ବରପାଲି ଶୀତଳଷଷ୍ଠୀ ଯାତ୍ରା: କପିଳେଶ୍ୱରଙ୍କ ବରାନୁଗମନ

ବରପାଲି, ୬।୬ (ଡି.ଏନ.ଏ): ବରପାଲି ଶୀତଳଷଷ୍ଠୀ ଯାତ୍ରାର ଚତୁର୍ଥ ଦିବସରେ ବାବା କପିଳେଶ୍ୱର ଓ ମାତା ପାର୍ବତୀଙ୍କ ଶୁଭବିବାହ ପାଇଁ ଗୁରୁବାର ସକାଳେ ଗଣ୍ଠିଆଳ ଫିଟା ଶୋଭାଯାତ୍ରା ବାହାରିଥିଲା। ଶୋଭାଯାତ୍ରା ଭଣ୍ଡାରଗୃହରୁ ବାହାରି କପିଳେଶ୍ୱର ନଗରରେ ପହଞ୍ଚିଥିଲା। ସେଠାରେ ବିଗତ ବର୍ଷର କନ୍ୟାପିତା ରାଜେନ୍ଦ୍ର ପୃଷ୍ଟିଙ୍କ ଦ୍ୱାରା ବୈଦିକ ରୀତିରେ ଗଣ୍ଠିଆଳ ଉନ୍ମୋଚିତ ହୋଇଥିଲା । ପରେ ହିମାଦ୍ରିନଗର ଓ ଯାତ୍ରା ମଣ୍ଡପରେ ଜନସାଧାରଣଙ୍କ ସକାଶେ ମାଙ୍ଗଳିକ କୃତ୍ୟ ତେଲ, ହଳଦୀ ବିତରଣ ପୂର୍ବକ ଅଳଙ୍କାର ଧାରଣ କରାଯାଇଥିଲା। ରାତିରେ ବାଣ, ରୋଶଣୀ, ଘଣ୍ଟବାଦ୍ୟ, ଦୁଲଦୁଲି ଏବଂ ଆତସବାଜି କରି ବିରାଟ ପଟୁଆରରେ କପିଳେଶ୍ୱରଙ୍କ ବରାନୁଗମନ ଶୋଭାଯାତ୍ରା ବାହାରିଥିଲା। ଏହି ଅବସରରେ ରାତିରେ ପ୍ରମୁଖ ଛକ ସ୍ଥାନମାନଙ୍କରେ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶିତ ହୋଇଥିଲା । ଶୁକ୍ରବାର ଯାତ୍ରାର ମୁଖ୍ୟ ଆକର୍ଷଣ ବୈଠକୀ ସହ ଶିବ ପାର୍ବତୀଙ୍କ ବିବାହ ଓ ହସ୍ତବନ୍ଧନ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପରିଶ୍ରମ ଅନୁଯାୟୀ ମହୁଲ ଫୁଲ ସଂଗ୍ରହକାରୀଙ୍କୁ ମିଳୁନି ମୂଲ, ଜୀବିକାକୁ ଆଦରି ନେଇ…

ବରଗଡ଼/ଝାରବନ୍ଧ,୧୩।୪(ପ୍ରେମାନନ୍ଦ ଖମାରୀ/ ଦେବେନ୍ଦ୍ର ସାହୁ): ଲଘୁ ବନଜାତ ଦ୍ରବ୍ୟ ମଧ୍ୟରୁ ମହୁଲ ଫୁଲ ଅନ୍ୟତମ। ଫାଲଗୁନ ମାସ ଆସିବା ମାତ୍ର ଏହି ଫୁଲ ଗଛରେ ଦେଖିବାକୁ ମିଳେ।…

ମା’ ରାମଚଣ୍ଡୀଙ୍କ ଚନ୍ଦନ ପୋଖରୀରେ ଆଣ୍ଠୁଏ ପାଣି, ମେଳାରେ ସମସ୍ୟା ଭୋଗିବେ ବ୍ୟବସାୟୀ, ଅସନ୍ତୋଷ ପ୍ରକାଶ କରି…

ମହାକାଳପଡ଼ା,୧୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗରସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିରରେ ଦିନକ ପରେ ପଣା ସଂକ୍ରାନ୍ତି ଓ ଝାମୁଯାତ୍ରା…

ଆମେରିକା-ଇରାନ ଶାନ୍ତି ଆଲୋଚନା ମଧ୍ୟରେ ଆସିଲା ଏହି ବ୍ୟକ୍ତିଙ୍କର ଗୋଟିଏ ଫୋନ କଲ୍‌, ସବୁ ହୋଇଗଲା ଓଲଟପାଲଓ!

ଇସଲାମାବାଦ,୧୩।୪: ଇରାନ ଦାବି କରିଛି ଯେ ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦ ସମାଧାନ ପାଇଁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ଦ୍ୱାରା ଆମେରିକାର ଉପରାଷ୍ଟ୍ରପତି…

ଏଇ ଭାରତରେ

ସଡ଼କ ପଥରେ ଯାତ୍ରୀଙ୍କ ସୁରକ୍ଷା ନିଶ୍ଚିତ କରିବା ପାଇଁ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ। ଯେ…

ସଂସ୍କୃତିକୁ ପ୍ରୋତ୍ସାହନ

ଓଡ଼ିଆ ଘରର ଗାଥା-ଗୌରବ, ଚାଲିଚଳଣି, ଖାଦ୍ୟ ପାନୀୟ, ପୋଷାକ ପରିଧାନ, ସଂସ୍କୃତି ଓ ପରମ୍ପରାକୁ ବିଶ୍ୱବିଦିତ କରିବା ଲକ୍ଷ୍ୟରେ ଏପ୍ରିଲ ପହିଲାରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳିତ…

ଯୁଦ୍ଧ ଓ ଶ୍ୱାସରୁଦ୍ଧ ସମ୍ବେଦନଶୀଳତା

ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା…

ବିଦ୍ୟୁତ୍‌ ଉପରେ ପଡ଼ୁଛି ଗ୍ୟାସ୍‌ ଚାପ

ଭୁବନେଶ୍ୱର,୧୩।୪(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତିକୁ ନେଇ ରାଜ୍ୟରେ ଘରୋଇ ରନ୍ଧନ ଗ୍ୟାସ୍‌(ଏଲ୍‌ପିଜି)ର ସଙ୍କଟ ସୃଷ୍ଟି ହୋଇଛି। ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଲୋକେ ଏଲ୍‌ପିଜି…

ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ

ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍‌ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri