ବରଙ୍କୁ ବେଦିରୁ ଉଠାଇନେଲା ପୋଲିସ

ଖୋର୍ଦ୍ଧା ଅଫିସ, ୧୨ା୩: ପ୍ରଥମ ସ୍ତ୍ରୀ ଥାଇ ୨ୟ ବିବାହ କରୁଥିବା ଅଭିଯୋଗରେ ସ୍ବାମୀକୁ ବାହାବେଦିରୁ ଉଠାଇ ନେଇଛି ପୋଲିସ। ଏ ନେଇ ସ୍ବାମୀ ହଟହଟା ହେବା ସହ ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ପୋଲିସ୍‌ ସୂଚନା ଅନୁସାରେ, ବୋଲଗଡ ଥାନା ମାଗୁରା ଗଁାର ଶିବ ପ୍ରସାଦ ମଙ୍ଗରାଜ(୩୫)। ଗତ ଦେଢବର୍ଷ ତଳେ ଫତେଗଡ ଥାନା ନାକଟେଇଁ ଗାଁର ରମା ପରିଡାଙ୍କ ଝିଅ ଲୋପାମୁଦ୍ରାଙ୍କୁ ଶିବ ପ୍ରସାଦ ବିବାହ କରିଥିଲେ। ବିବାହର କିଛିଦିନ ପରେ ଉଭୟ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ମନୋମାଳିନ୍ୟ ଦେଖା ଯାଇଥିଲା। ସ୍ତ୍ରୀଙ୍କ ଉପରେ ବାରମ୍ବାର ଯୌତୁକ ନିର୍ଯାତନା ଦେଇ ଆସୁଥିଲେ ଶିବ। ଏ ନେଇ ଅସହ୍ୟ ହୋଇ ଲୋପାମୁଦ୍ରା ବୋଲଗଡ ଥାନାରେ ଯୌତୁକ ନିର୍ଯାତନା ଅଭିଯୋଗ କରିଥିଲେ। ଏ ନେଇ ଥାନାରେ ପୋଲିସ ନଂ. ୫୫/୧୯ରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା। ଶିବପ୍ରସାଦ ବୁଧବାର ଅପରାହ୍ନ ସମୟରେ ବେଗୁନିଆ ଥାନା ଧଳାପଥର ଫାଣ୍ଡି ଅଧୀନ ଧବଳେଶ୍ୱର ମନ୍ଦିର ପରିସରରେ ଆଉ ଜଣେ କନ୍ୟାଙ୍କୁ ବିବାହ କରୁଥିଲେ। ଖବରପାଇ ରମା ଆସି ଧଳାପଥର ଫାଣ୍ଡିରେ ଅଭିଯୋଗ କରିଥିଲେ। ଫାଣ୍ଡି ଅଧିକାରୀ ଅଶୋକ ପଣ୍ଡା ବିବାହସ୍ଥଳରେ ପହଁଚି ବରଙ୍କୁ ଉଠାଇ ଆଣି ବୋଲଗଡ ଥାନା ଜିମା ଦେଇଥିଲେ। ଏଣେ କନ୍ୟାପକ୍ଷ ହଟହଟା ହୋଇ ଫେରି ଯାଇଥିଲେ। ଏ ସମ୍ପର୍କରେ ବୋଲଗଡ ଥାନା ଅଧିକାରୀ କୁହନ୍ତି, ଯୁବକଙ୍କୁ ଅଟକ ରଖି ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଗା ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି, ବେଡ୍‌ରୁମ୍‌ରେ ଥିବା ଆଲମିରାକୁ ଦୁର୍ବୃତ୍ତ…

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଦାରିଙ୍ଗବାଡ଼ି ବଜାରରେ ରହୁଥିବା ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା,…

ପାଗରେ ପରିବର୍ତ୍ତନ ପରେ ଆରମ୍ଭ ହେଲା ଧାନ ରୁଆ ବେଉଷଣ

ରିଷିଡ଼ା,୨ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ସମେତ ରିଷିଡ଼ା, ରାଜପୁର, ପୌରକେଲା, ତେରେସିଂହା, ଗଜବାହଲ, ରେଗଡ଼ା,ରିଞ୍ଜା, ସାପଲହରା, ବୋରପଦର, ସରଗୁଲ ମାଲପଡ଼ା, ପଞ୍ଚାୟତର ପ୍ରାୟ ସମସ୍ତ…

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri