ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା ପ୍ରତିବାଦରେ ଅନଶନ ପ୍ରତିଶ୍ରୁତି ପରେ ଅନଶନ ପ୍ରତ୍ୟାହୃତ

ବରୀ/ରତ୍ନଗିରି,୧୦ା୯(ସ୍ବ.ପ୍ର./ଡି.ଏନ୍‌.ଏ.)- ବରୀ ନିର୍ବାଚନମଣ୍ଡଳୀ ଅଧୀନ ଅଲ୍ଲୀପୁରସ୍ଥିତ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ କର୍ମଚାରୀ ପଦବୀ ଖାଲି ପଡିବା ପ୍ରତିବାଦରେ ସୋମବାର ଆଶ୍ୱାସନା ପରିବର୍ତ୍ତନର ଏକ ଭିନ୍ନ ସ୍ବର ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ଆମରଣ ଅନଶନ ଦିଆଯାଇଛି। ସନ୍ଧ୍ୟାରେ ଘଟଣା ସ୍ଥଳରେ ବରୀ ବ୍ଲକ ଅଧ୍ୟକ୍ଷା ସୁଭାଶିନୀ ନାଥ ଶର୍ମା ପହଞ୍ଚତ୍ ଅନଶନକାରୀଙ୍କ ସହ ଆଲୋଚନା କରିବା ସହ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ। ପରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଧିତ୍ୱରେ ଥିବା ଡାକ୍ତର ପହଞ୍ଚତ୍ ଅନଶନକାରୀଙ୍କୁ ବୁଝାଶୁଝା କରିବା ସହିତ ଖୁବ୍‌ଶୀଘ୍ର ସମସ୍ତ ଦାବି ପୂରଣ କରିବା କ୍ଷେତ୍ରରେ ପ୍ରଶାସନ ପଦକ୍ଷେପ ନେବ ବୋଲି ପ୍ରତିଶ୍ରୁତି ଦେବା ପରେ ଅନଶନ ପ୍ରତ୍ୟାହୃତ ହୋଇଥିଲା। ଏହି ବ୍ଲକର ପାଖାପାଖି ୨୯ଟି ପଞ୍ଚାୟତର ଜନସାଧାରଣ ଉକ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନିର୍ଭର କରନ୍ତି। ଏଠାରେ ୬ ଜଣ ଡାକ୍ତର ଆବଶ୍ୟକ ଥିବାବେଳେ ମାତ୍ର ୨ଜଣ ରହିଛନ୍ତି। ସେହିପରି ବରୀ ବ୍ଲକ ବାଲିଆ, କଳାମାଟିଆ, ଶେରପୁର, ରତ୍ନଗିରିରେ ଥିବା ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକରେ ଡାକ୍ତର ଏବଂ କର୍ମଚାରୀ ପଦବୀ ଖାଲିପଡ଼ିଛି। ଏ ଦିଗରେ ବହୁବାର ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହଁି। ଫଳରେ ଲୋକେ ସାମାନ୍ୟ ଚିକିତ୍ସା ପାଇଁ ମଧ୍ୟ ନାହଁି ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର ପ୍ରତିବାଦରେ ଆମରଣ ଅନଶନ କରାଯାଇଥିବା ଅନଶନକାରୀ ଲକ୍ଷ୍ମଣ ମଲ୍ଲିକ କହିଛନ୍ତି। ଶ୍ରବଣ ଦାସ, ଦେବ କଲ୍ୟାଣ, ଧର୍ମେନ୍ଦ୍ର ପଣ୍ଡା, ଦୀପକ ଭରଦ୍ୱାଜ, ସୁବ୍ରତ ଜେନା, ମାନସ ରଞ୍ଜନ ସାମଲ, ଆଲୋକ ପରିଡ଼ା, ପ୍ରସା‘ ପଢିହାରୀ , ଅରୁଣ କୁମାର ଜେନା , ରବିକାନ୍ତ ପଢିହାରି, କୁଳମଣି ଶୁକ୍ଳ, ଶ୍ରବଣ ଦାଶ, ଲିଟୁ ପଣ୍ଡା, ଦୁର୍ଯ୍ୟୋଧନ ଶତପଥୀ ପ୍ରମୁଖ ଅନଶନରେ ସାମିଲ୍‌ ହୋଇଥିଲେ। ଏ ନେଇ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀ ଓଡ଼ିଶା, ବିଧାୟିକା ବରୀ, ସ୍ବାସ୍ଥ୍ୟ ସଚିବ ଓଡ଼ିଶା, କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରୀ, ପ୍ରଧାନମନ୍ତ୍ରୀ, ସିଡିଏମ୍‌ଓ ଯାଜପୁରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଭାରା ପ୍ରାପ୍ତ ଅଧିକାରୀ ଜୀନତ ଦାସଙ୍କ ଜରିଆରେ ପ୍ରଦାନ କରିଥିଲେ।
ଫଟୋ–


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri