ବରଯାତ୍ରୀ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୧୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର,୨।୨(ସ୍ବ.ପ୍ର.) : ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଆମ୍ବଳିଅଠା ବାଇପାସ ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।
ସୂଚନାନୁଯାୟୀ, ବସ୍ତା ଥାନା ଅନ୍ତର୍ଗତ ପଦିମା ଗ୍ରାମର ୨୦ରୁ ଊର୍ଦ୍ଧ୍ୱ ବରଯାତ୍ରୀଙ୍କୁ ନେଇ ଏକ ପିକ୍‌ଅପ ଜଳେଶ୍ବର ଥାନା ଅନ୍ତର୍ଗତ ସରସିଦା ଗ୍ରାମକୁ ଯାଉଥିବା ବେଳେ ୬୦ନମ୍ବର ଜାତୀୟ ରାଜପଥର ଆମ୍ବଳିଅଠା ନିକଟରେ ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା। ଫଳରେ ରାସ୍ତାକଡ଼କୁ ପିକ୍‌ଅପଟି ଓଲଟି ପଡ଼ିବାରୁ ଗାଡ଼ିରେ ଥିବା ୨୦ ବରଯାତ୍ରୀଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଆହତମାନଙ୍କୁ ନିକଟସ୍ଥ ଜଳେଶ୍ବର ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ଜଳେଶ୍ବର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍‌କୁ ଦେଖି ମାଫିଆ…

ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍‌ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ…

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…

ଅଧ୍ୟକ୍ଷ ଦାୟିତ୍ୱ ନେଲେ ଦିଲ୍ଲୀପ: କଲେଜର ଉନ୍ନତି ପ୍ରତି ଦିଆଯିବ ଧ୍ୟାନ

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ଡଃ ଦିଲ୍ଲୀପ କୁମାର ପ୍ରଧାନ ସୋମବାର ଦାୟିତ୍ୱ ନେଇଛନ୍ତି। ସେ ବାଲିପଦର…

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

ରଥକାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ: ସାନ୍ତ୍ୱନା ଦେଲେ ମହାପ୍ରଭୁ

କେସିଙ୍ଗା,୨୦।୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅଧିନସ୍ଥ ସିର୍ଜାପାଲି ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ମହାଆଡମ୍ବରରେ ହେରାପଞ୍ଚମୀ ସୋମବାର ପାଳିତ ହୋଇଯାଇଛି। ଉକ୍ତ ଗ୍ରାମର ଶ୍ରୀପଦ୍ମନାଭ(ବଳଭଦ୍ର) ପ୍ରମୋଦ କୁମାର…

ଅନଶନରୁ ଓହରିଲେ ସୋନମ ୱାଙ୍ଗଚୁକ: ଜେପି ନଡ୍ଡାଙ୍କୁ ୩ ଦାବି କଲେ CJP ନେତା, ଆଶ୍ଚର୍ଯ୍ୟ ହୋଇଗଲେ…

ନୂଆଦିଲ୍ଲୀ, ୨୦।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ସୋମବାର ତାଙ୍କର ୨୩ ଦିନିଆ ଭୋକ ହରତାଳ ଶେଷ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା, ‘କକରୋଚ ଜନତା ପାର୍ଟି’…

ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ

କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri