ବରଗଡ଼ ସହର ବନ୍ଦ: ସରକାରୀ, ବେସରକାରୀ ଅଫିସ ଅଚଳ

ବରଗଡ଼ ଅଫିସ,୪।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା ଦାବିରେ ସ୍ଥାନୀୟ ଏକତା ମଞ୍ଚ ଆହ୍ବାନରେ ମଙ୍ଗଳବାର ବନ୍ଦ ପାଳନ କରାଯାଇଛି। ଏଥିପାଇଁ ସହରର ସମସ୍ତ ସରକାରୀ, ବେସରକାରୀ ଅଫିସ, ସ୍କୁଲ, କଲେଜ, ଦୋକାନ, ବଜାର ଏବଂ ଗାଡି ଚଳାଚଳ ବନ୍ଦ ରହିଛି। ସେହିପରି ସକାଳୁ ଖୋଲିଥିବା ପରିବା ବଜାରକୁ ପାଳନକାରୀ ପିକେଟିଂ କରି ବନ୍ଦ କରିଛନ୍ତି। ଅନୁରୂପ ଭାବେ କାର୍ଯ୍ୟରେ ଯୋଗଦେବାକୁ ଆସିଥିଲେ ହେଁ ବନ୍ଦ ପାଳନକାରୀଙ୍କଠାରୁ ଅନୁରୋଧ ପରେ ବିଚାରପତି ଏବଂ ଅନ୍ୟ ବିଭାଗୀୟ କର୍ମଚାରୀମାନେ ସ୍ଥାନୀୟ କୋର୍ଟ ସମ୍ମୁଖରୁ ଫେରି ଯାଇଥିଲେ। ସମ୍ଭାବ୍ୟ ଆଇନ ଶୃଙ୍ଖଳା ପରିସ୍ଥିତି ଏଡାଇବା ନିମନ୍ତେ ସହରର ପ୍ରତି ଛକରେ ପୋଲିସ ମୁତୟନ ରହି ପଇଁତରା ମାରୁଛି।
ପ୍ରକାଶ ଯେ, ସୋମବାର ଜନ ଆନ୍ଦୋଳନ ପରେ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ କାର୍ଯ୍ୟକ୍ଷମ କରାଯାଇଛି। ହେଲେ ଏହି ଡାକ୍ତରଖାନାକୁ ସିଟି ହସପିଟାଲ ଘୋଷଣା କରିବାକୁ ଦାବି କରି ବରଗଡ଼ ଏକତା ଆହ୍ବାନରେ ବନ୍ଦ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri