍କିଂ ଫି ସମେତ ମୀନାବଜାର ଆଦି ମନୋରଞ୍ଜନ କାର୍ଯ୍ୟକ୍ରମର ଉଚିତ ଟିକେଟ ଦର ନିର୍ଦ୍ଧାରଣ କରିବାକୁ ସ୍ମାରକପତ୍ରରେ ଦାବି ହୋଇଛି । ସଂଘର ସଭାପତି ନାସିର ଖାଁ, ସମ୍ପାଦକ ବିପିନ ବିହାରୀ ଦାଶ, ସହସମ୍ପାଦକ ମହମ୍ମଦ ଅସଲମ ପ୍ରମୁଖ ସ୍ମାରକପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri