ବରିଷ୍ଠ ନାଗରିକଙ୍କଠାରୁ ଲୁଟ୍‌

ବାରିପଦା ଅଫିସ,୬ା୬ : କିଛିଦିନ ହେବ ବାରିପଦା ସହରରେ ଲୁଟ୍‌ ୍‌ଘଟଣା ବୃଦ୍ଧି ପାଇବାରେ ଲାଗିଛି। ପୋଲିସ ପକ୍ଷରୁ ଏଥିପ୍ରତି ଗୁରୁତ୍ୱ ଦିଆଉ ନ ଥିବା ଅଭିଯୋଗ ହୋଇଛି। ଏମିତି ଅଭିଯୋଗ କରିଛନ୍ତି ବାରିପଦା ସହରର ବରିଷ୍ଠ ନାଗରିକ ସୁଧାଂଶୁ କୁମାର ଆଚାର୍ଯ୍ୟ। ତାଙ୍କ ଅଭିଯୋଗ ଅନୁଯାୟୀ, ଗୁରୁବାର ବାରିପଦା ସହରର ଜନଗହଳି ପୂର୍ଣ୍ଣ ଅଞ୍ଚଳ ବାଣ୍ଠିଆ ଜଗନ୍ନାଥ ମନ୍ଦିର ନିକଟସ୍ଥ ଏକ ବ୍ୟାଙ୍କକୁ ନିଜ ପେନ୍‌ସନ ଟଙ୍କା ଉଠାଇବାକୁ ଆସିଥିଲେ। ମଧ୍ୟାହ୍ନରେ ସେ ୧୯ ହଜାର ଟଙ୍କା ଉଠାଇ ବ୍ୟାଗରେ ଭର୍ତ୍ତି କରି ମୋଟରସାଇକେଲରେ ଫେରୁଥିଲେ। ପୂର୍ବରୁ ତାଙ୍କ ବ୍ୟାଗରେ ୩ ହଜାର ଟଙ୍କା ଥିଲା। ତେବେ ମୁଖ୍ୟ ରାସ୍ତାରେ ଆସୁଥିବାବେଳେ ଜଣେ ଯୁବକ ତାଙ୍କ ଉପରକୁ କିଛି ପାଉଡର ଫିଙ୍ଗିଥିଲେ। ଫଳରେ ତାଙ୍କ ଶରୀରରେ ଜଳାପୋଡ଼ା ଅନୁଭବ କରିଥିଲେ। ଉକ୍ତ ଯୁବକ ହିଁ ତାଙ୍କୁ ନିକଟସ୍ଥ ଦୋକାନ ସମ୍ମୁଖରେ ପାଣି ଥିବାରୁ ଦେହରେ ସିଞ୍ଚି ହେବାକୁ କହିଥିଲେ। ଆଚାର୍ଯ୍ୟ ତାଙ୍କର ଗାଡ଼ି ଛାଡ଼ି ପାଣି ସିଞ୍ଚି ହେବାକୁ ଯିବାବେଳେ ଗାଡ଼ିରେ ଥିବା ଟଙ୍କା ବ୍ୟାଗ ନେଇ ଯୁବକ ଫେରାର ହୋଇଯାଇଥିଲେ। ଆଚାର୍ଯ୍ୟ ସେହି ଯୁବକଙ୍କୁ ଭଲ ଭାବେ ଦେଖି ପାରି ନ ଥିବା କହିଛନ୍ତି। ପରେ ଆଚାର୍ଯ୍ୟଙ୍କଠାରୁ ପରିବାର ଲୋକେ ସୂଚନା ପାଇ ତାଙ୍କୁ ବାରିପଦା ପିଆରଏମ ମେଡିକାଲରେ ଚିକିତ୍ସା କରାଇଥିଲେ। ଏନେଇ ବାରିପଦା ଟାଉନ ଥାନାରେ ଲିଖିତ ଅଭିଯୋଗ କରିବାରୁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୁଟ୍‌ ସ୍ଥାନରେ ଥିବା ଦୋକାନଗୁଡ଼ିକର ସିସିଟିଭି ଯାଞ୍ଚ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୋର୍‌ଦାର ହେଲା ଆମେରିକା-ଇରାନ ଯୁଦ୍ଧ: ଭୟରେ ଥରହର ସାରା ବିଶ୍ୱ

ଦୁବାଇ,୧୫ା୭: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ସୁରକ୍ଷିତ ଜାହାଜ ଚଳାଚଳ ପାଇଁ ଆମେରିକା ୨୦ ପ୍ରତିଶତ ଟିକସ ଲଗାଇବା ସହ ଇରାନୀୟ ବନ୍ଦରଗୁଡ଼ିକ ଉପରେ ପୁଣିଥରେ ଅବରୋଧ ଲଗାଇବାକୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି।…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri