ବରଗଡ଼ରେ ଗର୍ଭବତୀ ମହିଳାଙ୍କ ସମେତ ୧୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୪ରେ ପହଞ୍ଚିଲା

ବରଗଡ଼ ଅଫିସ,୧୪ା୬: ବରଗଡ଼ ଜିଲାରେ ରବିବାର ପୁଣି ୧୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭେଡେନ୍‌ ବ୍ଲକ ରୁଷୁଡା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର(ଟିଏମସି)ର ୬, ଭେଡେନ୍‌ ଆଇଟିଆଇ ଟିଏମ୍‌ସିର ଜଣେ, ବରଗଡ଼ ବ୍ଲକ ଅଡ଼ଗାଁ ଟିଏମ୍‌ସିର ୨, କୁରୁଆଁ ଟିଏମ୍‌ସିର ୪, ପଦ୍ମପୁର ବ୍ଲକ ଦର୍ଲିଗୁଡା(ଦହିଗାଁ) ଟିଏମ୍‌ସିର ଜଣେ, ଝାରବନ୍ଧ ଟିଏମ୍‌ସିର ଜଣେ ଏବଂ ଏହି ବ୍ଲକ ଅନ୍ତର୍ଗତ ସରଗୁଲ ଗ୍ରାମର ଅନ୍ୟଜଣେ ବୋଲି ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ ଦର୍ଲିଗୁଡାରୁ ଚିହ୍ନଟ ଆକ୍ରାନ୍ତ ଜଣକ ଜଣେ ଗର୍ଭବତୀ ମହିଳା ବୋଲି ସୂଚନା ଦିଆଯାଇଛି। ଚିକିତ୍ସା ପାଇଁ ସେମାନଙ୍କୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହାପରେ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୩୪ରେ ପହଞ୍ଚିଛି । ଏହା ପୂର୍ବରୁ ବରଗଡ଼ ପୌର ପରିଷଦରେ ଜଣେ, ବରପାଲି ବ୍ଲକରେ ଜଣେ, ଭେଡେନ୍‌ ବ୍ଲକର ୪ଜଣ, ଭଟଲି ବ୍ଲକର ୨ଜଣ ଏବଂ ବିଜେପୁର ବ୍ଲକର ୧୦ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ସଂକ୍ରମିତ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଏବଂ ପାଶର୍‌ବବର୍ତ୍ତୀ ଅଞ୍ଚଳକୁ ବଫର ଜୋନ୍‌ ଘୋଷଣା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri