ବରୁଣଙ୍କ ଆକ୍ଟିଂ ଗୁରୁ

ବଲିଉଡ୍‌ର ଆଗଧାଡ଼ିର ନିର୍ଦ୍ଦେଶକ ଡେଭିଡ୍‌ ଧାଓ୍ବନଙ୍କ ପୁତ୍ର ବରୁଣ ଧାଓ୍ବନ। କରନ୍‌ ଜୋହରଙ୍କ ‘ଷ୍ଟୁଡେଣ୍ଟ ଅଫ୍‌ ଦ ଇୟର’ରୁ ନିଜର ବଡ଼ ପରଦା କ୍ୟାରିୟର ଆରମ୍ଭ କରିଥିଲେ। ହେଲେ ଆକ୍ଟିଂ ଲାଇନ୍‌କୁ ଆସିବା ପୂର୍ବରୁ ସେ ଜଣଙ୍କୁ ନିଜର ଆକ୍ଟିଂ ଗୁରୁ ଭାବେ ଗ୍ରହଣ କରିଥିଲେ। ସେ ଆଉ କେହି ନୁହନ୍ତି, ହିନ୍ଦୀ ସିନେମାର ଅନ୍ୟତମ ଲୋକପ୍ରିୟ ଅଭିନେତା ଗୋବିନ୍ଦା। ଏପରି କି ଗୋବିନ୍ଦାଙ୍କ ଅଭିନୀତ ସମସ୍ତ ସିନେମା ସେ ଦେଖିସାରିଛନ୍ତି। ଏ ସମ୍ପର୍କରେ ବରୁଣ କହନ୍ତି, ‘ଗୋବିନ୍ଦାଙ୍କ ଅଭିନୟ ମୋତେ ବେଶ୍‌ ପ୍ରଭାବିତ କରିଛି। ତାଙ୍କ ଅଭିନୀତ ସମସ୍ତ ସିନେମା ମୁଁ ଦେଖିସାରିଛି। ବଲିଉଡ୍‌ରେ ମୁଁ ଡେଭିଡ୍‌ଙ୍କ ପୁଅର ପରିଚୟ ନେଇ ନୁହେଁ, ଜଣେ ଭଲ ଅଭିନେତା ଭାବରେ ଦର୍ଶକଙ୍କ ନିକଟରେ ରହିବାକୁ ଚାହେଁ।’ ପିଲାଦିନେ ବରୁଣ ଭାରି ଦୁଷ୍ଟ ଥିଲେ। ଇଂଲଣ୍ଡସ୍ଥିତ ନଟିଂହାମ୍‌ ଟ୍ରେଣ୍ଟ ୟୁନିଭର୍ସିଟିରୁ ସେ ବିଜ୍‌ନେସ ମ୍ୟାନେଜମେଣ୍ଟରେ ଡିଗ୍ରୀ ହାସଲ କରିଛନ୍ତି। ଏପରି କି ସେଠାରେ ପକେଟ ମନି ପାଇଁ ବରୁଣ ଏକ ଲିଫଲେଟ୍‌ କମ୍ପାନୀରେ ଡିଷ୍ଟ୍ରିବ୍ୟୁଟର ଭାବେ କିଛି ଦିନ କାମ କରିଥିଲେ। ସୂଚନାଯୋଗ୍ୟ ଡେଭିଡ୍‌ ଧାଓ୍ବନଙ୍କ ନିର୍ଦ୍ଦେଶିତ ବରୁଣ-ସାରା ଅଲ୍ଲୀ ଖଁା ଅଭିନୀତ ରିମେକ୍‌ ଫିଲ୍ମ ‘କୁଲି ନଂ. ୧’ ରିଲିଜ ଅପେକ୍ଷାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

ସବୁଠି ନ୍ୟାୟକୁ ସମର୍ଥନ

ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri