ବରୁହଁ।-କଳାମାଟିଆ ପୂର୍ତ୍ତ ବିଭାଗ ରାସ୍ତା ଜବରଦଖଲ ହଟୁନି, ବଢୁଛି ଦୁର୍ଘଟଣା

ବରୀ,୨୫।୧୦(ଡି.ଏନ.ଏ.): ବରୁହଁ।-କଳାମାଟିଆ ପୂର୍ତ୍ତ ବିଭାଗ ରାସ୍ତାର ଉଭୟ ପାର୍ଶ୍ୱରୁ ଜବରଦଖଲ ହଟୁନି। ଏଥିଯୋଗୁ ଏହି ରାସ୍ତାର ବିଭିନ୍ନ ସ୍ଥାନରେ ପ୍ରତ୍ୟେକ ଦିନ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ ହେଉଛି। ରାସ୍ତାକୁ ଜବରଦଖଲ କରି ଦୋକାନୀମାନେ ବ୍ୟବସାୟ କରୁଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ବିଶେଷକରି ଏହି ରାସ୍ତାର ସୁଜନପୁର, ଶିବାଛକ, ବାଲିଆପାଳ, ସନ୍ଥନଛକ, ବରୀ ମାଉଣ୍ଡ ଆଦି ସ୍ଥାନମାନଙ୍କରେ ସାପ୍ତାହିକ ହାଟ ଦିନ କିଛି ବ୍ୟବସାୟୀ ରାସ୍ତାକଡ଼ରେ ବସି ରହୁଥିବାରୁ ଯାତାୟାତ ପ୍ରଭାବିତ ହେଉଛି। ବରୁଅଁ। ଛକରେ ବରୀ ଓ ଯାଜପୁର ଟାଉନ୍‌ ଯିବାକୁ ଯାତ୍ରୀ ଅପେକ୍ଷା କରୁଥିବାରୁ ସେଠାରେ ସବୁ ସମୟରେ ଭିଡ଼ ଜମୁଛି। ମାତ୍ର ଏହା ସତ୍ତ୍ୱେ କେତେକ ବ୍ୟବସାୟୀ ରାସ୍ତାକୁ ମାଡ଼ ବେପାର କରୁଛନ୍ତି। ପରିବା ବ୍ୟବସାୟୀମାନେ ରାସ୍ତା କଡରେ ବସି ରହୁଥିବାରୁ ଆମ୍ବୁଲାନସ୍‌ ଟିଏ ମଧ୍ୟ ଯାତାୟାତ କରିବାରେ ସମସ୍ୟା ଦେଖାଦେଉଛି। ଏରବାଙ୍କ, ସୁଜନପୁର, ଶିବାଛକ ଆଦି ଅଞ୍ଚଳର କେତେଜଣ ଲୋକ ସରକାରୀ ଜାଗା ଜବରଦଖଲ କରି ଦୋକାନ କରିଛନ୍ତି। ତେଣୁ ଏମାନଙ୍କୁ ଜବରଦଖଲରୁ ହଟାଇବା ପାଇଁ ଯାଜପୁର ଜିଲାପାଳ ଓ ତହସିଲଦାରଙ୍କ ନିକଟରେ ଲିଖିତ ଅଭିଯୋଗ କରାଯାଇଛି। ବିଗତ ଦିନରେ ତତ୍କାଳୀନ ଜିଲାପାଳ ରଞ୍ଜନ କୁମାର ଦାସ ରାସ୍ତା କଡ଼ରେ ଥିବା ବ୍ୟବସାୟୀଙ୍କୁ ସ୍ଥାନାନ୍ତର କରିବାକୁ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ତାହା ଅଦ୍ୟାବଧି ଫଳପ୍ରଦ ହୋଇପାରି ନାହିଁ। ତେଣୁ ବର୍ତ୍ତମାନର ଜିଲାପାଳ ଏକ୍ଷେତ୍ରରେ ଗୁରୁତ୍ୱ ଦେବାକୁ ଅଭିଯୋଗରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri