ବରାହ ମହାନ୍ତିଙ୍କ ପରଲୋକ

କଟକ ଅଫିସ,୧୬।୬: ଦୂରଦର୍ଶନ ଭୁବନେଶ୍ୱରର ପୂର୍ବତନ ନିର୍ଦ୍ଦେଶକ ବରାହ ମହାନ୍ତିଙ୍କ ସୋମବାର ପରଲୋକ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। କଟକ ତୁଳସୀପୁରସ୍ଥିତ ବାସଭବନରେ ପହଞ୍ଚତ୍ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରିଛନ୍ତି।
୧୯୪୭ ଏପ୍ରିଲ ୯ରେ କେନ୍ଦ୍ରାପଡ଼ାର ଆଳିଠାରେ ହରେକୃଷ୍ଣ ମହାନ୍ତି ଓ ସୁନ୍ଦରମଣୀ ମହାନ୍ତିଙ୍କଠାରୁ ବରାହ ଜନ୍ମ ନେଇଥିଲେ। ଅନୁଗୋଳ ସହରରେ ଶୈଶବ ଓ କିଶୋର ଜୀବନ କଟିଥିଲା। ରେଭେନ୍ସା କଲେଜରୁ ଅର୍ଥନୀତିରେ ଉଚ୍ଚଶିକ୍ଷା ପରେ ଅଧ୍ୟାପନା ପ୍ରତି ଆଗ୍ରହ ପ୍ରକାଶ କରିଥିଲେ। ଗଞ୍ଜାମ ଜିଲା ଆସିକା କଲେଜରେ ୧୯୬୯ରୁ ୧୯୭୫ ପର୍ଯ୍ୟନ୍ତ ଶିକ୍ଷକତା କରିଥିଲେ। ୧୯୭୫ରେ ଶିକ୍ଷକତା ଛାଡ଼ି ଆକାଶବାଣୀରେ ଯୋଗ ଦେଇଥିଲେ। ୧୯୮୮ ପର୍ଯ୍ୟନ୍ତ କାର୍ଯ୍ୟ କରିବା ଭିତରେ ସେ କଟକ, ଜୟପୁର, ସମ୍ବଲପୁର, କୋହିମା, ତୁରା, ଗ୍ୟାଙ୍ଗଟକ ଓ ରାୟପୁର ଆକାଶବାଣୀ କେନ୍ଦ୍ରର ବିଭିନ୍ନ ପଦବୀରେ ରହିଥିଲେ। ପରେ ସେ ଦୂରଦର୍ଶନରେ ଯୋଗଦେଇ ୨୦୦୭ ଏପ୍ରିଲ ୩୦ରେ ଅବସର ନେଇଥିଲେ। ଏହି ସମୟରେ ସେ ଡିଡି ନ୍ୟୁଜ, ଡିଡି ସ୍ପୋର୍ଟସ, ଡିଡି ନ୍ୟାଶନାଲ୍‌, ଡିଡି ନର୍ଥଇଷ୍ଟ ଚ୍ୟାନେଲର ଅନେକ ଗୁରୁତ୍ୱପୂର୍ଣ୍ଣ ପଦବୀ ସମ୍ଭାଳିଥିଲେ। ସେ ଏକମାତ୍ର ବ୍ୟକ୍ତି ଭାବେ ଏକକାଳୀନ କଟକ ଆକାଶବାଣୀ, ଭୁବନେଶ୍ୱରସ୍ଥିତ ଦୂରଦର୍ଶନ ଓ କର୍ମଚାରୀ ତାଲିମ୍‌ କେନ୍ଦ୍ରର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇଛନ୍ତି। ତାଙ୍କ ପରିବାରରେ ସ୍ତ୍ରୀ ପ୍ରତିଭା, ଝିଅ ପଲ୍ଲବୀ, ପୂରବୀ ଓ କରବୀ, ପୁଅ ବିଶ୍ୱନାଥ ରହିଛନ୍ତି। ସତୀଚଉରାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କଠାରୁ ମୋବାଇଲ-ଟଙ୍କା ଲୁଟ୍‌ କରୁଥିଲେ ଦୀପୁ: ମାଡ଼ିବସିଲା ପୋଲିସ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ଅଞ୍ଚଳରେ ଲୁଟପାଟ ଓ ଚୋରି ଘଟଣାରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବାରମ୍ବାର ମୋବାଇଲ ଓ…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri