ବରଗଡ଼ରେ ଫସିଛନ୍ତି ଛତିଶଗଡର ୩୦ ଶ୍ରମିକ

ବରଗଡ଼ ଅଫିସ୍,୪।୪- ଘାତକ କରୋନା(କୋଭିଡ୍-୧୯) ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍ ଡାଉନ କଟକଣା ଲାଗୁ ହୋଇଛି। ଏଭଳି ପରିସ୍ଥିତିରେ ବରଗଡ଼କୁ କର୍ମ ଅନ୍ବେଷଣରେ ଆସିଥିବା ଛତିଶଗଡ଼ର ୩୦ ଶ୍ରମିକ ଫସି ରହିଛନ୍ତି । ସେମାନଙ୍କ ମଧ୍ୟରେ ୫ଶିଶୁ ଏବଂ ୧୨ ମହିଳା ଅଛନ୍ତି। ବରଗଡ଼ ଲ କଲେଜ ପାଖ ଝୁମ୍ପୁଡିପଡାରେ ସେମାନେ ଆଶ୍ରୟ ନେଇଛନ୍ତି । କେହି ସହୃଦୟ ଖାଇବାକୁ ଦେଲେ ଖାଉଛନ୍ତି, ନଚେତ୍ ଭୋକ ଉପାସରେ ରହିବାକୁ ପଡୁଛି ବୋଲି ସେମାନଙ୍କ ମଧ୍ୟରେ ରହିଥିବା ଜଣେ ଶ୍ରମିକ ମେହେତର୍ ନିଶାଦ୍ କହିଛନ୍ତି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ସେମାନଙ୍କୁ ସହଯୋଗ କରିବାକୁ ସେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri