Posted inଜାତୀୟ

ବର୍ଲିରେ ଲାଗିଲା ପୋଷ୍ଟର: ଆଦିତ୍ୟ ଭାବି ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ମହାରାଷ୍ଟ୍ରରେ ଭାଜପା ଓ ଶିବସେନାଙ୍କ ମେଣ୍ଟକୁ ଏହି ନିର୍ବାଚନରେ ବହୁମତ ମିଳିଛି। ଏହାରି ଭିତରେ ମହାରାଷ୍ଟ୍ରରେ କିଛି ଏଭଳି ପୋଷ୍ଟରକୁ ଦେଖିବାକୁ ମିଳିଛି, ଯେଉଁଥିରେ ଆଦିତ୍ୟ ଠାକରେ ଭାବି ମୁଖ୍ୟମନ୍ତ୍ରୀ ବୋଲି ଦାବି କରାଯାଇଛି। ବର୍ଲି ଆସନରୁ ବିଧାନସଭା ନିର୍ବାଚନ ଜିତିବା ପରେ ଆଦିତ୍ୟଙ୍କୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ସମର୍ଥନ ଦେଇ ଏହି ପୋଷ୍ଟର ଲଗାଯାଇଛି। ମହାରାଷ୍ଟ୍ରରେ ଏହି ନିର୍ବାଚନରେ ସବୁଠାରୁ ନୂଆ ଓ ଚର୍ଚ୍ଚିତ ଚେହେରା ହେଉଛନ୍ତି ଆଦିତ୍ୟ ଠାକରେ। ସେ ନିର୍ବାଚନ ଲଢ଼ି ଠାକରେ ପରିବାରର ପରମ୍ପରାକୁ ପରିବର୍ତ୍ତନ କରିଛନ୍ତି। କାରଣ ଶିବସେନାର ୫୩ବର୍ଷ ଇତିହାସରେ ଦଳର ମୁଖ୍ୟ ବାଲ ସାହେବ ଠାକରେ କି ତାଙ୍କର ଉତ୍ତରାଧିକାରୀ ଉଦ୍ଧବ ଠାକରେ କେବେ ବି ପ୍ରତ୍ୟେକ୍ଷ ଭାବେ ନିର୍ବାଚନ ଲଢ଼ି ନାହାନ୍ତି। ହେଲେ ପ୍ରଥମଥର ଠାକରେ ପରିବାରରୁ ଆଦିତ୍ୟ ନିର୍ବାଚନ ମଇଦାନକୁ ଓହ୍ଲାଇ ବିଜୟ ହୋଇଥିବା ବେଳେ ସେ ମୁଖ୍ୟମନ୍ତ୍ରୀ କିମ୍ବା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ତେବେ ମେଣ୍ଟ ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ୫୦-୫୦ ଫର୍ମୂଲାରେ ଶିବସେନା ମୁଖ୍ୟମନ୍ତ୍ରୀ ପଦ ପାଇଁ ନଜର ରଖିଛି। ଅନ୍ୟପଟେ ପୂର୍ବରୁ ମୁଖ୍ୟମନ୍ତ୍ରୀ ଥିବା ଦେବେନ୍ଦ୍ର ଫଡନଭୀସ ମଧ୍ୟ ମୁଖ୍ୟମନ୍ତ୍ରୀ ପଦ ପାଇଁ ଆଶା ବାନ୍ଧିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri