ବର୍ଜ୍ୟବସ୍ତୁ ପରିଚାଳନା ଦେଖିଲେ ଉଚ୍ଚସ୍ତରୀୟ ପ୍ରତିନିଧି

ବ୍ରହ୍ମପୁର ଅଫିସ,୧ା୫-ବ୍ରହ୍ମପୁର ବଡ ମେଡିକାଲରେ ବର୍ଜ୍ୟବସ୍ତୁ ପରିଚାଳନା ଠିକ୍‌ ଭାବେ ହେଉଛି କି ନାହିଁ ତାହା ଯାଞ୍ଚ କରିବା ପାଇଁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ୍‌ (ଏନ୍‌ଜିଟି)ଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଙ୍ଗଳବାର ବ୍ରହ୍ମପୁର ବଡ ମେଡିକାଲରେ ପହଞ୍ଚତ୍ଛନ୍ତି। ଉଚ୍ଚନ୍ୟାୟାଳୟ  ଅବସରପ୍ରାପ୍ତ ବିଚାରପତି ପି.କେ. ମହାନ୍ତିଙ୍କ ନେତୃତ୍ୱରେ ଏହି ଦଳ ଆସିଥିଲେ। ନୂତନ ଭାବେ କାର୍ଯ୍ୟକ୍ଷମ ହୋଇଥିବା ସୁପର ସ୍ପେଶିଆଲିଟି କୋଠା ସମେତ ବିଭିନ୍ନ ବିଭାଗ ବୁଲି ଦେଖିଥିଲେ। ଏପରିକି ବାୟୋ ମେଡିକାଲ ପ୍ଲାଣ୍ଟ ମଧ୍ୟ ପରିଦର୍ଶନ କରିଥିଲେ। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଗାଇଡ ଲାଇନ ପାଳନ ହେଉଛି କି ନାହିଁ ତା’ର ମଧ୍ୟ ତଦାରଖ କରିଥିଲେ। ପ୍ରତିଦିନ ଏଠାରୁ ଟନ୍‌ ଟନ୍‌ ବର୍ଜ୍ୟବସ୍ତୁ ବାହାରୁଛି। ସେଗୁଡ଼ିକ ମଧ୍ୟରେ ରହିଛି ସିରିଞ୍ଜ, ଗ୍ଲୋଭସ୍‌, ଟ୍ୟୁବ୍‌, ସାଲାଇନ, ପ୍ଲାଷ୍ଟିକ ବୋତଲ, କପଡ଼ା ଓ ବାୟୋପ୍‌ସି। ଏ ଗୁଡ଼ିକ ମାଇକ୍ରୋୱେବ୍‌ ମେଶିନରେ ପକାଇବା ନିୟମ ରହିଛି। ଏହା ଠିକ୍‌ ଭାବେ ହେଉଛି କି ନାହିଁ ଯାଞ୍ଚ କରିଥିଲେ।  ପରେ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ାରେ ପ୍ରସ୍ତାବିତ କଠିନ ବର୍ଜ୍ୟବସ୍ତୁ ପ୍ଲାଣ୍ଟ, ଗୋଷ୍ଠୀ ଶୌଚାଳୟ, ଭୂ-ତଳ ବର୍ଜ୍ୟବସ୍ତୁ ସଂରକ୍ଷଣ ବିନ୍‌ ପ୍ରଭୃତି ପରିଦର୍ଶନ କରିଥିଲେ। ଏପରିକି ମର୍ଦ୍ଧରାଜ ଭେଣ୍ଡିଂ ଜୋନ୍‌ ନିକଟରେ ଥିବା ବର୍ଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟକୁ ମଧ୍ୟ ଯାଞ୍ଚ କରିଥିଲେ ।

ଏ ନେଇ ଏମ୍‌କେସିଜି ମେଡିକାଲ ପରିସରରେ ଜଷ୍ଟିସ୍‌ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଏମ୍‌ସି ତରଫରୁ ଘରକୁ ଘର ବୁଲି ତରଳ ଓ କଠିନ ବର୍ଜ୍ୟବସ୍ତୁ କିପରି ସଂଗ୍ରହ କରାଯାଉଛି ସେ ନେଇ ଆଲୋଚନା ହୋଇଥିଲା। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ସ୍ବାସ୍ଥ୍ୟ ବିଭାଗ ସଚିବ ପ୍ରମୋଦ ମେହେର୍ଦ୍ଦା, ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ସଚିବ ସୁରେଶ ମହାପାତ୍ର, ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବ ଜି.ମାଥିଭାଥନନ୍‌୍‌, ପଞ୍ଚାୟତିରାଜ ଯୁବ ସମ୍ପାଦକ ସୁବାସ ଚନ୍ଦ୍ର ଦାଶ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସଦସ୍ୟ ସଚିବ ଦେବୀଦତ୍ତ ବିଶ୍ୱାଳ, ରାଜ୍ୟ ଜନସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ହର ପ୍ରସାଦ ପଟ୍ଟନାୟକ, ରାଜ୍ୟ ପରିବେଶ ନିର୍ଦ୍ଦେଶକ ଡ଼. ମୁର୍ଗେସ୍‌, ଅତିରିକ୍ତ ସ୍ବାସ୍ଥ୍ୟ ସଚିବ ଡ଼. ପ୍ରମିଳା ବରାଳ ଓ ଡ଼. ମମତା ମହାପାତ୍ର, ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ବ୍ରହ୍ମପୁର ମହାନଗର ନିଗମ କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ବିଜୟ କୁମାର ପାଣିଗ୍ରାହୀ, ଏମକେସିଜି ମେଡିକାଲ କଲେଜ ଅଧ୍ୟକ୍ଷ ତଥା ଡିନ୍‌ ପ୍ରଫେସର ରାଧାମାଧବ ତ୍ରିପାଠୀ, ଅଧୀକ୍ଷକ ପ୍ରଫେସର ଚରଣ ପଣ୍ଡା, ପ୍ରଶାସନିକ ଅଧିକାରୀ ସୁଦାମ ମଣ୍ଡଳଙ୍କ ସମେତ ବିଭିନ୍ନ ବିଭାଗର ଡ଼ାକ୍ତର ଓ ପ୍ରଫେସରମାନେ ଉପସ୍ଥିତ ଥିଲେ। ପ୍ରତିନିଧି ଦଳ ଯାଞ୍ଚ ବେଳେ ସଂଗୃହୀତ ସମସ୍ତ ତଥ୍ୟ ଏନଜିଟି ନିକଟରେ ଦାଖଲ କରିବେ ବୋଲି ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ଶ୍ରେଣୀରେ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri