Posted inଖେଳ

ବରିଷ୍ଠ ପ୍ରଥମ ଶ୍ରେଣୀ କ୍ରିକେଟର ବସନ୍ତ ରାୟଜୀଙ୍କ ପରଲୋକ

ମୁମ୍ବାଇ, ୧୩।୬: ବରିଷ୍ଠ ପ୍ରଥମ ଶ୍ରେଣୀ କ୍ରିକେଟର ବସନ୍ତ ରାୟଜୀଙ୍କର ଶନିିବାର ମୁମ୍ବାଇଠାରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ଶହେ ବର୍ଷ ହୋଇଥିଲା। ତାଙ୍କ ଜ୍ୱାଇଁ ସୁଦର୍ଶନ ନାନାବତୀ ଏସମ୍ପର୍କରେ ସୂଚନା ଦେଇଛନ୍ତି। ତାଙ୍କର ଅନ୍ତିମ ସଂସ୍କାର ଦକ୍ଷିଣ ମୁମ୍ବାଇର ଚନ୍ଦବାଡ଼ି ଶ୍ମଶାନରେ କରାଯିବ। ତାଙ୍କ ମୃତ୍ୟୁରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ପକ୍ଷରୁ ଶୋକ ବ୍ୟକ୍ତ କରାଯାଇଛି। ବସନ୍ତ ରାୟଜୀ ୧୯୨୦ ଜାନୁୟାରୀ ୨୬ରେ ଜନ୍ମଗ୍ରହଣ କରିଥିଲେ। ୪୦ ଦଶକରେ କ୍ରିକେଟ ଖେଳି ୯ଟି ମ୍ୟାଚ୍‌ରେ ସେ ୨୭୭ ରନ୍‌ ସଂଗ୍ରହ କରିଥିଲେ। ସେ ଲାଲା ଅମରନାଥ, ବିଜୟ ମର୍ଚ୍ଚାଣ୍ଟ୍‌, ସି.କେ.ନାଇଡୁ, ବିଜୟ ହଜାରେ ଆଦି ଖେଳାଳିଙ୍କ ସହିତ ଖେଳିଥିଲେ। ସୂଚନାଯୋଗ୍ୟ, ବସନ୍ତ ରାୟଜୀଙ୍କର ୧୦୦ତମ ଜନ୍ମଦିନରେ ମାଷ୍ଟର ବ୍ଲାଷ୍ଟର ସଚିନ୍‌ ତେନ୍ଦୁଲକର ଏବଂ ଅଷ୍ଟ୍ରେଲିଆ କ୍ରିକେଟର ଷ୍ଟିଭ୍‌ ଓ୍ବଗ୍‌ ତାଙ୍କ ମିଶି କେକ୍‌ କାଟୁଥିବାରୁ ଏକ ଭିଡ଼ିଓ ଚଳିତ ବର୍ଷ ଜାନୁୟାରୀ ୨୬ରେ ଟୁଇଟରରେ ଶେୟାର କରାଯାଇଥିଲା। ଏକ ମିନିଟ୍‌ ୨୦ ସେକେଣ୍ଡର ଏହି ଭିଡ଼ିଓ ସେତେବେଳେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri