ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ପ୍ରଶିକ୍ଷଣ ଶିବିର

ଭବାନୀପାଟଣା,୮।୬(ଡି.ଏନ.ଏ.): ଭବାନୀପାଟଣା ପୌର ସଂସ୍ଥା ପକ୍ଷରୁ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ଏକ ପ୍ରଶିକ୍ଷଣ ଶିବିର ଶନିବାର ଅପରାହ୍ନ ୪ଟାରେ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଶିକ୍ଷଣ ଶିବିରରେ ପୌର ସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀ ବିଶ୍ୱମ୍ବର ମିଶ୍ର ଅଧ୍ୟକ୍ଷତା କରିଥିବାବେଳେ ମୁଖ୍ୟଅତିଥି ଭାବେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଧେଶକ ପ୍ରଶ୍ନ ଷଡଙ୍ଗୀ ଯୋଗଦେଇଥିଲେ। ଏଥିରେ ପୌରସଂସ୍ଥାର କର୍ମଚାରୀମାନଙ୍କୁ ବର୍ଜ୍ୟବସ୍ତୁ ପରିଚାଳନା ସଂକ୍ରାନ୍ତରେ ତାଲିମ୍‌ ପ୍ରଦାନ କରାଯାଇଥିଲା। ଏଥିରେ ପୌର ସଂସ୍ଥାର ସଫେଇ କର୍ମଚାରୀ, ସୁପରଭାଇଜର, ସୁଇପର ଓ ପୌର ସଂସ୍ଥାର ସମସ୍ତ ବିଭାଗର କର୍ମଚାରୀମାନେ ଯୋଗଦେଇଥିଲେ। ବିଶେଷ କରି ସଫେଇ କର୍ମଚାରୀ, ମହିଳା ସ୍ବୟଂ ସହାୟିକା ଗୋଷ୍ଠୀକୁ ତାଲିମ ପ୍ରଦାନ କରାଯାଇଥିଲା। ବର୍ଜ୍ୟବସ୍ତୁ ସଂଗ୍ରହ, ପରିବହନ, ଘରୁ ବାହାରୁଥିବା ସୁଖିଲା ଓ ଓଦା ବର୍ଜ୍ୟବସ୍ତୁ, ଦୋକାନ ଓ ବଜାରରୁ ବାହାରୁଥିବା ବର୍ଜ୍ୟବସ୍ତୁ, ଅଣ୍ଡା, ମାଛ, ମାଂସ, ଚିକେନ୍‌ ଦୋକାନରୁ ବାହାରୁଥିବା ବର୍ଜ୍ୟବସ୍ତୁକୁ ପୌର ସଂସ୍ଥା ପକ୍ଷରୁ ଦିଆଯାଇଥିବା ନିଳ ଓ ସବୁଜ ଡଷ୍ଟବିନ୍‌ରେ ଠିକ୍‌ ଭାବରେ ପକାଇବା, ସାହି, ବସ୍ତି, ପଡା ଓ ଅନ୍ୟସ୍ଥାନରେ ଲୋକ କିପରି ଆବର୍ଜନା ବାହାରେ ନ ପକାଇବେ ସେଥିପ୍ରତି ଧ୍ୟାନ ଦେବା ଉପରେ ପ୍ରଶିକ୍ଷକ ଚୀନ୍ମୟ ସାହୁ ପ୍ରଶିକ୍ଷଣ ଦେଇଥିଲେ। ଭବାନୀପାଟଣା ସହରକୁ ପଲିଥିନ ମୁକ୍ତ କରିବା ପାଇଁ ସବୁଜ, ସ୍ବଚ୍ଛ ଓ ସୁନ୍ଦର ଭାବେ ଗଡିତୋଳିବା ପାଇଁ ମୁଖ୍ୟଅତିଥି ଡିଆରଡିଏ ପିଡି ଷଡଙ୍ଗୀ ଆହ୍ବନ ଦେଇଥିଲେ। ଆବଶ୍ୟକସ୍ଥଳରେ ଦୋକାନ ବଜାର ଉପରେ ଚଢାଉ କରାଯିବ ବୋଲି ନିର୍ବାହୀ ଅଧିକାରୀ ମିଶ୍ର ଚେତାଇ ଦେଇଛନ୍ତି। ଏହି ପ୍ରଶିକ୍ଷଣ ଶିବିରରେ ପୌରସଂସ୍ଥାର କାର୍ଯ୍ୟନିର୍ବାହୀ ଅଧରକାରୀ ମିଶ୍ର, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଏପିଡି ବିମ୍ବାଧର ସାହୁ, ଏପିଡି ବିମଲ ପ୍ରଶାଦ ସାହୁ, ପୌର ସଂସ୍ଥାର ମ୍ୟୁନ୍‌ସିପାଲ୍‌ ଇଞ୍ଜିନିୟର୍‌ ସମୀର କୁମାର ଠାକୁର, ସେରିଟେସନ୍‌ ଏକ୍ସପାଟ୍‌ ଚୀନ୍ମୟ ସାହୁ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri