ବରୁଣେଇରେ ହେବ ପାଇକ ସ୍ମାରକୀ, ୨୭ରେ ଶିଳାନ୍ୟାସ କରିବେ ରାଷ୍ଟ୍ରପତି: ଧର୍ମେନ୍ଦ୍ର

ଖୋର୍ଦ୍ଧା ଅଫିସ,୧୫।୯: ଖୋର୍ଦ୍ଧାର ବରୁଣେଇ ପାହାଡ ପାଦଦେଶରେ ନିର୍ମାଣ ହେବ ପାଇକ ସ୍ମାରକୀ। ଆସନ୍ତା ୨୭ ଓ ୨୮ ତାରିଖ ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସୁଥିବା ସୂଚନା ମିଳିଛି। ୨୭ ତାରିଖରେ ରାଷ୍ଟ୍ରପତିଙ୍କ କରକମଳରେ ପାଇକ ସ୍ମାରକୀ ଶୁଭ ଦିଆଯିବ। ସ୍ମାରକୀ ଚିହ୍ନିତ କ୍ଷେତ୍ର ବରୁଣେଇ ପାଦଦେଶରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ, ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପରୋକ୍ତ ସୂଚନା ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ପ୍ରଧାନ ସହ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ରାଷ୍ଟ୍ରମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଶନିବାର ଅପରାହ୍ନରେ ସ୍ମାରକୀ ଚିହ୍ନଟ ସ୍ଥଳ ପରିଦର୍ଶନ କରି ଫେରିଛନ୍ତି। ମନ୍ତ୍ରୀଙ୍କ ସହ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ, ପର୍ଯ୍ୟଟନ ବିଭାଗ ପରିଚାଳନା ନିର୍ଦ୍ଦେଶକ ନିର୍ମଳ ଚନ୍ଦ୍ର ମିଶ୍ର, ସଂସ୍କୃତି ବିଭାଗ ନିର୍ଦ୍ଦେଶକ ବିଜୟ କୁମାର ନାୟକ, ଜିଲାପାଳ ସିତାଂଶୁ କୁମାର ରାଉତ, ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଜିଲାପାଳଙ୍କ କାର୍ଯ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଖବରଦାତା ସମ୍ମିଳନୀରେ ଯୋଗଦେଇ କହିଥିଲେ, ପାଇକ ବିଦ୍ରୋହର ଦୁଇଶହ ବାର୍ଷିକୀ ଅବସରରେ ରାଷ୍ଟ୍ରୀୟ ସ୍ମାରକ ନିର୍ମାଣ କରିବା କେନ୍ଦ୍ର ସରକାର ପରିକଳ୍ପନା ଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରୀୟ ସଂସ୍କୃତି ମନ୍ତ୍ରୀଙ୍କୁ ପତ୍ର ଲେଖି ବରୁଣେଇ ପାହାଡ ତଳେ ପାଇକ ସ୍ମାରକୀ ପାଇଁ ୧୦ ଏକର ଜମି ଉପଲବ୍ଧ କରାଇଥିବା ସୂଚନା ଦେଇଛନ୍ତି। ଏଣୁ ରାଜ୍ୟର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗୀୟ ରାଷ୍ଟ୍ର ମନ୍ତ୍ରୀ ପାଣିଗ୍ରାହୀଙ୍କ ସହ ସେ ଓ ଅଧିକାରୀମାନେ ପାଇକ ସ୍ମାରକୀ ଚିହ୍ନଟ ଅଞ୍ଚଳ ବୁଲି ଦେଖିଲେ। ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ଓ ପାଇକ ସ୍ମାରକୀ ପାଇଁ ଜିଲାପାଳଙ୍କ ଅଫିସରେ ଯୋଜନା କରାଯାଇଛି। ଓଡ଼ିଆ ଜାତିର ପ୍ରେରଣା କେନ୍ଦ୍ର ବରୁଣେଇ ପାହାଡର ଭବିଷ୍ୟତକୁ ଧ୍ୟାନରେ ରଖି ୨୦୦ ବର୍ଷ ପାଳନ ଅବସରରେ ଗୋଟିଏ ନୂଆ ତୀର୍ଥକ୍ଷେତ୍ର, ପର୍ଯ୍ୟଟନସ୍ଥଳ ତିଆରି କରାଯିବ, ଯେଉଁଠାରେ କି ଓଡ଼ିଆ ଜାତିର ବୀରଗାଥା ଜନଜୀବନର କଥା ରହିବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ...

ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ...

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

ଟ୍ରେନ ଧକ୍କାରେ ମୁଣ୍ଡ ଗଣ୍ଡି ଅଲଗା, ରେଲୱେ ଟ୍ରାକରେ ପଡିଛି ମୃତଦେହ

ବଲାଙ୍ଗୀର,୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଲୱେ ଷ୍ଟେଶନ ନିକଟ ମହୁଲବାହାଲି ଗାଁ ନିକଟ ଟ୍ରାକରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ। ଟ୍ରେନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri