ବରୁଣା ସରପଞ୍ଚ ଅଯୋଗ୍ୟ ଘୋଷିତ

ଆଳି, ୧୧।୧୨ (ଡି.ଏନ୍‌.ଏ.):ରାଜକନିକା ବ୍ଲକ ଅଧୀନ ବରୁଣା ପଞ୍ଚାୟତ ସରପଞ୍ଚ ଉତ୍ତମ ସେନାପତିଙ୍କୁ ପଦବୀ ହରାଇବାକୁ ପଡିଛି। ୩ ସନ୍ତାନ ଥିବାରୁ ଆଳି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ କୋର୍ଟ ତାଙ୍କୁ ସୋମବାର ଅଯୋଗ୍ୟ ଘୋଷିତ କରିଛନ୍ତି। ଏଥିସହ ଉକ୍ତ ପଞ୍ଚାୟତରେ ଉପ ନିର୍ବାଚନ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକାଶ ଯେ, ଗତ ପଞ୍ଚାୟତ ନିର୍ବାଚନରେ ଉତ୍ତମ ବରୁଣା ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ହେଲେ ଉତ୍ତମଙ୍କର ୩ ସନ୍ତାନ ଥିବା ଅଭିଯୋଗ ଆଣି ତାଙ୍କ ପ୍ରତିପକ୍ଷ ଦୁଷ୍ମନ୍ତ ବେହେରା କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ନିର୍ବାଚନ ମିସ୍‌ କେସ୍‌ର ଗତ ଡିସେମ୍ବର ୬ ରେ ଶୁଣାଣି ଶେଷ ହୋଇଥିଲା। ହେଲେ ଡିସେମ୍ବର ୯ ତାରିଖ ସୋମବାର କୋର୍ଟ ରାୟ ପ୍ରକାଶ କରି ଉତ୍ତମଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୈନାରାଣୀ ଓଏଭି ବ୍ଲକ ଟପ୍ପର: ଚାରିଆଡୁ ଶୁଭେଚ୍ଛା

କର୍ଲାମୁଣ୍ଡା,୨୦/୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା କର୍ଲାମୁଣ୍ଡା ବ୍ଲକ ରେଗଡାସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ଛାତ୍ରୀ ନୈନାରାଣୀ…

ପାଇନ ଜଙ୍ଗଲରେ ନିଆଁ: ନିଦରେ ଶୋଇଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୪ (ଅରୁଣ ସାହୁ):ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଗୁଳଗୁଳି ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିବାରୁ…

ସୁସଜ୍ଜିତ ଡଙ୍ଗାରେ ନୌକା ବିହାର କଲେ ମଦନ ମୋହନ, ଉଠୁଛି ପଡୁଛି ସହର

ଗଞ୍ଜାମ,୨୦।୪(ବିଦ୍ୟାଧର ସାହୁ ): ଦୀର୍ଘ ୨୧ ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର । ସୋମବାର ଅକ୍ଷୟ ତୃତୀୟାରୁ…

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ…

ଯାହାକୁ ଭଲ ପାଇ ବାହା ହୋଇଥିଲେ ସେ ଜୀବନ ନେଇଗଲେ, ନବବଧୂଙ୍କୁ ହତ୍ୟା ପରେ ଖଟରେ ଶୁଆଇ ଦେଇ…

ଥୁଆମୂଳ ରାମପୁର, ୨୦ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଦୋବେଡ଼ା ଗ୍ରାମରେ ଘଟିଥିବା ନବବଧୂ ବନିତା ନାଏକ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ…

ଭିବିଜି – ରାମ ଜି ଯୋଜନାରେ ଜାଲିଆତି ଅଭିଯୋଗ: କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ବିଡିଓ, କହିଲେ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକରେ ସରକାରୀ ଯୋଜନାରେ ଜାଲିଆତି କରାଯାଇଥିବା ଅଭିଯୋଗ ହୋଇଛି। ଭିବିଜି – ରାମ ଜି ଯୋଜନାରେ ବ୍ୟାପକ…

ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ଗର୍ଭବତୀ କଲେ ୬୫ ବର୍ଷୀୟ ବୃଦ୍ଧ, ଥାନାରେ ପହଞ୍ଚି ସବୁ ସତ ବଖାଣିଲେ…

ମୋହନା,୨୦।୪( ମନ୍ମଥ ମିଶ୍ର ) : ବିବାହର ପ୍ରତିଶ୍ରୁତି ଦେଇ ମହିଳାଙ୍କୁ କଲେ ଗର୍ଭବତୀ ୬୫ ବର୍ଷୀୟ ବୃଦ୍ଧ । ଏଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି…

ହଷ୍ଟେଲ ରୁମ୍‌ ଭିତରୁ ମିଳିଲା ଯୁକ୍ତ ୨ ଛାତ୍ରଙ୍କ ଝୁଲନ୍ତା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଫୁଲବାଣୀ,୨୦।୪(ରାକେଶ କୁମାର ରାଉତ): ଫୁଲବାଣୀ ନବୋଦୟ ବିଦ୍ୟାଳୟର ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ହଷ୍ଟେଲ ରୁମ୍‌ ଭିତରୁ ଉଦ୍ଧାର କରାଯାଇଛି। ମୃତକ ଜଣକ ଗୋଛାପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri