ବରୀରୁ ପୁଣି ୨ଟି କରୋନା ପଜିଟିଭ ଚିହ୍ନଟ: ସମସ୍ତ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା

ବରୀ,୧୪।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରୁ ଗୁରୁବାର ପୁଣି ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବରୀରେ ମୋଟ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ବରୀ ବ୍ଲକ ଅଧିନ କିମ୍ଭିରିଆପାଳ ପଞ୍ଚାୟତର ଗୋବିନ୍ଦାବାଟି ଗ୍ରାମର ବୋଲି ଜଣାପଡ଼ିଛି। ଆକ୍ରାନ୍ତ ୨ଜଣ ପୁରୁଷ ହୋଇଥିବା ବେଳେ ଏମାନେ ଦୁଇଭାଇ। ୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ୬୦ବର୍ଷର ହୋଇଥିବା ବେଳେ ଅନ୍ୟ ଜଣଙ୍କ ବୟସ ୩୫ବର୍ଷ ରହିଥିବା ସୂଚନା ରହିଛି। ସୂଚନାଯୋଗ୍ୟ, ନିକଟରେ ଉକ୍ତ ଦୁଇଭାଇ ପଶ୍ଚିମବଙ୍ଗରୁ ଫେରିବା ପରେ ଗୋବିନ୍ଦାବାଟି ପ୍ରାଥମିକ ବିଦ୍ୟାଳୟରେ ହୋଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରର ରହୁଥିଲେ। ସେଠାରେ ସେମାନଙ୍କର ନମୁନା ପରୀକ୍ଷା କରାଯାଇଥିବା ବେଳେ ଗୁରୁବାର ଆସିଥିବା ରିପୋର୍ଟରେ କରୋନା ପଜିଟିଭ୍‌ ବାହାରିଛି ବୋଲି ପ୍ରଶାସନ ସୂଚନା ପକ୍ଷରୁ କୁହାଯାଇଛି। ଅପରପକ୍ଷେ ଅଧିକାଂଶ ସମୟରେ ପରିବାର ଲୋକେ ସେମାନଙ୍କୁ ଘରୁ ଖାଦ୍ୟ ନେଇ ଖାଇବାକୁ ଦେଉଥିଲେ ବୋଲି ଜଣାପଡିଛି। ତେଣୁ ସେମାନେ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେନେଇ କଣ୍ଟାକ୍ଟ ଟ୍ରେସିଂ ଚାଲିଛି ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri