ବରଗଡ଼ରେ ପୁଣି ୨ ନୂଆ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୮ରେ ପହଞ୍ଚିଲା

ବରଗଡ଼ ଅଫିସ,୧୦।୬: ବରଗଡ଼ ଜିଲାରେ ପୁଣି ୨ଜଣ ନୂଆ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନେ ବିଜେପୁର ବ୍ଲକ ଅନ୍ତର୍ଗତ ବାନ୍ଦୁପାଲି କଣ୍ଟେନମେଣ୍ଟ ଜୋନ୍‌ ଅଞ୍ଚଳର ହୋଇଥିବା ବେଳେ ତାମିଲନାଡୁ ଫେରନ୍ତା ବୋଲି ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି। ଉଭୟ ଆକ୍ରାନ୍ତ ବାନ୍ଦୁପାଲି ସଙ୍ଗରୋଧ କେନ୍ଦ୍ରରେ ଥିଲେ। ପଜିଟିଭ୍‌ ଚିହ୍ନଟ ହେବାପରେ ଚିକିତ୍ସା ପାଇଁ ସେମାନଙ୍କୁ ବରଗଡ଼ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହାକୁ ମିଶାଇ ଜିଲାରେ ମୋଟ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୮ରେ ପହଞ୍ଚିଛି। ପୂର୍ବରୁ ବରଗଡ଼ ପୌର ପରିଷଦରେ ୧, ବରପାଲି ବ୍ଳକରେ୧, ଭେଡେନ ବ୍ଲକର ୪, ଭଟଲି ବ୍ଲକର ୨ ଏବଂ ବିଜେପୁର ବ୍ଲକର ୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ତେବେ ବୁଧବାର ପୁଣି ୨ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଜିଲାର ସମୁଦାୟ ୧୮ ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ବିଜେପୁର ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି । ଆକ୍ରାନ୍ତ ଚିହ୍ନଟ ହେବା ପରେ ସଂକ୍ରମିତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳକୁ ବଫର ଜୋନ ଘୋଷଣା କରାଯାଇଛି । ପ୍ରକାଶ ଥାଉକି, ବାନ୍ଦୁପାଲି ଗ୍ରାମରେ ପୂର୍ବରୁ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri