ବରାହ, ନୃସିଂହ ବେଶରେ ଶ୍ରୀଜୀଉ

ନୀଳଗିରି, ୯।୭(ଡି.ଏନ.ଏ.)-ନୀଳଗିରିସ୍ଥିତ ମାଉସୀମା’ ମନ୍ଦିରରେ ବିଜେ ଶ୍ରୀଜୀଉ ମଙ୍ଗଳବାର ବରାହ ଓ ନୃସିଂହ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଶ୍ରୀଗୁଣ୍ଡିଚା ଯାତ୍ରାରେ ଭକ୍ତଙ୍କ ଗହଳରେ ରଥରେ ବିଜେ ଶ୍ରୀଜୀଉ ବଡ଼ଦାଣ୍ଡରେ ଆସି ଶନିବାର ମାଉସୀମା’ ମନ୍ଦିରରେ ବିଜେ କରିଥିଲେ। ଦୁଇଦିନ ଧରି ଶ୍ରୀଜୀଉ ଭକ୍ତଙ୍କୁ ୪ଟି ଅବତାରରେ ଦର୍ଶନ ଦେଇଛନ୍ତି। ଅପରାହ୍ନରେ ସହକାରୀ ପୂଜକ ହରିବନ୍ଧୁ କରଙ୍କ ସମେତ ସେବାୟତମାନେ ଆଡ଼ପମଣ୍ଡପରେ ବିଜେ ଶ୍ରୀଜୀଉଙ୍କୁ ବରାହ ଓ ନୃସିଂହ ବେଶରେ ସୁସଜ୍ଜିତ କରାଇଥିଲେ। ସନ୍ଧ୍ୟାରେ ଶ୍ରୀଜୀଉଙ୍କ ନିକଟରେ ଧୂପ, ଝୁଣା, ଆଳତି ଆଦି କରାଯାଇ ମନ୍ଦିର ପହଡ଼ ଖୋଲିଥିଲା। ହରିବୋଲ, ଜୟଧ୍ୱନି, ଭଜନକୀର୍ତ୍ତନ ଓ ଶଙ୍ଖନାଦରେ ମନ୍ଦିର ବେଢ଼ାରେ ଏକ ଆଧ୍ୟାମତ୍ିକ ପରିବେଶ ସୃଷ୍ଟି କରିଥିଲା। ଶ୍ରୀଜୀଉଙ୍କ ଅବତାର ବେଶ ଦର୍ଶନ ଲାଗି ଭକ୍ତଙ୍କ ଗହଳି ଲାଗିରହିଥିଲା। ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ପ୍ରଶାସନ ପକ୍ଷରୁ ପୋଲିସ ଫୋର୍ସ ମୁତୟନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri